ପ୍ରମୂଖ ଖବର
  • ବଲାଙ୍ଗୀର : ରାଜେନ୍ଦ୍ର ବିଶ୍ଵବିଦ୍ୟାଳୟରେ ଆଶାନ୍ତି, ହଷ୍ଟେଲ ଫି ବୃଦ୍ଧି ନେଇ ଧାରଣା ଦେଲେ ଛାତ୍ରଛାତ୍ରୀ
  • ||
  • ବାରିପାଦ: ବିଚ୍‌ ରାସ୍ତାରେ ଯୁବକଙ୍କୁ ଭୁଜାଲି ମାଡ଼, ଆହତ ଅବସ୍ଥାରେ ମେଡିକାଲରେ ଭର୍ତ୍ତି
  • ||
  • ବୁଧବାର ମେୟରଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ, ଯୋଗଦେବେ ସବୁ ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷ ଏବଂ କର୍ପୋରେଟର
  • ||
  • ସୁନ୍ଦରଗଡ଼ : ପୋଖରୀରୁ ଅଜଣା ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||
  • କେନ୍ଦ୍ରାପଡ଼ା : ଆଳିରେ ସିରିଜ୍‌ ଚୋରି, ଲକ୍ଷାଧିକ ଟଙ୍କାର ଅଳଙ୍କାର ନେଇଗଲେ ଦୁର୍ବୃତ୍ତ
  • ||
  • ବର୍ମିଂହାମ୍‌ରେ ଇଣ୍ଡିଆ-ଇଂଲଣ୍ଡ ଦ୍ୱିତୀୟ ଟେଷ୍ଟ: ପ୍ରତ୍ୟାବର୍ତ୍ତନ ପାଇଁ ପ୍ରସ୍ତୁତ ଗିଲ୍‌ ବାହିନୀ, ବୁମ୍‌ରା ଖେଳିବେ କି ନାହିଁ ହୋଇନି ସ୍ପଷ୍ଟ
  • ||
  • ବାହୁଡ଼ା ଯାତ୍ରା ପ୍ରସ୍ତୁତି: ଆଜ୍ଞାମାଳ ବିଜେ ପରେ ଶରଧାବାଲିରେ ଦକ୍ଷିଣ ମୋଡ଼ ନେବ ତିନ ରଥ
  • ||
  • ବଡ଼ବିଲ: ଖଣିରେ ଧସିଲା ମାଟି ଅତଡ଼ା, ଚାଲିଗଲା ୩ ଜୀବନ
  • ||
  • ନନ୍ଦିଘୋଷ ଭାଙ୍ଗିଲେ ରାଗରୋଷରେ ଜର୍ଜରିତ ମା’ଲକ୍ଷ୍ମୀ ଠାକୁରାଣୀ, ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ଫେରିଲେ
  • ||
  • ଉତ୍ତର-ପଶ୍ଚିମରେ ପ୍ରବଳ ବର୍ଷା ଆଶଙ୍କା: ପୁଣି ଘୂର୍ଣ୍ଣିବଳୟ ସମ୍ଭାବନା, ୫ରୁ ବର୍ଷା ବଢ଼ିପାରେ
  • ||

ମଣ୍ଡପରେ ମା’ଙ୍କ ମହାନବମୀ, ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼

Published By : Harapriya Sethi | October 12, 2024 7:55 AM

ଭୁବନେଶ୍ୱର,୧୨/୧୦: ଧରାବତରଣ କରିଛନ୍ତି ମା ଦୁର୍ଗା । ଶୁକ୍ରବାର ମା’ଙ୍କ ମହାଷ୍ଟମୀ ପୂଜାର୍ଚ୍ଚନା ସମ୍ପର୍ଣ୍ଣ ହୋଇଛି । ଶନିବାର ମହାନବମୀ ପୂଜା । ଏଥିପାଇଁ ଚଳଚଞ୍ଚଳ ହୋଇଉଠିଛି ରାଜଧାନୀ । ଶନିବାର ଶକ୍ତିପୀଠରେ ବିଜୟା ଦଶମୀ ପୂଜା ଚାଲିଥିବାବେଳେ ପୂଜା ମଣ୍ଡପରେ ଚାଲିଛି ମହାନବମୀ ପୂଜା । ହୋମ, ଯଜ୍ଞ ଏବଂ ଚଣ୍ଡୀପାଠରେ କମ୍ପୁଛି ପରିବେଶ । ମା’ଙ୍କ ଆରଧନା କରିବାକୁ ପୂଜା ମଣ୍ଡପରେ ଲାଗି ରହିଛି ଭକ୍ତଙ୍କ ଭିଡ ।

ପୂଜା ପାଇଁ ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ପୂଜାମଣ୍ଡପରେ ବ୍ୟାପକ ଆୟୋଜନ ହୋଇଛି । ମୃଣ୍ମୟୀ ମୂର୍ତ୍ତି, ତୋରଣ ଓ ସାଜସଜ୍ଜା ବେଶ୍ ସୁନ୍ଦର ଓ ଆକର୍ଷଣୀୟ ହୋଇଛି । ନିଜ ନିଜର ପରିବାର ସହ ପୂଜା ମଣ୍ଡପ ଗୁଡିକ ବୁଲୁଛନ୍ତି ଲୋକେ । ସମସ୍ତ ପୂଜା ମଣ୍ଡପରେ ବ୍ୟାପକ ସୁରକ୍ଷାର ଆୟୋଜନ କରାଯାଇଥିବା ବେଳେ ସର୍ବତ୍ର ପୋଲିସ ମୁତୟନ ରହିଛନ୍ତି । ପୂଜାରେ ଯେମିତି କୌଣସି ବାଧା ସୃଷ୍ଟି ନହେଉ, ସେଥିପ୍ରତି ବିଶେଷ ଧ୍ୟାନ ଦିଆଯାଇଛି । ସମସ୍ତ ପୂଜା ମଣ୍ଡପ ବୁଲି ସେଠାରେ ହେଉଥିବା ସାଂସ୍କୃତିକ କାର୍ଯ୍ୟକ୍ରମର ମଧ୍ୟ ଆନନ୍ଦ ନେଉଛନ୍ତି ଲୋକେ । ରାଜଧାନୀ ଭୁବନେଶ୍ବରର ବିଭିନ୍ନ ପୂଜା ମଣ୍ଡପରେ ଆଖିଝଲସା ତୋରଣ ନିର୍ମାଣ କରାଯାଇଛି ।    

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.