ଭୁବନେଶ୍ୱର, ୨୩/୦୭ : ୨୩ ତାରିଖରେ ଉତ୍ତର ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ୨୪ ତାରିଖ ବା ଗୁରୁବାର ଏହା ଲଘୁଚାପରେ ପରିଣତ ହେବ। ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ଅଛି। ୨୮ ତାରିଖ ଯାଏ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।
ବୁଧବାରଠାରୁ ବର୍ଷା ଆରମ୍ଭ ହୋଇଯିବ । କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଓ ନୂଆପଡ଼ାରେ ପ୍ରବଳ ବର୍ଷା ହୋଇପାରେ । ଗୁରୁବାର ମୟୂରଭଞ୍ଜ ଓ ବାଲେଶ୍ୱରରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ଅଛି । ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଢେଙ୍କାନାଳ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼ ଓ ଅନୁଗୁଳରେ ପ୍ରବଳ ବର୍ଷା ହୋଇପାରେ । ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ବରଗଡ଼, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ୨୫ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର ଓ ଭଦ୍ରକରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ଅଛି । ୨୬ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଓ କଳାହାଣ୍ଡିରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ୨୭ ଓ ୨୮ ତାରିଖରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ।
ମଙ୍ଗଳବାର କୋରାପୁଟରେ ସର୍ବାଧିକ ୬୦ମିମି ବର୍ଷା ହୋଇଛି । ଚାନ୍ଦବାଲିରେ ୧୭ମିମି ଓ ଖୋର୍ଦ୍ଧାରେ ୭ମିମି ବର୍ଷା ରେକର୍ଡ ହୋଇଛି । ସୋଆ ପରିବେଶ ଓ ଜଳବାୟୁ କେନ୍ଦ୍ର ଆକଳନ କରି କହିଛି, ଉତ୍ତର ବଙ୍ଗୋପସାଗରରେ ହେବାକୁ ଥିବା ଲଘୁଚାପ ଗୁରୁବାର ବା ଶୁକ୍ରବାର ରାତିରେ ଅଧିକ ଘନୀଭୂତ ହୋଇ ଝାଡ଼ଖଣ୍ଡ ଓ ଉତ୍ତର ଛତିଶଗଡ଼ ଆଡକୁ ମୁହାଁଇବ । ଲଘୁଚାପ ପ୍ରଭାବରେ ୨୬ ତାରିଖ ଯାଏ ବିଭିନ୍ନ ସ୍ଥାନରେ ଅଧିକ ବର୍ଷା ହୋଇପାରେ ।