ପ୍ରମୂଖ ଖବର
  • ଜଳଲାପୁଟ ଜଳଭଣ୍ଡାରରେ ଡ଼ଙ୍ଗା ବୁଡି ଘଟଣା: ୮୪ ଘଣ୍ଟା ପରେ ଆଉ ଜଣଙ୍କ ମୃତଦେହ ଉଦ୍ଧାର
  • ||
  • ଜୟପୁର : ଜଳ ସମ୍ପଦ ଅଧିକାରୀଙ୍କ ଘରେ ଭିଜିଲାନ୍ସ ରେଡ୍‌, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ
  • ||
  • ରାଉରକେଲା : ମାଲବାହୀ ଟ୍ରେନ୍‌ ଲାଇନ୍‌ଚ୍ୟୁତ, ରୋଡ୍‌ ଉପରକୁ ମାଡ଼ିଗଲା ୩ ବଗି
  • ||

ଚନ୍ଦ୍ରଭାଗା ତୀର୍ଥରେ ରାତି ୪ଟା୩୭ରେ ମାଘ ସପ୍ତମୀ ବୁଡ଼

Published By : Prameya | January 18, 2025 7:39 PM

କୋଣାର୍କ,୧୮।୧(ଆପ୍ର) : ଚନ୍ଦ୍ରଭାଗା ତୀର୍ଥରେ ଫେବୃଆରୀ ୪ତାରିଖରେ ପବିତ୍ର ମାଘ ସପ୍ତମୀ ବୁଡ଼। ଏଥି ନିମନ୍ତେ ଶନିବାର ଅପରାହ୍ନରେ କୋଣାର୍କ ଯାତ୍ରୀନିବାସ ସମ୍ମିଳନୀ କକ୍ଷରେ ଉପଜିଲ୍ଲାପାଳ ରାଜକିଶୋର ଜେନାଙ୍କ ଅଧ୍ୟକ୍ଷତାରେ ନୀତି ସମ୍ପାଦନ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରରେ ପଞ୍ଜିକାନୁଯାୟୀ ମାହେନ୍ଦ୍ରବେଳାରେ ତିନି ଠାକୁରଙ୍କ ଶୋଭାଯାତ୍ରା ଓ ସ୍ନାନ ନୀତି ନିର୍ଦ୍ଧାରଣ କରାଯାଇଛି। 

ନିଷ୍ପତ୍ତି ଅନୁଯାୟୀ ଫେବୃଆରୀ ୩ତାରିଖ ମାଘ ଶୁକ୍ଳ ଷଷ୍ଠୀ ରାତି ୯ଟା୪୫ରୁ ମାଧିପୁର ଗ୍ରାମର ଶ୍ରୀଶ୍ରୀ ତ୍ରିବେଣୀଶ୍ବର,ସନ୍ଥପୁର ଗ୍ରାମର ଇସାନେଶ୍ବର,କୁରୁଜଙ୍ଗ ଗ୍ରାମର ଦକ୍ଷିଣେଶ୍ୱର ଦେବଙ୍କ ଚଳନ୍ତି ପ୍ରତିମା ନିଜ ନିଜ ଆସ୍ଥାନରୁ ବାହାରି ବିମାନ ବିଜେ କରିବେ। ତିନିଠାକୁର ବର୍ଣ୍ଣାଢ଼୍ୟ ଶୋଭାଯାତ୍ରାରେ ବାହାରି କୋଣାର୍କ ଏନଏସି ମଣ୍ଡପ, ତହସିଲ କାର୍ଯ୍ୟାଳୟ,ଆଇବି ପରିସରରେ ପୂଜାର୍ଚ୍ଚନା କରାଯିବ। ପୂଜା ସମାପନ ପରେ ରାତି ୪ସୁଧା ଚନ୍ଦ୍ରଭାଗା ତୀର୍ଥ ମଣ୍ଡପରେ ପହଁଚିବେ। ପାରମ୍ପରିକ ରୀତିନୀତିରେ ଚଳନ୍ତି ପ୍ରତିମାଙ୍କ ପୂଜାହୋମ କର୍ମ ସମ୍ପାଦନ ସରିଲେ ୪ତାରିଖ ସପ୍ତମୀ ତୀଥିରେ ମାହେନ୍ଦ୍ରବେଳା ୪ଟା୩୭ ମଧ୍ୟରେ ପବିତ୍ର ତୀର୍ଥ ଜଳରେ ତିନିଠାକୁର ସ୍ନାନ କରିବେ। ରାତି ୪ଟା୪୧ରୁ ସାଧୁସନ୍ଥ ଓ ଅପେକ୍ଷା ରତ ଶ୍ରଦ୍ଧାଳୁମାନେ ସ୍ନାନ କରିବାର ସୁଯୋଗ ପାଇବେ।  ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଏସପି ବିଷ୍ଣୁ ପ୍ରସାଦ ପତି, ନିମାପଡ଼ା ଏସଡିପିଓ ପ୍ରଭାତ କୁମାର ମଲ୍ଲିକ, କୋଣାର୍କ ଏନ୍ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଛବିରାଣୀ ସାହୁ ,ତିନି ଠାକୁରଙ୍କ ସେବାୟତ, ବିଭିନ୍ନ ବିଭାଗୀୟ ଅଧିକାରୀ ଓ କୋଣାର୍କର ସମସ୍ତ ଗଣମାଧ୍ୟମ ପ୍ରତିନିଧି ପ୍ରମୁଖ ଉପସ୍ଥିତ ଥିଲେ। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.