ପ୍ରମୂଖ ଖବର
  • ଜାନୁଆରୀରେ ଆସିବ ସୁଭଦ୍ରା ଟଙ୍କା, ବଣ୍ଡା ଘାଟିରେ ସମସ୍ତ ମହିଳାଙ୍କ ଆକାଉଣ୍ଟକୁ ଯିବ କିସ୍ତି
  • ||
  • ସୁବର୍ଣ୍ଣପୁର : ଶିବ ମନ୍ଦିରରୁ ଚୋରି, ତାଲା କାଟି ଏକାଧିକ ମୂର୍ତ୍ତି ଲୁଟି ନେଲେ ଦୁର୍ବୃତ୍ତ
  • ||
  • ସୁବର୍ଣ୍ଣପୁର : ଟ୍ରେନ୍‌ ଧକ୍କାରେ ଚାଲିଗଲା ମହିଳାଙ୍କ ଜୀବନ
  • ||
  • ପଦ୍ମପୁର : ସ୍ତ୍ରୀର ତଣ୍ଟି କାଟିଦେଲା ନୃସଂଶ ସ୍ୱାମୀ, ଅଭିଯୁକ୍ତ ଫେରାର
  • ||
  • ପଟ୍ଟାମୁଣ୍ଡାଇ : ରାଜନଗରରୁ ପ୍ରାୟ ୧୮ ଫୁଟ ଲମ୍ୱର ଅଜଗର ଉଦ୍ଧାର, ଚିକିତ୍ସା ପରେ ଯିବ ଭିତରକନିକା
  • ||
  • ଭୁବନେଶ୍ୱର : ସୁନା ଦୋକାନରୁ ଲୁଟ୍‌, ଲକ୍ଷାଧିକ ଟଙ୍କାର ଅଳଙ୍କାର ଚୋରି କଲେ ଦୁର୍ବୃତ୍ତ
  • ||
  • ଚାନ୍ଦବାଲି : ନବ ବିବାହିତା ମହିଳାଙ୍କ ମୃତ୍ୟୁ, ହତ୍ୟା ଅଭିଯୋଗ କଲେ ବାପଘର ଲୋକେ
  • ||
  • ଖଲ୍ଲିକୋଟ : ଚାଷୀଙ୍କ ଚିନ୍ତା ବଢାଇଲା ଅଦିନିଆ ବର୍ଷା, ନଷ୍ଟ ହୋଇଗଲା ଫସଲ
  • ||
  • ଶନିବାର ଜିଏସ୍‌ଟି ପରିଷଦ ବୈଠକ: ଶସ୍ତା ହୋଇପାରେ ଅନ୍‌ଲାଇନ୍‌ ଖାଦ୍ୟ ଅର୍ଡର, କମିପାରେ ସ୍ୱାସ୍ଥ୍ୟ ବୀମା ପ୍ରିମିୟମ୍‌
  • ||
  • ଭୂକମ୍ପ ଝଟ୍‌କାରେ ଥରିଲା ନେପାଳ, ରିକ୍ଟର ସ୍କେଲରେ ତୀବ୍ରତା ୪.୮ ରେକର୍ଡ,କ୍ଷୟକ୍ଷତି ନେଇ ନାହିଁ ସୂଚନା
  • ||
  • ଜର୍ମାନୀରେ ଖ୍ରୀଷ୍ଟମାସ ମାର୍କେଟରେ ଲୋକଙ୍କ ଉପରେ ମାଡ଼ିଗଲା କାର୍‌, ୨ ମୃତ, ୬୫ ଆହତ,ଚାଳକ ଅଟକ
  • ||
  • ଆସିକା : ଲଗାଣ ବର୍ଷାରେ ନଷ୍ଟ ହୋଇଗଲା ଅମଳ ଧାନ, ଚିନ୍ତାରେ ପଡିଛନ୍ତି ଚାଷୀ
  • ||
  • ଜଗତସିଂହପୁର : ଅଦିନିଆ ବର୍ଷା ପାଇଁ ଚିନ୍ତାରେ ଚାଷୀ, ନଷ୍ଟ ୫୦ ହଜାର ହେକ୍ଟର ଜମିର ଫସଲ
  • ||
  • ଶୀତରେ ବର୍ଷା ଦାଉ: ଆଜି ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବା ମନା
  • ||

ସୁନା ଦୋକାନରୁ ଲୁଟ୍‌, ଲକ୍ଷାଧିକ ଟଙ୍କାର ଅଳଙ୍କାର ଚୋରି କଲେ ଦୁର୍ବୃତ୍ତ

Published By : Harapriya Sethi | December 21, 2024 10:58 AM

ଭୁବନେଶ୍ୱର,୨୧/୧୨: ରାଜଧାନୀରେ ଚାଲିଛି ଲୁଟେରାଙ୍କ ରାଜ୍‌ । ପୁଣି ମାତିଲେ ସିନ୍ଧି ଚୋର । ସୁନା ଦୋକାନର ତାଲା କାଟି ଲୁଟେରା ନେଇଗଲେ ଲକ୍ଷାଧିକ ଟଙ୍କାର ଅଳଙ୍କାର । ପାଖାପାଖି ଦୁଇ କିଲୋଗ୍ରାମ୍ ରୂପା ଓ  ୨୦ଗ୍ରାମ ସୁନା ଅଳଙ୍କାର ନେଇଥିବା ବେଳେ ଏହାର ଦୃଶ୍ୟ ସିସିଟିଭିରେ କଏଦ ହୋଇଛି । ରାଜଧାନୀ ଭୁବନେଶ୍ୱରରେ ଏଭଳି ଘଟଣା ଘଟିଛି । 

ସୂଚନା ମୁତାବକ, ଚକେଇସିଆଣି ମୁଖ୍ୟ ବଜାରରେ ଥିବା ସୁବର୍ଣା ଜୁଏଲାରୀରୁ ହୋଇଛି ସିନ୍ଧି ଚୋରି । ଡିସେମ୍ୱର୧୯ ତାରିଖ ବିଳମ୍ବିତ ରାତିରେ ଦୋକାନର ସାମ୍ନା ପଟ ତାଲା କାଟି ଅଳଙ୍କାର ନେଇଛନ୍ତି ଲୁଟେରା । ପ୍ରଥମେ ଶାବଳରେ ଲୁହା କବାଟ ତାଡ଼ି ଦୋକାନରେ ପଶିଥିଲେ । ଚୋରି ପୂର୍ବରୁ ସିସିଟିଭିର ମୁହଁ ଉପରକୁ କରିବା ସହ ସିସିଟିଭିର ଡିଭିଆର୍ ମଧ୍ୟ ନେଇଯାଇଛନ୍ତି ଚୋର । ଦୋକାନରରେ ପଶି ପାଖାପାଖି ଦୁଇ କିଲୋଗ୍ରାମ୍ ରୂପା ଓ  ୨୦ଗ୍ରାମ ସୁନା ଅଳଙ୍କାର ଲୁଟି ନେଇଥିଲେ ଦୁର୍ବୃତ୍ତ । ଏନେଇ ସ୍ଥାନୀୟ ମଞ୍ଚେଶ୍ୱର ଥାନାରେ ଅଭିଯୋଗ କଲେ ଦୋକାନ ମାଲିକ ବ୍ରହ୍ମା ସାହୁ । ଉକ୍ତ ଅଭିଯୋଗ ଆଧାରରେ ଆଖପାଖ ଅଞ୍ଚଳର ସିସିଟିଭି ଯାଞ୍ଚ କରି ଘଟଣାର ତଦନ୍ତ କରୁଛି ମଞ୍ଚେଶ୍ୱର ଥାନା ପୋଲିସ ।

  • prameyanews
  • PrameyaOdia
  • prameya
  • Prameya Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.