ପ୍ରମୂଖ ଖବର
  • ନୀଳଗିରି ବ୍ଲକ ତେଲିପାଳ ପଞ୍ଚାୟତ ଋଷିଆ କେନାଲରେ ଅଘଟଣ, ବଜ୍ରପାତରେ ୩ ମୃତ
  • ||
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ

Published By : Harapriya Sethi | July 12, 2025 1:40 PM

ରାୟଗଡ଼ା, ୧୨/୦୭: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ କଞ୍ଜାମଯୋଡି ଗାଁରେ କଙ୍ଗାରୁକୋର୍ଟ ଘଟଣା । ଏହି ଘଟଣାକୁ ନେଇ ଜିଲ୍ଲା ପ୍ରଶାସନ ନିନ୍ଦା କରିବା ସହ ଘଟଣାର ତଦନ୍ତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ରାୟଗଡା ଉପଜିଲ୍ଲାପାଳ । ଉପଜିଲ୍ଲାପାଳ ରମେଶ କୁମାର ଜେନାଙ୍କ ନେତୃତ୍ୱରେ ଏକ ଟିମ୍ ଗଠନ କରାଯାଇ ଘଟଣାର ତଦନ୍ତ ହେବ । ଏହି ଟିମ୍‌ରେ କଲ୍ୟାଣସିଂହପୁର ବିଡିଓ,ତହସିଲଦାର, ସିଡିପିଓ ଓ ସମାଜ ମଙ୍ଗଳ ଅଧିକାରୀ କଞ୍ଜାମଯୋଡି ଗାଁକୁ ଯାଇ ତଦନ୍ତ କରିବେ । ତଦନ୍ତ ପରେ ଘଟଣାରେ ସଂପୃକ୍ତ ବ୍ୟକ୍ତି ମାନଙ୍କ ଉପରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ରାୟଗଡା ଉପଜିଲ୍ଲାପାଳ ସୂଚନା ଦେଇଛନ୍ତି । 

କହିରଖୁ କି, ପିଉସୀ ଓ ପୁତୁରାଙ୍କ ମଧ୍ୟରେ ପ୍ରେମ ସଂପର୍କକୁ ବିରୋଧ କରି ଗତ ୯ ତାରିଖ ଦିନ କଞ୍ଜାମଯୋଡି ଗ୍ରାମବାସୀ ପ୍ରେମୀ ଯୁଗଳକୁ ଅକଥନୀୟ ନିର୍ଯାତନା ଦେବା ସହ ବେକରେ ଲଙ୍ଗଳ ଲଗାଇ ଜମିରେ ଚାଷ କରିଥିଲେ । ଯାହା ମାନବଅଧିକାରକୁ କ୍ଷୁର୍ଣ୍ଣ କରିଛି ବୋଲି ବିଭିନ୍ନ ମହଲରେ ଅଭିଯୋଗ ହୋଇଥିଲା । ଏହି ଘଟଣାକୁ ଉକ୍ତ ଗ୍ରାମର ଲୋକେ ଅତି ସାଧାରଣ ଭାବେ ଗ୍ରହଣ କରିଥିବା ବେଳେ ଏହା ଆମ ଆଦିବାସୀ ପରମ୍ପରା ବୋଲି ପ୍ରକାଶ କରିଥିଲେ । ଏଥିସହ ଏମିତି ହଳ ବୁଲାଇଲେ ଗାଁରେ କେବେ ବିପତ୍ତି ନଆସିବା ସହ ଭଲ ଫସଲ ହେବ ବୋଲି ମତ ଦେଇଥିଲେ । ତେବେ ଏହି ଘଟଣା ବିଷୟରେ ଖବର ପ୍ରକାଶ ହେବା ପରେ ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି । ଆସନ୍ତାକାଲି ଏହି ତଦନ୍ତକାରୀ ଟିମ୍ ଉକ୍ତ ଗ୍ରାମକୁ ଯାଇ ତଦନ୍ତ କରିବେ ବୋଲି ଉପଜିଲ୍ଲାପାଳ ସୂଚନା ଦେଇଛନ୍ତି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.