ପ୍ରମୂଖ ଖବର
  • କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ପିତୃ ବିୟୋଗ, ୮୧ ବର୍ଷ ବୟସରେ ଦାଉଲାଲ ବୈଷ୍ଣବଙ୍କ ପରଲୋକ
  • ||
  • ମନମୋହନଙ୍କ କାନ୍ଧରେ ପୁଣି ରାଜ୍ୟ ବିଜେପି କମାଣ, ସଭାପତି ଭାବେ ନିର୍ଦ୍ଵନ୍ଦ୍ଵରେ ନିର୍ବାଚିତ
  • ||
  • ଗୁରୁବାର ତୃତୀୟ ଟେଷ୍ଟ: ଇଂଲଣ୍ଡ ଏକାଦଶକୁ ଫେରିବେ ଆର୍ଚର, ଭାରତୀୟ ସ୍କ୍ୱାଡରେ ହେବ ପରିବର୍ତ୍ତନ
  • ||
  • ଷ୍ଟିଅରିଂ ଛାଡ଼ ଆନ୍ଦୋଳନ : ବାଲିକୁଦା ନିକଟରେ କର୍ମକର୍ତ୍ତାଙ୍କ ପିକେଟିଂ, ଅଖ ଚକ ଜାମ୍, ଯାତ୍ରୀ ହନ୍ତସନ୍ତ
  • ||
  • ୧୪ଟି ଦେଶ ଉପରେ ନୂଆ ଟାରିଫ୍ ଘୋଷଣା କଲେ ଡୋନାଲ୍ଡ ଟ୍ରମ୍ପ, ଅଗଷ୍ଟ ପହିଲାରୁ ହେବ ଲାଗୁ
  • ||
  • ମଝିଘରିଆଣୀଙ୍କ ୯ ହୁଣ୍ଡି ମିଳିଲା ନଗଦ କୋଟିଏ ଟଙ୍କା, ୧୨ ବିଦେଶୀ ନୋଟ୍‌, ୩୮ ଗ୍ରାମ୍‌ ସୁନା
  • ||
  • ରାଜଧାନୀରେ ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦ ପାର୍‌, ସ୍କୁଲ୍‌ରେ ସଚେତନ କଲା ବିଏମ୍‌ସି
  • ||
  • ସରିଲା ଅଧରପଣା, ଆଜି ନୀଳକନ୍ଦରକୁ ବାହୁଡ଼ିବେ ନିଳାଦ୍ରୀନାଥ, ରସଗୋଲା ଦେଇ ମାହାଲକ୍ଷ୍ମୀଙ୍କ ମାନଭଞ୍ଜନ କରିବେ ମହାପ୍ରଭୁ
  • ||
  • ରାଜ୍ୟରେ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ, ୬ ଦଫା ଦାବି ନେଇ ଜିଦ୍‌ରେ ଅଟଳ ଡ୍ରାଇଭର ମହାସଂଘ
  • ||
  • ଆସନ୍ତା ୪ ଦିନ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା: ଆଜି ୩ ଜିଲ୍ଲାକୁ ଅରେଞ୍ଜ, ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ||

ମଝିଘରିଆଣୀଙ୍କ ୯ ହୁଣ୍ଡି ମିଳିଲା ନଗଦ କୋଟିଏ ଟଙ୍କା, ୧୨ ବିଦେଶୀ ନୋଟ୍‌, ୩୮ ଗ୍ରାମ୍‌ ସୁନା

Published By : Prameya | July 8, 2025 9:20 AM

ରାୟଗଡ଼ା, ୦୮/୦୭: ରାୟଗଡ଼ା ଜିଲ୍ଲାର  ଅଧିଷ୍ଠାତ୍ରୀ ଦେବୀ ମା' ମଝିଘରିଆଣୀଙ୍କ  ମନ୍ଦିରର ୯ଟି ହୁଣ୍ଡି ସୋମବାର  ଖୋଲାଯାଇଛି । ସେଥିରୁ ନଗଦ ୧ କୋଟି ୪ ଲକ୍ଷ ୩୬ ହଜାର ୯୬୩ ଟଙ୍କା,  ୩୮ ଗ୍ରାମ୍‌ ସୁନା, ୨୫୦୫ ଗ୍ରାମ୍‌ ରୁପା ଏବଂ ୫ଟି ଦେଶର ୧୨ଟି ନୋଟ୍‌ ବାହାରିଛି ।  

ସକାଳ ୧୦ଟାରେ ମାଜିଷ୍ଟ୍ରେଟ୍‌ ଓ ପୁଲିସ୍‌ ଉପସ୍ଥିତିରେ ମନ୍ଦିର ପରିଚାଳନା କମିଟି  ପକ୍ଷରୁ ହୁଣ୍ଡି ଖୋଲାଯାଇଥିଲା । ଦୀର୍ଘ ୮ ଘଣ୍ଟା ଧରି ଗଣତି ହୋଇଥିଲା । ସମସ୍ତ  ଟଙ୍କା ଓଡ଼ିଶା ଗ୍ରାମୀଣ ବ୍ୟାଙ୍କରେ ଗଚ୍ଛିତ ରଖାଯାଇଛି । ସୁନା ଓ ରୁପା ଜିଲ୍ଲା  କୋଷାଗାରରେ ରଖାଯାଇଛି । ଗଣତିରେ ବ୍ୟାଙ୍କ କର୍ମଚାରୀଙ୍କ ସମେତ ସ୍ୱେଚ୍ଛାସେବୀ  ସାମିଲ୍‌ ହୋଇଥିଲେ । ପୁଲିସ୍‌ ଓ ମନ୍ଦିର ସୁରକ୍ଷା କର୍ମୀ ସୁରକ୍ଷା ଦେଇଥିଲେ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.