ପ୍ରମୂଖ ଖବର
  • ପୁରୀ : ପୁରୁଷୋତ୍ତମ ଏକ୍ସପ୍ରେସରୁ ୧୫୦ ଗୁଳି ଜବତ
  • ||
  • ଦେବଗଡ : ଯୁବତୀଙ୍କୁ ଟାଙ୍ଗିଆରେ ହାଣି ହତ୍ଯା
  • ||
  • ଭୁବନେଶ୍ୱର : ବିଷ ଇଞ୍ଜେକ୍ସନ ଦେଇ ସ୍ତ୍ରୀକୁ ହତ୍ୟା କଲା ସ୍ୱାମୀ: ୨ ଯୁବତୀଙ୍କ ସହ ଅଭିଯୁକ୍ତ ସ୍ୱାମୀ ଗିରଫ
  • ||
  • ସୂର୍ଯ୍ୟମନ୍ଦିରରେ ବଙ୍ଗୀୟ ପର୍ଯ୍ୟଟକ ଆହତ, ଦୀର୍ଘ ସମୟ ଧରି ଫାଟକ ବାହାରେ ଠିଆ ହୋଇ ରହିଲା ଆମ୍ବୁଲାନ୍ସ
  • ||
  • ବିହାରରେ ଦୁଇ ଓଡିଆ ଶ୍ରମିକଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ, ମୃତକଙ୍କ ପରିବାରକୁ ୬ଲକ୍ଷ ଟଙ୍କା ଆର୍ଥିକ ସହାୟତା ଘୋଷଣା
  • ||
  • ବଡ଼ବିଲ ଷ୍ଟେସନ ରୋଡ଼ରେ ଅଘଟଣ, ୧୧ କେଭି ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଚାଲିଗଲା ଟେଣ୍ଟ କର୍ମଚାରୀଙ୍କ ଜୀବନ
  • ||
  • ବୌଦ୍ଧ : ବସ୍ ଭିତରୁ ଡ୍ରାଇଭରଙ୍କ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • କଟକ : କ୍ରାଇମବ୍ରାଞ୍ଚ ହାତରେ ସାଇବର ଠକ ରାକେଟ, ରାଜ୍ୟ ବାହାରୁ ୨୪ ଜଣ ଗିରଫ
  • ||
  • ମୁଣ୍ଡଳୀ ବ୍ରିଜ୍‌ରୁ ଡେଇଁ ନିଖୋଜ ହୋଇଥିଲେ ଯୁବକ, ମିଳିଲା ମୃତଦେହ
  • ||
  • ବାରିପଦା : କାର୍ଯ୍ୟରେ ଅବହେଳା ପରେ କଠୋର ପଦକ୍ଷେପ ନେଲେ ଜିଲ୍ଲାପାଳ, ୮୪୩ ଟ୍ୟାଗ୍ ଅଫିସର୍‌ଙ୍କ ଦରମା ବନ୍ଦ
  • ||
  • କେନ୍ଦୁଝର : ଅଷ୍ଟମ ବେତନ କମିଶନ ଓ ୟୁପିଏସକୁ ନେଇ ଶ୍ରମିକ ୟୁନିଅନର ସାଧାରଣ ସଭା ଅନୁଷ୍ଠିତ
  • ||
  • ବ୍ରହ୍ମପୁର : ଏମ୍‌କେସିଜି ମେଡିକାଲ କଲେଜ‌ରେ ରାଗିଂ ଘଟଣା: ମୁହଁ ଖୋଲିଲେ ଦ୍ଵିତୀୟ ବର୍ଷ ଛାତ୍ର
  • ||
  • ଗଜପତିରୁ ଗୋରୁ ବୋଝେଇ ଟ୍ରକ୍ ଜବତ, ଡ୍ରାଇଭର ଅଟକ
  • ||
  • କୁହୁଡିର ଧଳା ଚାଦର ତଳେ କେନ୍ଦୁଝର ସହର, ରାସ୍ତାରେ ଗାଡି ମୋଟର ଚଳାଚଳରେ ସମସ୍ୟା
  • ||
  • ବାଲିପାଟଣା : ଗୋମାଂସ ଚୋରା ଚାଲାଣ ବେଳେ ଗାଡି ଅଟକାଇଲେ ଲୋକେ, ୩ ବସ୍ତା ଗୋମାଂସ ଜବତ
  • ||
  • ସୁନ୍ଦରଗଡ଼ : କରମଡିହିରେ ୨ ଯାଯାବର ଗୋଷ୍ଠୀ ମଧ୍ୟରେ ସଂଘର୍ଷ; ୫ ଜଣକୁ ନିର୍ମମ ହତ୍ୟା, ୪ ଗୁରୁତର
  • ||
  • ରାଜଧାନୀରେ ହତ୍ୟାକାଣ୍ଡ: ମାଛ ଖାଇବାକୁ ନଦେବାରୁ ଗଡିଲା ମୁଣ୍ଡ, ସହକର୍ମୀଙ୍କୁ ପନିକିରେ ହାଣିଲା ଦୁର୍ବୃତ୍ତ
  • ||

ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ପଶ୍ଚିମ ଓଡ଼ିଶାକୁ ପ୍ରବଳ ବର୍ଷା ଆଲର୍ଟ

ଭୁବନେଶ୍ଵର, ୦୨/୦୮ : ଗାଙ୍ଗେୟ ପଶ୍ଚିମବଙ୍ଗ ଓ ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ବାଂଲାଦେଶ ଉପରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହେଲା ଲଘୁଚାପ। ଶୁକ୍ରବାର ସକାଳେ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟାକା ଏବଂ ପାର୍ଶ୍ଵବର୍ତ୍ତୀ ଝାଡ଼ଖଣ୍ଡ ପାଖାପାଖି ଅଞ୍ଚଳରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ସହ ଜଡ଼ିତ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନରୁ ବାୟୁମଣ୍ଡଳରେ ୭.୬ କିମି ଯାଏଁ ଲମ୍ବିଛି। ଏହା ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବା ସହ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବାରେ ସମ୍ଭାବନା ରହିଛି।

ଏହାର ପ୍ରଭାବରେ ଆଜି ପଶ୍ଚିମ ଓଡ଼ିଶାର କିଛି ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ଭାରି ବର୍ଷା ହେବାର ସମ୍ଭାବନା ରହିଛି। ଲଘୁଚାପ କ୍ଷେତ୍ର ଓଡ଼ିଶା ଠାରୁ ଯଥେଷ୍ଟ ଦୂରରେ ସକ୍ରିୟ ରହିଥିବାରୁ ଏବଂ ଧୀରେଧୀରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତିକରି ରାଜ୍ୟ ଠାରୁ ଦୂରେଇ ଯାଉଥିବାରୁ, ରାଜ୍ୟରେ ଆସନ୍ତାକାଲିଠାରୁ ବର୍ଷାର ପ୍ରଭାବ କମିବାର ସମ୍ଭାବନା ରହିଛି। 

ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଝାରସୁଗୁଡ଼ା, ଦେବଗଡ଼, ଭଦ୍ରକ, ଯାଜପୁର, ସମ୍ବଲପୁର, ବରଗଡ଼ର ଅଧିକାଂଶ ଅଞ୍ଚଳରେ ଶୁକ୍ରବାର ବର୍ଷା ସମ୍ଭାବନା ଅଛି। ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ସମ୍ବଲପୁର, ଦେବଗଡ଼ ଓ ବରଗଡ଼ ଜିଲ୍ଲାରେ ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ହୋଇପାରେ । ୩ରୁ ବର୍ଷା ପରିମାଣ କମିବ । ୪ ଓ ୫ରେ ଉତ୍ତର ଉପକୂଳର ଅନେକ ସ୍ଥାନ ସହ କିଛି ଜାଗାରେ ବର୍ଷା ହୋଇପାରେ। ଆସନ୍ତା ୨୪ ଘଣ୍ଟା ଭିତରେ ପ୍ରବଳ ବର୍ଷା ନେଇ ସତର୍କତା ପଦକ୍ଷେପ ନେବାକୁ ସମସ୍ତ ଜିଲ୍ଲାପାଳଙ୍କୁ ସତର୍କ କରାଇଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର।

ବର୍ଷାକୁ ନେଇ ଏସଆରସି ସମ୍ବଲପୁରକୁ ରେଡ ୱାର୍ଣ୍ଣି ଜୋନରେ ରଖିଛନ୍ତି। ପ୍ରବଳ ବର୍ଷା ହେବ ବୋଲି ପୂର୍ବରୁ ସୂଚନା ଦେଇଛନ୍ତି। ତାକୁ ନେଇ ସମ୍ବଲପୁର ଜ଼ିଲ୍ଲା ପ୍ରଶାସନ ମଧ୍ୟ ପ୍ରସ୍ତୁତ ଥିବା ଜ଼ିଲ୍ଲାପାଳ ସୂଚନା ଦେଇଛନ୍ତି। ସମ୍ବଲପୁର ସହରରେ ୮ଟି ତଳିଆ ଅଞ୍ଚଳ ଲୋକଙ୍କ ପାଇଁ ସମସ୍ତ ସୁବିଧା କରାଯାଇଛି। ଆଶ୍ରୟ ସ୍ଥଳମାନଙ୍କରେ ଖାଦ୍ୟ, ଲାଇଟର ବ୍ୟବସ୍ଥା କରାଯାଇଛି। ଯେଉଁ ସ୍ଥାନରେ ପାଣି ଜମିଯିବ ତାକୁ ବାହାର କରିବା ପାଇଁ ୬ଟି ବଡ଼ବଡ଼ ପମ୍ପସେଟ୍ ରଖାଯାଇଛି। ଦୁଇଟି ପମ୍ପ ହାଉସକୁ ପ୍ରସ୍ତୁତ କରାଯାଇଛି। ଏସଏମସି ପକ୍ଷରୁ ବିଭିନ୍ନ ସମୟରେ ସଚେତନତା କାର୍ଯ୍ୟକ୍ରମ କରାଯାଉଛି। ସେପଟେ ଜରୁରୀକାଳୀନ ପରିସ୍ଥିତିରେ ଆଉ ତିନୋଟି ଆଶ୍ରୟସ୍ଥଳୀ କରାଯାଇଛି।


 


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.