ପ୍ରମୂଖ ଖବର
  • ଭୁବନେଶ୍ୱର : ବିଦେଶୀ ମଦ ଦୋକାନ ଉପରେ ଅବକାରୀ ବିଭାଗର ରେଡ୍‌, ପାଣି ମିଶା ମଦ ଜବତ
  • ||
  • ତେଲକୋଇ : ବେଣା ଗାଁରେ ହାତୀପଲଙ୍କ ଉତ୍ପାତ; ଧାନ ସହ ଖାଇଗଲେ ଟଙ୍କା, ସରକାରୀ ସହାୟତା ପାଇଁ ଗ୍ରାମବାସୀଙ୍କ ଦାବି
  • ||
  • ପାଟଣା : ଚମ୍ପୁଆ ରେଞ୍ଜରେ ଦନ୍ତା ଆହତ, ସ୍ବାସ୍ଥ୍ୟାବସ୍ଥା ଅନୁଧ୍ୟାନ କରୁଛି ବିଶେଷଜ୍ଞ ଟିମ୍
  • ||
  • ମାର୍ଶାଘାଇ : ରେଳ ପୋଲ ଉପରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ଭଞ୍ଜନଗର : ବଚସାକୁ କେନ୍ଦ୍ର କରି ଦୁଇ ଭାଇଙ୍କୁ ମରଣାନ୍ତକ ଆକ୍ରମଣ; ବଡ଼ ଭାଇ ମୃତ, ସାନ ଭାଇ ଗୁରୁତର
  • ||
  • ପୁରୁଷ ହକି ଏସିଆନ ଚାମ୍ପିଅନ୍ସ ଟ୍ରଫି: ଆଜି ଚୀନ-ପାକିସ୍ତାନ୍, ଭାରତ-କୋରିଆ ସେମି ଫାଇନାଲ୍‌ ଲଢ଼େଇ
  • ||
  • କରଞ୍ଜିଆ : ଶିମିଳିପାଳ ଅଭୟାରଣ୍ୟରେ ପ୍ରବଳ ବର୍ଷା, ୧୨ ଘଣ୍ଟାରେ ୧୮୩.୮୯୬ ମିମି ବର୍ଷା ରେକର୍ଡ
  • ||
  • ଜଳେଶ୍ବର : ବିପଦ ସଙ୍କେତ ପାର୍‌ କଲା ଜଳକା ନଦୀ, ତଳିଆ ଅଞ୍ଚଳବାସୀ ଭୟଭୀତ
  • ||
  • ଶ୍ରୀମନ୍ଦିରରେ ବଳିବାମନ ବେଶ ନୀତି, ବାମନରୂପି ବାଳକ ରୂପରେ ମହାପ୍ରଭୁ ରତ୍ନ ସିଂହାସନରେ ଉଭା ହେବେ
  • ||
  • ପାଟଣା : ତେଲ ନଦୀ ପୋଲ ଉପରେ ୩ ଫୁଟର ବନ୍ୟାଜଳ ପ୍ରବାହିତ, କେନ୍ଦୁଝର ଓ ମୟୁରଭଞ୍ଜ ମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ
  • ||
  • ଆଜି ବି ପ୍ରବଳ ଢାଳିବ ବର୍ଷା: ଦୁଇ ଜିଲ୍ଲାକୁ ଆଲର୍ଟ, ସତର୍କ ରହିବାକୁ ନିର୍ଦ୍ଦେଶ ଦେଲେ ଏସ୍‌ଆରସି
  • ||
  • ବୌଦ୍ଧ : ବାଟୋଇଙ୍କୁ ଧକ୍କା ଦେଇ ଗଛକୁ ପିଟିଲା ପିକ୍ଅ‌ପ୍ ଭ୍ୟାନ୍‌, ୯ ଗୁରୁତର
  • ||

ଫିରିଙ୍ଗିଆର ଅଧିଷ୍ଠାତ୍ରୀ ଦେବୀ ମା’ ପିତାବଳିଙ୍କ ପ୍ରସିଦ୍ଧ ଯନ୍ତାଳ ଯାତ୍ରା, ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ

ଫିରିଙ୍ଗିଆ,୭।୯ : ଆସନ୍ତା ୧୨ ତାରିଖ ଗୁରୁବାର କନ୍ଧମାଳ ଜିଲ୍ଲା ଫିରିଙ୍ଗିଆର ଅଧିଷ୍ଠାତ୍ରୀ ଦେବୀ ମା’ ପୀତବଳିଙ୍କ ପ୍ରସିଦ୍ଧ ଯନ୍ତାଳ ଯାତ୍ରା ପାଳନ ହେବ I ଏଥିପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି I ପ୍ରତ୍ୟେକ ବର୍ଷ ପରି ଚଳିତ ବର୍ଷ ମଧ୍ୟ ମା’ଙ୍କ ଏହି ଯାତ୍ରାକୁ ମହାସମାରୋହରେ ପାଳନ କରିବା ପାଇଁ ଯାତ୍ରା କମିଟିର କର୍ମକର୍ତ୍ତା ଓ ଗ୍ରାମବାସୀ ଲାଗିପଡିଛନ୍ତି I 

ଯାତ୍ରା ପାଇଁ ମା’ଙ୍କ ମନ୍ଦିର ପ୍ରାଙ୍ଗଣରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା I ଏଥିରେ  ଯାତ୍ରା କମିଟିର ସଭାପତି ଉମାକାନ୍ତ କହଁରଙ୍କ ସଭାପତିତ୍ୱ  କରିଥିଲେ। ମା’ଙ୍କ ମୁଖ୍ୟ ପୂଜକ ସତ୍ୟନାରାୟଣ ଭୁକ୍ତାଙ୍କ ସହ ବହକ ପଦ୍ମଲୋଚନ ପ୍ରଧାନ ଉପସ୍ଥିତ ଥିବା ବେଳେ ଅନ୍ୟମାନଙ୍କ ମାଧ୍ୟ୍ୟରେ ସମ୍ପାଦକ ଗୁରୁବନ କହଁର, ବରିଷ୍ଠ ସଦସ୍ୟ ଉମା ବିନ୍ଧାଣି, ସୁରେନ୍ଦ୍ର କହଁର,କାଳି ମନ୍ଦିର ପରିଚଲାନା କମିଟିର ସଭାପତି ସତ୍ୟନାରାୟଣ ପବିଗ୍ରାହୀ ଓ ବହୁ କମିଟିର ସମସ୍ତ ସଦସ୍ୟଙ୍କ ସହ ଗ୍ରାମବାସୀ ଉପସ୍ଥିତ ଥିଲେ I ପ୍ରତ୍ୟେକ ବର୍ଷ ପରି ଚଳିତ ବର୍ଷ ମଧ୍ୟ୍ୟ ଯାତ୍ରାର ପୂର୍ଵ ଦିନ ଅର୍ଥାତ ବୁଧବାର ମା’ଙ୍କ ନିମନ୍ତ୍ରଣ କାର୍ଯ୍ୟକ୍ରମ ରହିଛି। ଗୁରୁବାର ପୂଜକ, ବାହକ, ମା’ଙ୍କ ସେବକ ଅର୍ଥାତ ତେର ଭୁକ୍ତା ଙ୍କୁ ନିମନ୍ତ୍ରଣ ପରେ ଅପରାହ୍ନ ତିନିଟା ସମୟରେ ପାରମ୍ପରିକ ରୀତିନୀତି ଅନୁସାରେ ମା’ଙ୍କ ପୂଜାକାର୍ଯ୍ୟ ଆରମ୍ଭ ହେବ I ସେପଟେ ଗୁରୁବାର ରାତି ୧୨ଟା ସମୟରେ ମା’ଙ୍କ ଠାରେ ନବାର୍ଣ୍ଣ ଲାଗି କରାଯିବାର କାର୍ଯ୍ୟକ୍ରମ ରଖାଯାଇଥିବା ଯାତ୍ରା କମିଟି ତରଫରୁ ସୂଚନା ଦିଆଯାଇଛି I 

ମା’ଙ୍କ ଏହି ଯାତ୍ରାରେ ଭକ୍ତ ଓ ଶ୍ରଦ୍ଧାଳୁମାନଙ୍କର ଭିଡ଼କୁ ଆଖିଆଗରେ ରଖି ଫିରିଙ୍ଗିଆ ପୋଲିସ ତରଫରୁ ମଧ୍ୟ୍ୟ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯିବ ବୋଲି ସୂଚନା ଦେଇଛନ୍ତି ଫିରିଙ୍ଗିଆ ଥାନା ଅଧିକାରୀ ଗୋପୀନାଥ ବେହେରା I ସନ୍ଧ୍ୟା ସମୟରେ ବିଭିନ୍ନ ପ୍ରକାର ସାଂସ୍କୃତିକ କାର୍ଯ୍ୟକ୍ରମ ମଧ୍ୟ୍ୟ ଆୟୋଜନ କରାଯାଇଥିବା ସୂଚନା ମିଳିଛି I

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.