ପ୍ରମୂଖ ଖବର
  • ବିଶ୍ୱ ପୁଲିସ ଓ ଅଗ୍ନିଶମ କ୍ରୀଡ଼ାରେ ଇତିହାସ ରଚିଲା ଓଡ଼ିଶା ପୁଲିସ; ମିଳିଲା ୯ ସ୍ୱର୍ଣ୍ଣ, ୨ଟି ରୌପ୍ୟ ଓ ୩ଟି ବ୍ରୋଞ୍ଜ ପଦକ
  • ||
  • ଝାରସୁଗୁଡାରେ ବର୍ଷା ବିତ୍ପାତ, ୪ ବ୍ଲକରେ ଅତି ପ୍ରବଳ ବର୍ଷା ରେକର୍ଡ
  • ||
  • କଟକ : କାର୍‌ - ବାଇକ୍‌ ମୁହାଁମୁହିଁ ଧକ୍କା; ଜଣେ ଗୁରୁତର, ୨ ଆହତ
  • ||
  • ନୟାଗଡ଼ : ଟାଙ୍ଗିଆ ଚୋଟରେ ବୃଦ୍ଧଙ୍କ ମୃତ୍ୟୁ, ଅଭିଯୁକ୍ତ ଅଟକ
  • ||
  • ପୂଜାର୍ଚ୍ଚନା ପରେ ଖୋଲିଲା ହୀରାକୁଦର ୭ ନମ୍ବର ଗେଟ୍, ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ
  • ||
  • ମହଣ ମହଣ ସୁନାରେ ଝଟକିବେ ଦାରୁବ୍ରହ୍ମ, ରଥାରୂଢ଼ ଶ୍ରୀଜିଉଙ୍କ ରାଜରାଜେଶ୍ୱର ବେଶ ଦର୍ଶନ କରିବେ ଶ୍ରଦ୍ଧାଳୁ
  • ||
  • ଆମେରିକା ଟେକ୍ସାସରେ ଭୟଙ୍କର ବନ୍ୟା ସ୍ଥିତି, ୪୩ ମୃତ ୨୩ ନିଖୋଜ
  • ||
  • ଟ୍ରମ୍ପଙ୍କୁ ସିଧା ଟକ୍କର ଦେବେ ଏଲନ ମସ୍କ; ନୂଆ ଦଳର କଲେ ଘୋଷଣା
  • ||
  • ଲଘୁଚାପ ରୂପ ନେଇପାରେ ଘୂର୍ଣ୍ଣିବଳୟ: ଆସନ୍ତା ୩ ଦିନ ପ୍ରବଳ ବର୍ଷା ସମ୍ଭାବନା, ୮ରୁ ଉପକୂଳରେ କମିବ
  • ||

ଶିରୁଳି ମହାବୀର ମନ୍ଦିରରୁ ଚୋରି, ହୁଣ୍ଡି ଭାଙ୍ଗି ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

Published By : Harapriya Sethi | January 21, 2025 9:55 AM

ପୁରୀ, ୨୧/୦୧: ପୁଣି ଶିରୁଳି ମହାବୀର ମନ୍ଦିରରୁ ଚୋରି। ସୋମବାର ବିଳମ୍ବିତ ରାତିରେ ଶିରୁଳି ମହାବୀର ମନ୍ଦିରର ହୁଣ୍ଡି ଭାଙ୍ଗି ଚୋରି ହୋଇଥିବା ଅଭିଯୋଗ ହୋଇଛି । ହୁଣ୍ଡିରୁ ଲକ୍ଷାଧିକ ଟଙ୍କା ଚୋରି ହୋଇଥିବା ନେଇ ସେବାୟତ ମାନେ ଅଭିଯୋଗ କରିଛନ୍ତି । ଖବର ପାଇ ଘଟଣାସ୍ଥଳରେ ଚନ୍ଦନପୁର ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । 

ସୂଚନା ମୁତାବକ, ସୋମବାର ମହାପ୍ରଭୁଙ୍କ ସନ୍ଧ୍ୟା ଆଳତୀ ପରେ ଦୈନନ୍ଦିନ ନୀତିକାନ୍ତି ସମ୍ପୂର୍ଣ୍ଣ ହୋଇଥିଲା । ପରେ ରାତ୍ର ୧୦ଟା ୩୦ରେ ପହୁଡ଼ ନୀତି ହୋଇଥିଲା । ଏହା ପରେ ପାଳିଆ ସେବାୟତ ମାନେ ମନ୍ଦିର ବନ୍ଦ କରି ଯାଇଥିଲେ । ମଙ୍ଗଳବାର ସକାଳେ ପାଳିଆ ସେବାୟତ ମନ୍ଦିର ଖୋଲି ଭିତରକୁ ଆସିବା ପରେ ହୁଣ୍ଡି ଭଙ୍ଗା ଯାଇ ଲୁଟ୍‌ ହୋଇଥିବାର ଦେଖିଥିଲେ ।ଏନେଇ ସଙ୍ଗେ ସଙ୍ଗେ ମନ୍ଦିର କମିଟି ଏବଂ ଚନ୍ଦନ ପୁର ଥାନାକୁ ଖବର ଦେଇଥିଲେ। ଖବର ପାଇ ଘଟଣା ସ୍ଥଳରେ ଚନ୍ଦନପୁର ପୋଲିସ ପହଞ୍ଚି ତଦନ୍ତ କରୁଥିବା ବେଳେ ଘଟଣା ସ୍ଥଳରେ ମାଜିଷ୍ଟ୍ରେଟ ମଧ୍ୟ ଉପସ୍ଥିତ ରହିଛନ୍ତି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.