ପ୍ରମୂଖ ଖବର
  • ସୁନ୍ଦରଗଡ଼ : ରାସ୍ତାରେ ହୁତୁ ହୁତୁ ହୋଇ ଜଳିଗଲା କୋଇଲା ବୋଝେଇ ଟ୍ରେଲର; ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର
  • ||
  • ସମ୍ବଲପୁର : ହୀରାକୁଦରୁ ନିଷ୍କାସନ ହେବ ବର୍ଷର ପ୍ରଥମ ବନ୍ୟାଜଳ, ଆସନ୍ତା ୬ରୁ ଖୋଲିବ ଗେଟ୍
  • ||
  • ସୁନ୍ଦରଗଡ଼ : ହାଇୱା-ଓମିନି ଭ୍ୟାନ୍‌ ମୁହାଁମୁହିଁ ଧକ୍କା:୨ ମୃତ, ୪ ଗୁରୁତର
  • ||
  • ହିମାଚଳ ପ୍ରଦେଶରେ ପ୍ରକୃତିର ତାଣ୍ଡବ; ୩୭ ମୃତ, ୪୦୦ କୋଟିରୁ ଅଧିକ କ୍ଷୟକ୍ଷତି
  • ||
  • ଇଣ୍ଡିଆ-ଇଂଲଣ୍ଡ ଦ୍ବିତୀୟ ଟେଷ୍ଟ,କ୍ୟାପ୍ଟେନ୍ ଶୁବମନଙ୍କ ଡବଲ ସେଞ୍ଚୁରୀ, ୫୧୦ ରନ୍‌ ପିଛା କରୁଛି ଘରୋଇ ଦଳ
  • ||
  • ମୟୂରଭଞ୍ଜ : କାଶିଆବେଡା ଗାଁରେ ଅଭାବନୀୟ ଘଟଣା, ଘରେ ପଶି ବୃଦ୍ଧଙ୍କୁ ଦଳିଦେଲା ଦନ୍ତା
  • ||
  • ଲଗାତାର ଘୂର୍ଣ୍ଣିବଳୟ, ଛାଡ଼ିବନି ବର୍ଷା : ଆଜି ସୁନ୍ଦରଗଡ଼କୁ ଅରେଞ୍ଜ, ୭ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି
  • ||
  • ସରି ଆସୁଛି ଜନ୍ମବେଦୀରେ ଲୀଳାଖେଳା; ଆଜି ସନ୍ଧ୍ୟା ଦର୍ଶନ, ଆଡ଼ପ ମଣ୍ଡପରେ ଶେଷ ଦିଅଁ ଦେଖା
  • ||
  • କଳାହାଣ୍ଡି : ଲଗାଣ ବର୍ଷାର ପ୍ରଭାବ: ଥୁଆମୂଳ ରାମପୁରର ସ୍ଥିତି ବେହାଲ, ଜନଜୀବନ ପ୍ରଭାବିତ
  • ||

ରାଜ୍ୟରେ ସମସ୍ତ ଜିଲ୍ଲାପାଳ ଓ IPSଙ୍କ ଛୁଟି ବାତିଲ, ହେଡକ୍ଵାଟର୍ ନଛାଡ଼ିବାକୁ ନିର୍ଦ୍ଦେଶ

Published By : Rasmita Pradhan | May 10, 2025 10:14 AM

ଭୁବନେଶ୍ଵର, ୧୦/୦୫ : ଘନୋଉଛି ଭାରତ-ପାକ୍ ଯୁଦ୍ଧ। ଉତ୍ତେଜନାମୂଳକ ପରିସ୍ଥିତି ଭିତରେ ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି। ରାଜ୍ୟରେ ସମସ୍ତ RDC ଓ ଜିଲ୍ଲାପାଳଙ୍କ ଛୁଟି ବାତିଲ। ହେଡକ୍ଵାଟର୍ ନଛାଡ଼ିବାକୁ ନିର୍ଦ୍ଦେଶ। ଛୁଟିରେ ଥିଲେ ତୁରନ୍ତ କାର୍ଯ୍ୟରେ ଯୋଗ ଦେବାକୁ ନିର୍ଦ୍ଦେଶ। ସାଧାରଣ ପ୍ରଶାସନ ଓ ଅଭିଯୋଗ ବିଭାଗ ପକ୍ଷରୁ ଏନେଇ ଚିଠି କରଯାଇଛି।  

ସେହିପରି ରାଜ୍ୟର ସମସ୍ତ IPSଙ୍କ ଛୁଟି ବାତିଲ କଲେ ସରକାର। ମୁଖ୍ୟାଳୟରେ ରହିବାକୁ ନିର୍ଦ୍ଦେଶ। ଛୁଟିରେ ଥିଲେ ତୁରନ୍ତ ହେଡକ୍ଵାଟରକୁ ଫେରିବେ। ଏପରିକି ଟ୍ରେନିଂରେ ଥିଲେ ଯୋଗ ଦେବାକୁ ବାଧ୍ୟ। ଓଡ଼ିଶା ପୋଲିସ ଡିଜିଙ୍କୁ ଗୃହ ବିଭାଗ ପକ୍ଷରୁ ନିର୍ଦ୍ଦେଶାନାମା ଜାରି କରାଯାଇଛି। ଏହି ସମୟ ମଧ୍ୟରେ ଅଫିସରଙ୍କୁ ଛୁଟି ଦିଆଯିବ ନାହିଁ। 

ପାକିସ୍ତାନର ସମ୍ଭାବ୍ୟ ଆକ୍ରମଣ ଆଶଙ୍କାରେ ଓଡ଼ିଶାରେ ହାଇ ଆଲର୍ଟ ଜାରି କରାଯାଇଛି। ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ବିମାନ ବନ୍ଦରରେ ତନ୍ନତନ୍ନ କରି ଯାଞ୍ଚ କରାଯାଉଛି। ହୀରାକୁଦରେ ବ୍ଲାକଆଉଟ୍ ଘୋଷଣା ହୋଇଛି। ପାରାଦୀପ ସମେତ ସବୁ ଉପକୂଳବର୍ତ୍ତୀ ଅଞ୍ଚଳରେ ଟାଇଟ୍ ସିକ୍ୟୁରିଟି ବ୍ୟବସ୍ଥା କରାଯାଇଛି। କ୍ଷେପଣାସ୍ତ୍ର ଘାଟୀ ସହ ପୁରୀରେ ବି ସୁରକ୍ଷା କଡ଼ାକଡ଼ି କରାଯାଇଛି।  ସବୁ ଦିଗ ପ୍ରତି ସରକାର ତୀକ୍ଷ୍ଣ ନଜର ରଖିଛନ୍ତି ।   

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.