ପ୍ରମୂଖ ଖବର
  • ସମ୍ବଲପୁର : ଯୁବକଙ୍କୁ ଛୁରୀ ଭୁସି ହତ୍ୟା
  • ||
  • ବାହାରିଲା ନିଟ୍ ୟୁଜି ୨୦୨୫ ରେଜଲ୍ଟ; ସ୍ନେହାଶିଷ ଦାସ ଓଡ଼ିଶା ଟପ୍ପର
  • ||
  • ପାରାଦୀପ ପୁରୁଣା ରେଲୱେ ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ୍ ଲାଇନଚ୍ୟୁତ, ଟ୍ରାକ୍‌ରୁ ଖସିଗଲା ୪ଟି ବଗି
  • ||
  • ବାହାରିଲା ନିଟ୍ ୟୁଜି ୨୦୨୫ ପରୀକ୍ଷା ଫଳ; neet.nta.nic.inରେ ରେଜଲ୍ଟ
  • ||
  • କୋଣାର୍କ ଯାତ୍ରୀ ନିବାସରେ ରଜ ପିଠା ଷ୍ଟଲ୍, ଦୋଳିରେ ଝୁଲିଲେ ପର୍ଯ୍ୟଟକ
  • ||
  • ବରଗଡ଼ : ଭେଉଁରିଆ ଗାଁରେ ଅଭାବନୀୟ ଘଟଣା, ସ୍ତ୍ରୀକୁ ଟାଙ୍ଗିଆରେ ହାଣି ଝୁଲିପଡ଼ିଲା ସ୍ୱାମୀ
  • ||
  • ରାଜଧାନୀରେ ବୁଲିଲା ଖଣ୍ଡା, ବାଇକ୍‌ ପାର୍କିଂକୁ ନେଇ ରକ୍ତପାତ
  • ||
  • ଉଗ୍ର ହେଉଛି ଇରାନ-ଇସ୍ରାଏଲ ଲଢେଇ; ଇସ୍ରାଏଲକୁ ସମର୍ଥନ କଲେ...ଆମେରିକା ସମେତ ଅନ୍ୟ ଦେଶକୁ ଇରାନର ଚେତାବନୀ
  • ||
  • ମଞ୍ଚେଶ୍ଵରରୁ ୨ ନାବାଳିକା ଶିଶୁ ଶ୍ରମିକ ଉଦ୍ଧାର
  • ||
  • ବଲାଙ୍ଗୀର : ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • ବୌଦ୍ଧ ଥାନା ୫୭ ନଂ ଜାତୀୟ ରାଜପଥ ଖଜୁରୀପଡା ଠାରେ ଦୁର୍ଘଟଣା, ବୋଲେରୋ ଓ ଟ୍ରକ୍‌ ମୁହାଁମୁହିଁ ଧକ୍କା, ଜଣେ ମୃତ ୭ ଆହତ
  • ||
  • ଆଜି ପହିଲି ରଜ; ସବୁଠି ଉତ୍ସାହ, ପୋଡ଼ପିଠା ବାସ୍ନାରେ ମହକୁଛି ଗାଁଠୁ ସହର
  • ||
  • ରଜକୁ ଭିଜାଇବ ବର୍ଷା: ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାରେ ବର୍ଷା ସମ୍ଭାବନା, ୭ ଜିଲ୍ଲାକୁ ଆଲର୍ଟ ଜାରି
  • ||

କୋକସରା ବ୍ଲକରେ 'ବିକାଶ ବାହନ'ର ଶୁଭାରମ୍ଭ

Published By : Manash Sahoo | June 12, 2025 5:01 PM

କୋକସରା,୧୨/୦୬; ରାଜ୍ୟ ସରକାରଙ୍କ ଶାସନ ଏକ ବର୍ଷ ପୂର୍ତ୍ତି ଅବସରରେ ‘ବିକାଶ ବାହନ’ ଶୁଭାରମ୍ଭ। କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକରେ ବିକାଶ ବାହନ ପରିକ୍ରମଣ ଆରମ୍ଭ ହୋଇଛି । ରାଜ୍ୟ ବିଜେପି ସରକାରଙ୍କ ଏକ ବର୍ଷର ଅବଲବ୍ଧିକୁ ସ୍ମରଣୀୟ କରିବା ସହ ବିଭିନ୍ନ ସରକାରୀ ଯୋଜନାକୁ ଲୋକଙ୍କ ନିକଟରେ ପହଞ୍ଚାଇବା ପାଇଁ ଏହି ବିକାଶ ବାହନ ରଥର ଆରମ୍ଭ ହୋଇଛି । ଲୋକାଭିମୁଖୀ ଯୋଜନା ତଥା ‘ବିକାଶତ ଗାଁ ବିକାଶିତ ଓଡିଶା’ ‘ସୁଭଦ୍ରା ଯୋଜନା’, ‘ଅନ୍ତୋଦୟ ଗୃହ ଯୋଜନା’, ଆଦିବାସୀ ଓ ଏସସି କଲ୍ୟାଣ, ଯୁବକମାନଙ୍କ ପାଇଁ ଦକ୍ଷତା ବିକାଶ ଏବଂ ବିଭିନ୍ନ କ୍ରୀଡ଼ାର ପ୍ରୋତ୍ସାହନ, କୃଷି ପାଇଁ ସବସିଡି, ଜାତୀୟ ଶିକ୍ଷାନୀତି-୨୦୨୦, ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଲୟ ଯୋଜନା, ଶିଶୁ ବାଟିକା କାର୍ଯ୍ୟକ୍ରମ ଯୋଜନାକୁ ଏହାଦ୍ବାରା ଗାଁ ଗାଁରେ ଲୋକଙ୍କ ନିକଟରେ ପହଞ୍ଚାଯିବ  । 

ଏହି ପରିପ୍ରେକ୍ଷୀରେ କୋକସରା ବ୍ଲକ୍ ପ୍ରଶାସନ ଓ କୋକସରା ଗ୍ରାମ ପଞ୍ଚାୟତ ପକ୍ଷରୁ କୋକସରା ବଜାର ପଡିଆରେ ଏକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। କୋକସରା ବିଡିଓ ଡ. ହିମାଚଳ ମାଝୀଙ୍କ ସଭାପତିତ୍ୱରେ ସମ୍ମାନିତ ଅତିଥି ଭାବେ ବ୍ଲକ୍ ଉପାଧ୍ୟକ୍ଷ ରାଜୀବ କୁମାର ଅଗ୍ରୱାଲ, ସାଂସଦ ପ୍ରତିନିଧି ପ୍ରମୋଦ କୁମାର ପ୍ରଧାନୀ, ବିଧାୟକ ପ୍ରତିନିଧି ତ୍ରିନାଥ ଶବର, ତହସିଲଦାର କ୍ଷୀରୋଧ ବିହାରୀ ଭାରତ ନାଗ, ସହକାରୀ ଯନ୍ତ୍ରୀ ସର୍ବେଶ୍ୱର ପ୍ରଧାନ, ବିଜେପି ନେତା ଘନଶ୍ୟାମ ନାଏକ, ଦୁର୍ଗା ପ୍ରଧାନୀ, ଯୋଗାଣ ଅଧିକାରୀ ଜଗାରାମ ମୁର୍ମୁ, ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଦୀପକ କୁମାର ବେହେରା ପ୍ରମୁଖ ଉପସ୍ଥିତ ଥିଲେ ।


ଏହି କର୍ଯ୍ୟକ୍ରମରେ ଯୋଗ୍ୟ ହିତାଧିକାରୀଙ୍କୁ ଅନ୍ତଦୋୟ ଗୃହ ଯୋଜନାରେ ଗୃହ ନିର୍ମାଣ ପାଇଁ କାର୍ଯ୍ୟାଦେଶ, ନୂତନ ପିଡିଏସ ହିତାଧିକାରୀଙ୍କୁ କାର୍ଡ଼ ବଣ୍ଟନ କରାଯାଇଥିଲା। ସେପଟେ ବିକାଶ ବାହନକୁ ବିଡିଓ ଶ୍ରୀ ମାଝୀ, ବ୍ଲକ୍ ଉପାଧ୍ୟକ୍ଷ ଶ୍ରୀ ଅଗ୍ରୱାଲ, ବିଧାୟକ ପ୍ରତିନିଧି ଶ୍ରୀ ଶବର ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ। କାର୍ଯ୍ୟକ୍ରମକୁ କୋକସରା ଗ୍ରାମ ପଞ୍ଚାୟତ ପିଇଓ ଭବିଷ୍ୟତ ପଟେଲ, ଏଡିଇଓ ରଞ୍ଜିତା ପୁଝାରି, ଯୋଗାଣ ସହାୟକ ଦୟା ଶବର ଓ ମିଶନ ଶକ୍ତି ଅଧିନସ୍ଥ ମହିଳା କର୍ମଚାରୀ ଓ ସ୍ୱୟଂ ସହାୟକ ଗୋଷ୍ଠୀର ମହିଳା ମାନେ ଉପସ୍ଥିତ ରହି ସହଯୋଗ କରିଥିଲେ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.