ପ୍ରମୂଖ ଖବର
  • ଭୁବନେଶ୍ୱର : ବିଦେଶୀ ମଦ ଦୋକାନ ଉପରେ ଅବକାରୀ ବିଭାଗର ରେଡ୍‌, ପାଣି ମିଶା ମଦ ଜବତ
  • ||
  • ତେଲକୋଇ : ବେଣା ଗାଁରେ ହାତୀପଲଙ୍କ ଉତ୍ପାତ; ଧାନ ସହ ଖାଇଗଲେ ଟଙ୍କା, ସରକାରୀ ସହାୟତା ପାଇଁ ଗ୍ରାମବାସୀଙ୍କ ଦାବି
  • ||
  • ପାଟଣା : ଚମ୍ପୁଆ ରେଞ୍ଜରେ ଦନ୍ତା ଆହତ, ସ୍ବାସ୍ଥ୍ୟାବସ୍ଥା ଅନୁଧ୍ୟାନ କରୁଛି ବିଶେଷଜ୍ଞ ଟିମ୍
  • ||
  • ମାର୍ଶାଘାଇ : ରେଳ ପୋଲ ଉପରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ଭଞ୍ଜନଗର : ବଚସାକୁ କେନ୍ଦ୍ର କରି ଦୁଇ ଭାଇଙ୍କୁ ମରଣାନ୍ତକ ଆକ୍ରମଣ; ବଡ଼ ଭାଇ ମୃତ, ସାନ ଭାଇ ଗୁରୁତର
  • ||
  • ପୁରୁଷ ହକି ଏସିଆନ ଚାମ୍ପିଅନ୍ସ ଟ୍ରଫି: ଆଜି ଚୀନ-ପାକିସ୍ତାନ୍, ଭାରତ-କୋରିଆ ସେମି ଫାଇନାଲ୍‌ ଲଢ଼େଇ
  • ||
  • କରଞ୍ଜିଆ : ଶିମିଳିପାଳ ଅଭୟାରଣ୍ୟରେ ପ୍ରବଳ ବର୍ଷା, ୧୨ ଘଣ୍ଟାରେ ୧୮୩.୮୯୬ ମିମି ବର୍ଷା ରେକର୍ଡ
  • ||
  • ଜଳେଶ୍ବର : ବିପଦ ସଙ୍କେତ ପାର୍‌ କଲା ଜଳକା ନଦୀ, ତଳିଆ ଅଞ୍ଚଳବାସୀ ଭୟଭୀତ
  • ||
  • ଶ୍ରୀମନ୍ଦିରରେ ବଳିବାମନ ବେଶ ନୀତି, ବାମନରୂପି ବାଳକ ରୂପରେ ମହାପ୍ରଭୁ ରତ୍ନ ସିଂହାସନରେ ଉଭା ହେବେ
  • ||
  • ପାଟଣା : ତେଲ ନଦୀ ପୋଲ ଉପରେ ୩ ଫୁଟର ବନ୍ୟାଜଳ ପ୍ରବାହିତ, କେନ୍ଦୁଝର ଓ ମୟୁରଭଞ୍ଜ ମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ
  • ||
  • ଆଜି ବି ପ୍ରବଳ ଢାଳିବ ବର୍ଷା: ଦୁଇ ଜିଲ୍ଲାକୁ ଆଲର୍ଟ, ସତର୍କ ରହିବାକୁ ନିର୍ଦ୍ଦେଶ ଦେଲେ ଏସ୍‌ଆରସି
  • ||
  • ବୌଦ୍ଧ : ବାଟୋଇଙ୍କୁ ଧକ୍କା ଦେଇ ଗଛକୁ ପିଟିଲା ପିକ୍ଅ‌ପ୍ ଭ୍ୟାନ୍‌, ୯ ଗୁରୁତର
  • ||

ଫାଇନାନ୍ସ କର୍ମଚାରୀଙ୍କ ମାଷ୍ଟର୍ ପ୍ଲାନ୍, ନିଜକୁ ନିଜେ ଲୁଟ୍ କରି କମ୍ପାନୀକୁ ଠକିବାକୁ ଉଦ୍ୟମ

ବଲାଙ୍ଗିର ୧୧।୮: ଫାଇନାନ୍ସ କର୍ମଚାରୀଙ୍କ ଚାରସବିଶ କାରସାଦି । ନିଜେ ନିଜର ଲୁଟ୍‌ର ନାଟକ କରି କମ୍ପାନୀକୁ ଠକିବାକୁ ଚେଷ୍ଟା କରିଥିଲେ । ଆଉ ଶେଷରେ ପୁଲିସ ହାତରେ ଧରାପଡ଼ିଲେ । ଏହି ଘଟଣାରେ ୨ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି ବଲାଙ୍ଗିର ସଦର ପୋଲିସ । ଗିରଫ ଅଭିଯୁକ୍ତ ଦୁହେଁ ଲୋଇସିଂହା ଥାନା ଅନ୍ତର୍ଗତ କନ୍ଦାଜୁରି ଗ୍ରାମର ଡୋଳାମଣି ପ୍ରଧାନ ଓ ସୋନପୁର ଜିଲ୍ଲା ତରଭା ଥାନା ଅନ୍ତର୍ଗତ ତକର୍ଲା ଗ୍ରାମର ସର୍ଜନ ଦନ୍ତା ବୋଲି ଜଣାପଡ଼ିଛି । ସେମାନଙ୍କଠାରୁ ନଗଦ ଟଙ୍କା ୬୦ ହଜାର ୬୮୦ ଟଙ୍କା ଉଦ୍ଧାର ହୋଇଥିବାବେଳେ ଦୁଇଟି ମୋବାଇଲ, ଦୁଇଟି ବାଇକ ଜବତ ହୋଇଥିବା ଜଣାପଡ଼ିଛି ।

ତେବେ ଗତ ୭ ତାରିଖରେ ଫୁଲିଝରନ ନିକଟରେ ଉକ୍ତ ଫାଇନାନ୍ସ କର୍ମଚାରୀଙ୍କଠାରୁ ଲୁଟ୍ ହୋଇଥିବା ନେଇ ସଦର ଥାନାରେ ଅଭିଯୋଗ ହୋଇଥିଲା । ପୁଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ କରିଥିଲା । ତେବେ ତଦନ୍ତ ସମୟରେ ଲୁଟ୍‌ର ଶିକାର ହୋଇଥିବା କର୍ମଚାରୀ ହିଁ ଲୁଟେରା ବୋଲି ଜଣାପଡ଼ିଥିଲା । ସେ ନିଜେ ନିଜକୁ ଲୁଟ୍‌ କରିବା ନାଟକ ରଚାଇ ଫାଇନାନ୍ସ କଲେକ୍ସନ ଟଙ୍କା ହଡ଼ପ କରିଥିଲା ବୋଲି ଏସଡିପିଓ ସୂଚନା ଦେଇଛନ୍ତି । ଏନେଇ ଉଭୟ କର୍ମଚାରୀଙ୍କୁ ଗିରଫ କରିଛି ସଦର ପୁଲିସ । ରବିବାର ଉଭୟ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯିବ ବୋଲି କହିଛନ୍ତି ଏସଡିପିଓ । 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.