ପ୍ରମୂଖ ଖବର
  • ଧାମି ସରକାରଙ୍କ ବଡ଼ ନିଷ୍ପତ୍ତି,ଉତ୍ତରାଖଣ୍ଡର ସବୁ ସ୍କୁଲ୍‌ରେ ଗୀତା ପାଠ ବାଧ୍ୟତାମୂଳକ
  • ||
  • ଏଫଏମ କଲେଜ ଛାତ୍ରୀ ମୃତ୍ୟୁ ଘଟଣା : କ୍ରାଇମବ୍ରାଞ୍ଚ କରିବ ତଦନ୍ତ
  • ||
  • କଂଗ୍ରେସର ଓଡିଶା ବନ୍ଦ ଡାକରା ଯୋଗୁ ଗୁରୁବାର ବନ୍ଦ ରହିବ ପେଟ୍ରୋଲ ପମ୍ପ
  • ||
  • ଆସନ୍ତା ୨୧ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି
  • ||
  • କଂଗ୍ରେସର ଓଡ଼ିଶା ବନ୍ଦ ଡାକରା, ଶାନ୍ତି ଶୃଙ୍ଖଳାରେ ବନ୍ଦକୁ ସମର୍ଥନ କରିବାକୁ ଭକ୍ତଙ୍କ ଅପିଲ୍
  • ||
  • ମୟୂରଭଞ୍ଜ : ଅନ୍ଧ ବିଶ୍ୱାସ ଓ ତନ୍ତ୍ର ପୂଜା ପାଇଁ ଘରେ ରଖିଥିଲେ ବାଘ ଛାଲ, ୭ ଅଭିଯୁକ୍ତ ଗିରଫ
  • ||
  • ଗୁରୁବାର ମହାପ୍ରଭୁଙ୍କର ବନକଲାଗି ନୀତି, ସନ୍ଧ୍ୟା ସାଢେ ୬ଟାରୁ ରାତି ୧୧ଟା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ
  • ||
  • ଜଳେଶ୍ବର: ବିଜୁ ଜନତା ଦଳ ପକ୍ଷରୁ ବାଲେଶ୍ୱର ଜିଲ୍ଲା ବନ୍ଦ ଡାକରା, ଦିନ ୨ଟା ପର୍ଯ୍ୟନ୍ତ ଚକଅଖ ବନ୍ଦ
  • ||
  • ନୂଆପଡ଼ା: ମର୍ଣ୍ଣିଙ୍ଗ ୱାକ କରିବା ବେଳେ ଅଘଟଣ; ଅଜଣା ଗାଡ଼ି ଧକ୍କାରେ ଜଣେ ମୃତ,୨ ଗୁରୁତର
  • ||
  • ମୟୂରଭଞ୍ଜ: ରକ୍ତ ସମ୍ପର୍କରେ ରକ୍ତ ଛିଟା; ବୃଦ୍ଧ ବାପା ଓ ମାଆଙ୍କୁ ହତ୍ୟାକଲା ମଦ୍ୟପ ପୁଅ
  • ||
  • ଗଞ୍ଜାମ : ଭାରସାମ୍ୟ ହରାଇ ଘରେ ପଶିଲା କାର୍; ଜଣେ ମୃତ, ୪ଆହତ
  • ||
  • ଓଡ଼ିଶା ବନ୍ଦ ପାଇଁ ଟିଏଲ୍‌ଟି ନିଯୁକ୍ତି ପରୀକ୍ଷା ସ୍ଥଗିତ, ୧୮ରେ ହେବ ପରୀକ୍ଷା
  • ||
  • ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା, ୧୯ ଯାଏ ଢାଳିବ
  • ||
  • ଆମେରିକାର ଟାରିଫ୍‌ ଛାଟରେ ଚିନ୍ତାରେ ଏସୀୟ ଦେଶ : ପୋଷାକ ରପ୍ତାନିରେ ଲାଭ ଉଠାଇପାରିବ ଭାରତ
  • ||
  • ନୂଆପଡ଼ା : ମର୍ଣ୍ଣିଙ୍ଗ ୱାକ କରିବା ବେଳେ ଅଘଟଣ; ଅଜଣା ଗାଡ଼ି ଧକ୍କାରେ ଜଣେ ମୃତ,୨ ଗୁରୁତର
  • ||

ମନ୍ଦିରରେ ପଶି ହୁଣ୍ଡି ଟେକିନେଲେ ଲୁଟେରା, ସିସିଟିଭିରେ ଲୁଟ୍ ସମୟର ଦୃଶ୍ୟ କଏଦ

Published By : Harapriya Sethi | July 9, 2025 11:27 AM

ପୁରୀ, ୦୯/୦୭: ପୁରୀରେ ପୁଣି ମାତିଲେ ମନ୍ଦିର ଲୁଟେରା। ମଙ୍ଗଳବାର ବିଳମ୍ବିତ ରାତିରେ ମନ୍ଦିର ଭିତରେ ପଶି ହୁଣ୍ଡି ଲୁଟି ନେଇଛନ୍ତି ଦୁର୍ବୃତ୍ତ । ପୁରୀ ରେଳ ଷ୍ଟେସନ ନିକଟ ରାମ ମନ୍ଦିରରୁ ଲୁଟ୍‌ ହୋଇଥିବା ବେଳେ ଲୁଟ୍ ସମୟର ଦୃଶ୍ୟ ସିସିଟିଭି କ୍ୟାମେରାରେ କଏଦ ହୋଇଛି। 

ସୂଚନା ମୁତାବକ, ମଙ୍ଗଳବାର ବିଳମ୍ବିତ ରାତିରେ ଦୁଇଜଣ ଦୁର୍ବୃତ୍ତ ପ୍ରଥମେ ମନ୍ଦିର ଭିତରେ ପ୍ରବେଶ କରୁଥିବା ଦେଖିବାକୁ ମିଳିଥିଲା । ପରେ ଜଣେ ଦୁର୍ବୃତ୍ତ ମନ୍ଦିରର ହୁଣ୍ଡି ବାକ୍ସ ଟେକି ନେଇ ଫେରାର ହେଉଥିବା ଦେଖିବାକୁ ମିଳିଛି । ଭକ୍ତମାନେ ଦାନ କରିଥିବା ସମସ୍ତ ଅର୍ଥ ହୁଣ୍ଡି ବାକ୍ସରେ ଥିବାବେଳେ ସେଥିରେ କେତେ ଟଙ୍କା ଥିଲା ତାହା ସ୍ପଷ୍ଟ ହୋଇନାହିଁ । ମହାପ୍ରଭୁଙ୍କ ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା ସମୟରେ ପୁରୀ ସହର କଡ଼ା ସୁରକ୍ଷା ବଳୟ ମଧ୍ୟରେ ଥିବାବେଳେ ଦୁର୍ବୃତ୍ତମାନେ ସୁରକ୍ଷା ବ୍ୟବସ୍ଥାକୁ ଚାଲେଞ୍ଜ କରିଛନ୍ତି । ବିଭିନ୍ନ ସାହି ଗଳି ମାନଙ୍କରେ ମାଳ ମାଳ ପୁଲିସ ଅଧିକାରୀ ଓ କର୍ମଚାରୀ ମୁତୟନ ହୋଇଥିଲେ ମଧ୍ୟ ଢିଲା ସୁରକ୍ଷା ବ୍ୟବସ୍ଥା ଯୋଗୁଁ ଦୁର୍ବୃତ୍ତମାନେ ମନ୍ଦିରରୁ ହୁଣ୍ଡି ଲୁଟ୍ କରିବାରେ ସକ୍ଷମ ହୋଇଛନ୍ତି । ଘଟଣାକୁ ନେଇ ରାମ ମନ୍ଦିର କମିଟି ପକ୍ଷରୁ ଥାନାରେ ଅଭିଯୋଗ ହୋଇଛି । ସିସିଟିଭି ଆଧାରରେ ପୁଲିସ ତଦନ୍ତ ଆରମ୍ଭ କରିଥିଲେ ମଧ୍ୟ ଏପର୍ଯ୍ୟନ୍ତ ଦୁର୍ବୃତ୍ତଙ୍କ ପତ୍ତା ମିଳିନି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.