ପ୍ରମୂଖ ଖବର
  • ଭୋଗରାଇ : ଛାତ୍ରୀଙ୍କୁ କମେଣ୍ଟ କରି ଫୋଟ ଉଠାଇବା ପଡିଲା ମାହାଙ୍ଗା, ୩ ଅଟକ
  • ||
  • ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ: ଓଡ଼ିଶାର କିଛି ସ୍ଥାନରେ କାଁ ଭାଁ ବର୍ଷା ସମ୍ଭାବନା, ୭ ଜିଲ୍ଲାକୁ ଆଲର୍ଟ
  • ||
  • କଟକ : ବିରୂପା ନଦୀ ପୋଲ ତଳୁ ଯୁବକଙ୍କ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • ଭୁବନେଶ୍ୱର : ଟ୍ରାନ୍ସପୋର୍ଟ ଟ୍ରକ୍ ଡ୍ରାଇଭରଙ୍କୁ ଆକ୍ରମଣ କରିଲେ ୩ ଦୁର୍ବୃତ୍ତ, ଖଣ୍ଡା ଚୋଟରେ ଟ୍ରକ୍ ଚାଳକଙ୍କ କଟିଲା ହାତ
  • ||
  • ଶନିବାର ପିଏମ୍‌ କିଷାନ ଟଙ୍କା ବଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଚାଷୀଙ୍କୁ ଖାତାକୁ ଯିବ ୧୮ ତମ କିସ୍ତି
  • ||
  • ସୋଆରେ ପ୍ରତିରକ୍ଷା ସରଞ୍ଜାମ ଉତ୍ପାଦନ ସମ୍ମିଳନୀ: ଯୋଗ ଦେଉଛନ୍ତି ନିବେଶକ, ପ୍ରତିରକ୍ଷା ବିଶେଷଜ୍ଞ
  • ||
  • ବାଲିପାଟଣା : ମନ୍ଦିରରୁ ଚୋରି କରିବା ବେଳ ଧରାପଡିଲା ଚୋର, ଜଣେ ଅଟକ
  • ||
  • ଭୁବନେଶ୍ୱର : ମାଟି ବୋଝେଇ ହାଇୱା ସହ କାର୍ ମୁହାଁମୁହିଁ ଧକ୍କା; କାର୍ ଡ୍ରାଇଭର ଗୁରୁତର, ହାଇୱା ଡ୍ରାଇଭର ଆହତ
  • ||
  • ହରିଆଣା ବିଧାନସଭା ନିର୍ବାଚନ: ୯୦ ଆସନରେ ଭୋଟିଂ ଆରମ୍ଭ, ୧,୦୩୧ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରୁଛନ୍ତି ମତଦାତା
  • ||

କବାଟ ଜାଳି ଘରୁ ଲୁଟି ନେଲେ ଦୁର୍ବୃତ୍ତ

ଉଦଳା,୨୮।୯ : ଘରେ କେହି ନ ଥିବାର ସୁଯୋଗ ନେଇ ଛାତ ଦେଇ ଘର ଭିତରକୁ ପଶିଲେ ଦୁର୍ବୃତ୍ତ। ହେଲେ ବାଧକ ସାଜିଲା କାଠ କବାଟ। କାଠ କବାଟକୁ ଜାଳି ଦେଇ ଘର ଭିତରେ ପଶି କରିଲେ ଲୁଟ। ଏଭଳି ଘଟଣା ଘଟିଛି କପ୍ତିପଦା ଥାନା ନୂଆସାହି ଗ୍ରାମରେ। 

ନୂଆସାହି  ଗ୍ରାମର ଅଞ୍ଜନ ନାୟକ ଏବଂ ତାଙ୍କ ସ୍ତ୍ରୀ ଓ ଝିଅକୁ ଛାଡ଼ିବା ନିମନ୍ତେ ଫୁଲବାଣୀ ଯାଇଥିଲେ। ଦୁଇ ଦିନ ହେବ ସେ ଯାଇଥିବା ବେଳେ ଶୁକ୍ରବାର ବିଳମ୍ବିତ ରାତିରେ ଘରକୁ ଫେରିଥିଲେ।  ଘରୁ ଲୁଟ ହୋଇଥିବା ଦେଖିବାକୁ ପାଇଥିଲେ। ପରେ ଏ ନେଇ କପ୍ତିପଦା ପୋଲିସକୁ ଖବର ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ବେଳେ ସାଇଣ୍ଟିଫିକ ଟିମ ସହାୟତାରେ ତଦନ୍ତକୁ ତ୍ୱରାନ୍ୱିତ କରିଛି। ତେବେ ଲୁଟେରାମାନେ ଘର ଭିତରକୁ ପଶିବା ପାଇଁ ଘର କବାଟକୁ ଜାଳିଥିବା ପୋଲିସ ପ୍ରାଥମିକ ତଦନ୍ତରୁ ଜାଣିବାକୁ ପାଇଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.