ପ୍ରମୂଖ ଖବର
  • ବିଜେଡିର ୬ ଜିଲ୍ଲା ସଭାପତିଙ୍କ ନାଁ ଘୋଷଣା, ଭୁବନେଶ୍ୱର ଦାୟିତ୍ୱରେ ଅଶୋକ ପଣ୍ଡା
  • ||
  • ବୌଦ୍ଧ : ବାଇକ୍‌କୁ ଧକ୍କା ଦେଲା ପିକଅପ୍ ଭ୍ୟାନ: ବାପା ମୃତ, ପୁଅ ଗୁରୁତର
  • ||
  • ମାଲକାନଗିରି : ସେୟାର ମାର୍କେଟରେ ଟ୍ରେଡିଂ ନାଁରେ ୮୦ ଲକ୍ଷ ଲୁଟ୍‌, ଅଭିଯୁକ୍ତ ଗିରଫ
  • ||
  • ଭୁବନେଶ୍ୱର : ପୂର୍ବ ଶତ୍ରୁତାରୁ ଭିଣୋଇକୁ କଟୁରୀରେ ହାଣିଲା ଶାଳକ ଆକ୍ରମଣ, ଥାନାରେ ଅଭିଯୁକ୍ତର ଆତ୍ମ ସମର୍ପଣ
  • ||
  • ଅନୁଗୁଳ : ୨୬ ତାରିଖରୁ ନିଖୋଜ ହୋଇଥିଲେ ଯୁବତୀ, ଗାଁ ପାଖ ବିଲରୁ ମିଳିଲା ମୃତଦେହ
  • ||
  • ନିଟ୍‌-ୟୁଜି ଦେଲେ ୨୦.୮ ଲକ୍ଷ ଶିକ୍ଷାର୍ଥୀ, ୩ ବର୍ଷ ହେଲା ବଢ଼ୁଛି ପଞ୍ଜୀକରଣ
  • ||
  • ସୁବର୍ଣ୍ଣପୁର : ବ୍ରିଜ୍‌ ନିର୍ମାଣ କାମ କରିବା ବେଳେ ଅଘଟଣ, ବିଦ୍ୟୁତ ସଂସ୍ପର୍ଶରେ ଆସି ଶ୍ରମିକଙ୍କ ମୃତ୍ୟୁ
  • ||

ପିଏମଙ୍କ କାର୍ଯ୍ୟାଳୟରେ ପହଞ୍ଚିଲେ ରାହୁଲ୍ ଗାନ୍ଧୀ ଏବଂ CJI ସଞ୍ଜିବ ଖାନ୍ନା, ନୂତନ ସିବିଆଇ ନିର୍ଦ୍ଦେଶକଙ୍କ ନିଯୁକ୍ତି ପାଇଁ ହେଲା ଆଲୋଚନା...

Published By : Prameya | May 5, 2025 8:41 PM

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି (ସୋମବାର) ସିବିଆଇ ନିର୍ଦ୍ଦେଶକଙ୍କ ନିଯୁକ୍ତି ପାଇଁ ଗଠିତ କମିଟିର ଏକ ବୈଠକର ଅଧ୍ୟକ୍ଷତା କରିଛନ୍ତି। ଏହି ବୈଠକରେ ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଏବଂ ଭାରତର ମୁଖ୍ୟ ବିଚାରପତି ସଞ୍ଜିବ ଖାନ୍ନା ମଧ୍ୟ ଉପସ୍ଥିତ ଥିଲେ। ଆଜି ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଏହି ବୈଠକ ଅନୁଷ୍ଠିତ ହୋଇଥିଲା। ବର୍ତ୍ତମାନର ସିବିଆଇ ନିର୍ଦ୍ଦେଶକ ପ୍ରବୀଣ ସୁଦଙ୍କ ଦୁଇ ବର୍ଷର କାର୍ଯ୍ୟକାଳ ୨୫ ମେ ଶେଷ ହେବାକୁ ଯାଉଛି । ତେବେ ଏହା ପୂର୍ବରୁ ଏହି ବୈଠକ ଅନୁଷ୍ଠିତ ହୋଇଛି।

୧୯୮୬ ବ୍ୟାଚ୍ କର୍ଣ୍ଣାଟକ କ୍ୟାଡରର ଆଇପିଏସ୍ ଅଧିକାରୀ ସୁଦ ତାଙ୍କ ନିଯୁକ୍ତି ପୂର୍ବରୁ ରାଜ୍ୟର ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଥିଲେ। ସେ ୨୫ ମେ, ୨୦୨୩ରେ ପ୍ରମୁଖ ତଦନ୍ତକାରୀ ସଂସ୍ଥାର ନିର୍ଦ୍ଦେଶକ ଭାବରେ ଦାୟିତ୍ୱ ଗ୍ରହଣ କରିଥିଲେ। ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଲୋକସଭାରେ ବିରୋଧୀ ଦଳ ନେତା ଏବଂ ଭାରତର ମୁଖ୍ୟ ବିଚାରପତିଙ୍କୁ ନେଇ ଗଠିତ ତିନି ସଦସ୍ୟ ବିଶିଷ୍ଟ ନିଯୁକ୍ତି କମିଟିର ସୁପାରିଶ କ୍ରମେ କେନ୍ଦ୍ର ସରକାର ସିବିଆଇ ନିର୍ଦ୍ଦେଶକଙ୍କୁ ନିଯୁକ୍ତ କରନ୍ତି। 

ଏହା ପୂର୍ବରୁ, କଂଗ୍ରେସ ସାଂସଦ ତଥା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିବା ପାଇଁ ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟରେ ପହଞ୍ଚିଥିଲେ। ରାହୁଲଙ୍କ ବ୍ୟତୀତ ସିଜେଆଇ ସଞ୍ଜିବ ଖାନ୍ନା ମଧ୍ୟ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ପହଞ୍ଚିଥିଲେ। ନୂତନ ସିବିଆଇ ନିର୍ଦ୍ଦେଶକଙ୍କ ନିଯୁକ୍ତି ବିଷୟରେ ଏଠାରେ ଆଲୋଚନା ହୋଇଥିଲା।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.