ପ୍ରମୂଖ ଖବର
  • ବିଶ୍ୱ ପ୍ରସିଦ୍ଧ ରଥଯାତ୍ରାକୁ ଆଉ କିଛି ଘଣ୍ଟାର ଅପେକ୍ଷା..ରଥଖଳାରେ ବିଜେ ହେଲା ଆଜ୍ଞାମାଳ, ସିଂହଦ୍ୱାରରେ ଲାଗିବ ରଥତ୍ରୟ
  • ||
  • ଉମରକୋଟ: ଆମ୍ବୁଲାନ୍ସ ଧକ୍କାରେ ପୁଅ ମୃତ, ବାପା ଗୁରୁତର
  • ||
  • ଜୁଲାଇ ୨୨ରେ ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ: ୨୪ରେ ଉପବାଚସ୍ପତି ନିର୍ବାଚନ,୨୫ରେ ବଜେଟ୍ ଉପସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ
  • ||
  • ଶନିବାର ଜିମ୍ବାୱେ-ଭାରତ ପ୍ରଥମ ଟି-ଟ୍ୱେଣ୍ଟି ମୁକାବିଲା, ଗିଲ୍‌ଙ୍କ ନେତୃତ୍ୱରେ ମଇଦାନକୁ ଓହ୍ଲାଇବ ଯୁବ ବାହିନୀ
  • ||
  • ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ: ୪ ଦିନ ରହିବେ, ଗୁଣ୍ଡିଚା ଯାତ୍ରା ଦେଖିବେ, ସୁରକ୍ଷା ପାଇଁ ୨୫ ପ୍ଲାଟୁନ୍‌ ଫୋର୍ସ ମୁତୟନ
  • ||
  • ରତ୍ନଭଣ୍ଡାର ଗଣତିମଣତି ନେଇ ନବଗଠିତ କମିଟିର ପ୍ରଥମ ବୈଠକ, ଖୋଲିବାର ତାରିଖ ଓ ମୋଡ଼ାଲିଟି ନିର୍ଦ୍ଧାରିତ ହେବ
  • ||
  • ୭ରେ ଲଘୁଚାପ: ଆସନ୍ତା ୫ ଦିନ ରାଜ୍ୟରେ ବର୍ଷା ସମ୍ଭାବନା ,୪ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି
  • ||

ପୂର୍ବତନ ଉପପ୍ରଧାନମନ୍ତ୍ରୀ ଲାଲକୃଷ୍ଣ ଆଡଭାନୀ ଅସୁସ୍ଥ, ଦିଲ୍ଲୀର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ: ଭାରତର ପୂର୍ବତନ ଉପପ୍ରଧାନମନ୍ତ୍ରୀ ଏବଂ ବିଜେପିର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀଙ୍କ ସ୍ବାସ୍ଥ୍ୟବସ୍ଥା ପୁଣି ବିଗିଡ଼ିଛି । ତାଙ୍କୁ ଦିଲ୍ଲୀର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।  ତାଙ୍କୁ ସ୍ନାୟୁରୋଗ ବିଶେଷଜ୍ଞଙ୍କ ଏକ ଟିମ୍‌ ଚିକିତ୍ସା କରୁଥିବା ଜଣାପଡ଼ିଛି । ଗୋଟିଏ ସପ୍ତାହ ପୂର୍ବରୁ ଭାରତ ରତ୍ନ ଏଲକେ ଆଡଭାନୀଙ୍କ ସ୍ବାସ୍ଥ୍ୟବସ୍ଥା ଖରାପ ହୋଇଥିଲା । ତାଙ୍କୁ ଦିଲ୍ଲୀର ଏମ୍ସ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା ।  ରାତି ପ୍ରାୟ ୧୦.୩୦ରେ ଏମ୍ସର ୟୁରୋଲୋଜି ବିଭାଗରେ ଭର୍ତ୍ତି ହୋଇଥିଲେ ଆଡଭାନୀ । ସ୍ବାସ୍ଥ୍ୟବସ୍ଥାରେ ଉନ୍ନତ୍ତି ଆସିବା ପରେ ତାଙ୍କୁ ତାପରଦିନ ହସ୍ପିଟାଲରୁ ଡିସଚାର୍ଜ କରାଯାଇଥିଲା ।  

୧୯୨୭ ନଭେମ୍ବର ୮ରେ କରାଚିରେ ଜନ୍ମଗ୍ରହଣ କରିଥିଲେ ଲାଲକୃଷ୍ଣ ଆଡ଼ଭାନୀ । ସେ ଭାରତୀୟ ଜନତା ପାର୍ଟିର ଜଣେ ସହ-ପ୍ରତିଷ୍ଠାତା । ୧୯୮୬ରୁ ୧୯୯୦ ପର୍ଯ୍ୟନ୍ତ ପୁଣି ୧୯୯୩ରୁ ୧୯୯୮ ପର୍ଯ୍ୟନ୍ତ ଓ ୨୦୦୪ରୁ ୨୦୦୫ ପର୍ଯ୍ୟନ୍ତ ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଭାବେ ସେ କାର୍ଯ୍ୟ କରିଥିଲେ । ସେ ୧୯୪୨ରେ ସ୍ଵଂୟ ସେବକ ସଂଘର ସଦସ୍ୟ ଥିଲେ । ପାଖାପାଖି ତିନି ଦଶନ୍ଧିର ସାଂସଦ କାର୍ଯ୍ୟକାଳରେ ସେ ଗୁରୁତ୍ଵପୂର୍ଣ୍ଣ ମନ୍ତ୍ରଣାଳୟ ସମ୍ଭାଳିଥିଲେ ।

ଅଟଳ ବିହାରୀ ବାଜପେୟୀଙ୍କ ସରକାରରେ ପ୍ରଥମେ ଗୃହ ମନ୍ତ୍ରଣାଳୟ ଦାୟିତ୍ଵ ସମ୍ଭାଳିଥିଲେ ଆଡଭାନୀ । ଏହା ପରେ ୧୯୯୯ରୁ ୨୦୦୪ ପର୍ଯ୍ୟନ୍ତ ଉପପ୍ରଧାନମନ୍ତ୍ରୀ ରହିଥିଲେ ଲାଲକୃଷ୍ଣ ଆଡଭାନୀ । ଚଳିତ ବର୍ଷ ମୋଦୀ ସରକାର ଏଲକେ ଆଡଭାନୀଙ୍କୁ ଭାରତ ରତ୍ନ ସମ୍ମାନରେ ସମ୍ମାନିତ କରିଛନ୍ତି ।  

  • delhi
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Rath Yatra

    Copyright © 2024 - Summa Real Media Private Limited. All Rights Reserved.