ପ୍ରମୂଖ ଖବର
  • କୋରାପୁଟ : କାମ କରିବାକୁ ଯାଇ ନିଖୋଜ ହେଲେ ସ୍ୱାମୀ; ଖୋଜିଖୋଜି ଆତ୍ମହରା ହେଲେ ସ୍ତ୍ରୀ, ମାସେ ପରେ କରିଲେ ଅଭିଯୋଗ
  • ||
  • ବାଲିପାଟଣା : ନଦୀରେ ଭାସୁଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ସାଲେପୁର : ଝରକା ତାଡ଼ି ୩ ଘରୁ ଚୋରି, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଗଞ୍ଜାମ : ୧୧କେଭି ତାର ଲାଗି ଜଣେ ମୃତ, ଜଣେ ଗୁରୁତର
  • ||
  • ବାଲେଶ୍ଵର : ବାଇକ୍‌କୁ ଧକ୍କା ଦେଲା ମାଲବାହୀ ଟ୍ରକ୍; ଜଣେ ମୃତ,୨ ଗୁରୁତର
  • ||
  • ସୁନ୍ଦରଗଡ଼ : ପୂଜା ଦେଖିବାକୁ ଆସିଥିବା ବେଳେ ଯୁବତୀଙ୍କୁ ଗଣଦୁଷ୍କର୍ମ, ୩ ଅଟକ
  • ||
  • ଉଦଳା : ସରକାରୀ ଡାକ୍ତରଖାନାରେ ସ୍ୱାସ୍ଥ୍ୟସେବା ବିପର୍ଯ୍ୟସ୍ତ , ଚିକିତ୍ସା ଅଭାବରୁ ଚାଲିଗଲା ଶିଶୁକନ୍ୟାର ଜୀବନ
  • ||
  • ଯାଜପୁର : ଖରସ୍ରୋତା ବ୍ରିଜ୍‌ ଉପରୁ ନଦୀକୁ ଡେଇଁଲେ ମହିଳା, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ବ୍ରହ୍ମପୁର : ନକଲି ଗୁଟଖା କମ୍ପାନିରେ ଚଢାଉ; ନକଲି ଗୁଟଖା, ଗୁଟଖା ସାମଗ୍ରୀ ଏବଂ ମେସିନ ଠାବ
  • ||
  • ଦିଗପହଣ୍ଡି : ବାର୍ଦ୍ଧକ୍ୟ ଭତ୍ତା ଆଣିବାକୁ ଯାଇ କେନାଲରେ ଭାସିଗଲେ ବୃଦ୍ଧା,୧୦ ଘଣ୍ଟା ପରେ ମୃତଦେହ ଉଦ୍ଧାର
  • ||
  • ଆସ୍କା : ଟ୍ରକ୍‌କୁ ପିଟିଲା ପିକଅପ୍‌ ଭ୍ୟାନ୍‌, ୨ ମୃତ
  • ||
  • ଗୁରୁବାରଠୁ ଭାରତ- ବାଂଲାଦେଶ ପ୍ରଥମ ଟେଷ୍ଟ: ଚିପକ୍‌ରେ ରାଜୁତି କରିବେ ସ୍ପିନର୍‌, ଫେରିବେ ପନ୍ତ ଏବଂ ରାହୁଲ
  • ||
  • ମୋହନାରେ ଟ୍ରକ୍‌-ବାଇକ୍‌ ଧକ୍କା, ୨ ବାଇକ୍‌ ଆରୋହୀ ମୃତ
  • ||
  • ଭୁବନେଶ୍ୱର : ରାଜଧାନୀରେ ବୋମା ମାଡ଼; ସିସିଟିଭିରେ କଏଦ ହେଲା ଦୃଶ୍ୟ, ଦୁର୍ବୃତ୍ତଙ୍କୁ ଖୋଜୁଛି ପୋଲିସ
  • ||
  • ପୁରୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ୧୦୦ ଦିନର ସଫଳତା ସମାବେଶ ଓ ପ୍ରଦର୍ଶନୀରେ ଯୋଗଦେବେ
  • ||
  • ୨୨ରୁ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା, ଆହୁରି ବିଗିଡ଼ିପାରେ ବାଲେଶ୍ୱର, ମୟୂରଭଞ୍ଜ ସ୍ଥିତି
  • ||

ଫାଟିଲା ଶତାଧିକ ପେଜର; ମୃତ୍ୟୁସଂଖ୍ୟା ୧୧କୁ ବୃଦ୍ଧି, ଜାଣନ୍ତୁ କ'ଣ ଏହି ପେଜର?

ନୂଆଦିଲ୍ଲୀ,୧୮/୦୯: ଲେବାନନରେ ସିରିଏଲ୍ ବ୍ଲାଷ୍ଟ।  ପେଜର୍‌ ବିସ୍ଫୋରଣରେ ବର୍ତ୍ତମାନ ସୁଦ୍ଧା ୧୧ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ପ୍ରାୟ ୪ ହଜାରରୁ ଅଧିକ ଆହତ ହୋଇଥିବା ସୂଚନା ମିଳିଛି। ସେହିପରି ଆଗକୁ ଆହୁରି ମୃତ୍ୟୁ ସଂଖ୍ୟା ବଢିପାରେ ବୋଲି ସୂଚନା ମିଳିଛି । ଗତକାଲି ଶହ ଶହ  ଲୋକଙ୍କ ପକେଟରେ ଥିବା ପେଜରରେ ଏକାସଙ୍ଗେ ହଠାତ୍ ବିସ୍ଫୋରଣ ହୋଇଥିଲା । ଯାହାକୁ ନେଇ ହିଦବୁଲ୍ଲା ଇସ୍ରାଏଲକୁ ଦାୟୀ କରିଛି। କୁହାଯାଉଛି ଯେ, ପେଜରକୁ ହ୍ୟାକ୍ କରାଯାଇ ଏହି ବିସ୍ଫୋରଣ କରାଯାଇଛି। ସେପଟେ ଏହି ଘଟଣାକୁ ନେଇ ଇସ୍ରାଏଲ କୌଣସି ପ୍ରତିକ୍ରିୟା ଦେଇନି । 

ତେବେ ଇସ୍ରାଏଲ ପକ୍ଷରୁ ପେଜରକୁ ହ୍ୟାକ୍ କରି ବିସ୍ଫୋରଣ କରାଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣା ପରେ ଲେବାନନରେ ଜାରି ହୋଇଛି ହାଇଆଲର୍ଟ। ଲୋକଙ୍କୁ ପେଜର ବ୍ୟବହାର ନ କରିବାକୁ  ନିର୍ଦ୍ଦେଶ ଦିଆଯାଇଛି । ଏନେଇ ଲେବନାନର ସ୍ୱାସ୍ଥ୍ୟମନ୍ତ୍ରୀ ଫରାସ ଅବୈଦ କହିଛନ୍ତି ଯେ, ୪ ହଜାରରୁ ଅଧିକ ଲୋକ ବିସ୍ଫୋରଣରେ ଆହତ ହୋଇଛନ୍ତି । ସେଥିମଧ୍ୟରୁ ଏକାଧିକ ଅଧିକ ଲୋକ ଗମ୍ଭୀର ସ୍ଥିତିରେ ରହିଥିବା ବେଳେ ସେମାନଙ୍କ ଚିକିତ୍ସା ଜାରି ରହିଛି । ରିପୋର୍ଟ ଅନୁସାରେ, ସମସ୍ତ ଆହତଙ୍କୁ ଲେବନାନର ରାଜଧାନୀ ବେରୁତ ଏବଂ ଏହାର ଦକ୍ଷିଣଉପନଗରରେ ଅବସ୍ଥିତ ଦହିହ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ତେବେ ଏହି ବିସ୍ଫୋରଣରେ ହିଜବୁଲ୍ଲାହର ଜଣେ ପ୍ରମୁଖ ସଦସ୍ୟ ଆହତଙ୍କ ତାଲିକାରେ ସାମିଲ ଥିବା ସୂଚନା ଦେଇଛି ଇସ୍ରାଏଲ ।  

ପ୍ରକାଶ ଥାଉକି, ପେଜର ହେଉଛି ଏକ ଇଲେକ୍ଟ୍ରୋନିକ୍ସ ଡିଭାଇସ। ମେସେଜ୍ ପଠାଇବା ଏବଂ ପଢିବା ପାଇଁ ଏହାକୁ ବ୍ୟବହାର କରାଯାଇଥାଏ। ରେଡିଓ ସିଗନାଲ୍ ଦ୍ୱାରା ଏହା ମେସେଜ୍ ରିସିଭ୍ କରିଥାଏ। ମୋବାଇଲ୍ ନଥିବା ବେଳେ ଏହାର ବହୁଳ ବ୍ୟବହାର ହେଉଥିଲା।  ୧୯୯୦ ଦଶକରେ ବେଶ୍ ଲୋକପ୍ରିୟ ଥିଲା ପେଜର। ସେହି ସମୟରେ ଏହାକୁ ଡାକ୍ତର, ବ୍ୟବସାୟୀ ଏବଂ ଜରୁରୀ ସେବା ସହ ଜଡିତ ବ୍ୟକ୍ତି ବ୍ୟବହାର କରୁଥିବା ଜଣାପଡିଛି । 






  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.