ପ୍ରମୂଖ ଖବର
  • ଗଞ୍ଜାମ: ଛତ୍ରପୁର ନିର୍ବାଚନ ମଣ୍ଡଳୀ ବିଜେଡି ପକ୍ଷରୁ ବିଭିନ୍ନ ଦାବି ନେଇ ଗଞ୍ଜାମ ବ୍ଲକ ଘେରାଉ
  • ||
  • ରାଉଲକେଲା: ଦଶାହ କର୍ମ ପାଇଁ ଆସିଥିବା ଯୁବକଙ୍କୁ ତୀର ମାଡ଼,ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି, ଅଭିଯୁକ୍ତ ଫେରାର
  • ||
  • ବୁଧବାର ରାଜ୍ୟ କ୍ୟାବିନେଟର ବୈଠକ, ବିଭିନ୍ନ ବିଭାଗର ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବରେ ବାଜିପାରେ ମୋହର
  • ||
  • 'ଏ ଜୋକର ଭାରତ ସହ ଲଢିବେ', ଜାଣନ୍ତୁ କେଉଁ ଫଟୋକୁ ନେଇ ପାକିସ୍ତାନ ଉପରେ ବର୍ଷିଲେ ୱୱେସୀ
  • ||
  • ନୂଆଦିଲ୍ଲୀ : ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଦେଶ ତଥା ରାଜ୍ୟର ସୁରକ୍ଷା ସମ୍ପର୍କିତ ବିଭିନ୍ନ ଦିଗକୁ ନେଇ କଲେ ଆଲୋଚନା
  • ||
  • ଭଦ୍ରକ ଅଲଟ୍ରା ସାଉଣ୍ଡର ତ୍ରୁଟି ପୂର୍ଣ୍ଣ ରିପୋର୍ଟ ଅଭିଯୋ, ମୃତ ଶିଶୁକୁ ଧରି ରାସ୍ତାରୋକ, ଗାଡ଼ି ଚଳାଚଳ ଠପ୍‌
  • ||
  • ଗଞ୍ଜାମ: ବଡ଼ ଆର୍ଜିପଲ୍ଲୀରେ ଡେଙ୍ଗୁ ଆତଙ୍କ: ୧୩ବର୍ଷର ନାବାଳକର ମୃତ୍ୟୁ ଅଭିଯୋଗ, ୮ଜଣ ଆକ୍ରାନ୍ତ
  • ||
  • ନାକଟିଦେଉଳ : ବିଦ୍ୟୁତ୍ ଆଘାତରେ ସ୍ତ୍ରୀ ମୃତ, ସ୍ଵାମୀ ଗୁରୁତର
  • ||
  • ମୁଣ୍ଡ ନୁଆଁଇଲା ପାକିସ୍ତାନ; ଭାରତ ସହ ଶାନ୍ତି ଆଲୋଚନା ଚାହୁଁ କହିଲେ ଶହବାଜ୍ ସରିଫ୍
  • ||
  • ଗଞ୍ଜାମ: ଘର ଆଗରେ ଗଣ୍ଡଗୋଳ କରିବାକୁ ମନା କରିବାରୁ ଯୁବକଙ୍କୁ ଛୁରାମାଡ଼
  • ||
  • ଢ଼େଙ୍କାନାଳ: ବାଇକ୍‌କୁ ଧକ୍କା ଦେଲା ତେଲ ବୋଝେଇ ଟ୍ୟାଙ୍କର , ପତ୍ନୀ ମୃତ, ସ୍ୱାମୀ ଓ ଶିଶୁପୁତ୍ର ଆହତ
  • ||
  • IPL 2025: ଆଜି ସୁପରଜାଏଣ୍ଟ୍‌ସକୁ ଭେଟିବ ରୟାଲ୍‌ ଚ୍ୟାଲେଞ୍ଜର୍ସ, ଟେବୁଲ୍‌ ଟପ୍ପର ଲକ୍ଷ୍ୟରେ ରଜତ ବାହିନୀ
  • ||
  • ଚାଞ୍ଚଲ୍ୟ; ପ୍ରବଚନ ଶୁଣି ଫେରୁଥିଲେ, କାର୍‌ରୁ ମିଳିଲା ପରିବାରର ୭ ଜଣଙ୍କ ମୃତଦେହ, ଆତ୍ମହତ୍ୟା ସନ୍ଦେହ
  • ||
  • ରଥ ଖଳା ହାଲ୍‌ଚାଲ୍...ରଥ ବ୍ରେକ୍‌ ଅଖ ନିର୍ମାଣ ଆରମ୍ଭ, ଚକରେ ଲାଗୁଛି ପନ୍ଦାରି ଚାବି
  • ||
  • ମଙ୍ଗଳବାର ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା,୨୯ ତାରିଖ ବେଳକୁ ମୌସୁମୀ ପହଞ୍ଚିପାରେ
  • ||

ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି, ଅବପାତରେ ପରିଣତ ହୋଇପାରେ ବୋଲି ସୂଚନା ଦେଲା ସିଇସି…

Published By : Ladu Kishor | May 27, 2025 7:18 PM

ଭୁବନେଶ୍ୱର ୨୭/୫: ଓଡ଼ିଶା ଉପକୂଳରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଉପରେ ମଙ୍ଗଳବାର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି, ଯାହାକି ପରବର୍ତ୍ତୀ ସମୟରେ ଅବପାତରେ ପରିଣତ ହୋଇ ଉତ୍ତର-ପୂର୍ବ ଦିଗରେ ଗତି କରିପାରେ ବୋଲି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସେଂଟର ଫର ଏନ୍‌ଭାଇରନ୍‌ମେଂଟ ଆଣ୍ଡ କ୍ଲାଇମେଟ (ସିଇସି) ପକ୍ଷରୁ କୁହାଯାଇଛି । ଏହାର ପ୍ରଭାବରେ ସାରା ରାଜ୍ୟରେ ବୃଷ୍ଟିପାତ ହୋଇପାରେ ଏବଂ ବିଶେଷ କରି ଉପକୂଳ ଅଂଚଳ ଏବଂ ଉତ୍ତର ଓଡ଼ିଶାର ଜିଲ୍ଳା ଗୁଡ଼ିକରେ ପ୍ରବଳରୁ ପ୍ରବଳତର ବୃଷ୍ଟିପାତ ଅନୁଭୂତ ହେବାର ସମ୍ଭାବନା ରହିଛି ବୋଲି ସିଇସିର ବୁଲେଟିନ୍‌ରେ କୁହାଯାଇଛି।

ବୁଲେଟିନ୍‌ ଅନୁଯାୟୀ ମେ ୨୮ ରୁ ୩୦ ମଧ୍ୟରେ ମୟୁରଭଞ୍ଜ, କେଉଁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର ଢ଼େଙ୍କାନାଳ, ଅନୁଗୁଳ, ସୁନ୍ଦରଗଡ଼, ଦେଓଗଡ଼, ଖୋର୍ଦ୍ଧା, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ନୟାଗଡ଼ ଓ ଗଞ୍ଜାମ ଜିଲ୍ଲାରେ ଅଧିକ ବୃଷ୍ଟିପାତ ହୋଇପାରେ । ଏହି ବୃଷ୍ଟିପାତ ବିଶେଷ କରି ବୈତରଣୀ, ସୁବର୍ଣ୍ଣରେଖା ଓ ବୁଢ଼ାବଳଙ୍ଗ ନଦୀର ଅବବାହିକା ଅଂଚଳରେ ଅନୁଭୂତ ହେବ ବୋଲି ବୁଲେଟିନ୍‌ ଜଣାଇବା ସହିତ ଏହା ଫଳରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଗୁରୁବାର ସୁଦ୍ଧା ଓଡ଼ିଶାରେ ପ୍ରବେଶ କରିବାର ସମ୍ଭାବନା ରହିଛି ବୋଲି ପ୍ରକାଶ କରିଛି ।ଏହା ପରେ ଜୁନ ୧ ରୁ ୩ ପର୍ଯ୍ୟନ୍ତ ପାଗ ଶୁଖିଲା ରହିବା ସହ ଦିନର ଉତାପ ବୃଦ୍ଧି ପାଇପାରେ ମାତ୍ର ଏହା ପରେ ବୃଷ୍ଟିପାତ ପରିମାଣ ବୃଦ୍ଧି ପାଇବ ।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.