ପ୍ରମୂଖ ଖବର
  • ଏସ୍‌ବିଆଇର ପରବର୍ତ୍ତୀ ଅଧ୍ୟକ୍ଷ ହୋଇପାରନ୍ତି ଚଲା ଶ୍ରୀନିବାସୁଲୁ ସେଟ୍ଟି
  • ||
  • ଆଜି ସ୍ଥଳସେନାଧ୍ୟକ୍ଷ ଭାବେ ଦାୟିତ୍ଵ ନେବେ ଲେପ୍ଟନାଣ୍ଟ ଜେନେରାଲ ଉପେନ୍ଦ୍ର ଦ୍ଵିୱେଦୀ
  • ||
  • ଟିଟିଲାଗଡ଼: କାଗଜ ଫ୍ୟାକ୍ଟ୍ରିରେ ଭୟଙ୍କର ନିଆଁ, ନିଆଁକୁ ଆୟତ୍ତ କଲା ଅଗ୍ନିଶମ ବାହିନୀ
  • ||
  • ନାଇଜେରିଆରେ ଆତ୍ମଘାତି ଆକ୍ରମଣ; ୧୮ ମୃତ, ୪୨ ଆହତ
  • ||
  • ରାଜଧାନୀରେ ଲଗାଣ ବର୍ଷା, ଅଣ୍ଡର ପାସ୍‌ରେ ବୁଡି ଚାଲିଗଲା ବୃଦ୍ଧଙ୍କ ଜୀବନ
  • ||
  • ଭାରତୀୟ ବ୍ୟାଙ୍କଗୁଡ଼ିକୁ ସାଇବର ଆକ୍ରମଣ ଭୟ, ସତର୍କ ରହିବାକୁ ରିଜର୍ଭ ବ୍ୟାଙ୍କର ନିର୍ଦ୍ଦେଶ
  • ||
  • ରାଜ୍ୟରେ ବ୍ୟାପୁଛି ବର୍ଷାଜନିତ ସଂକ୍ରମଣ ରୋଗ, ଜଣ୍ଡିସ୍‌, ଡାଇରିଆ, ଜ୍ୱର ଓ ଡେଙ୍ଗୁ ଭୟ ବଢ଼ିଲା
  • ||
  • ସୋମବାରଠୁ ଜନତା ଦରବାର, ଖୋଲିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ, ଜିଲ୍ଲାରେ ବି ଶୁଣାଣି
  • ||
  • ଅନ୍ତର୍ଜାତୀୟ ଟି-ଟ୍ୱେଣ୍ଟିରୁ ସନ୍ନ୍ୟାସ ନେଲେ କୋହଲି - ରୋହିତ, ବିଶ୍ୱକପ୍ ଟ୍ରଫି ବିଜ​‌ୟ ପରେ ଘୋଷଣା
  • ||
  • ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ: ଆଜି ୩ ଜିଲ୍ଲାରେ ପ୍ରବଳ ବର୍ଷିବ, ୩ରୁ ନିର୍ଧୁମ ଛେଚିବ
  • ||

ତତ୍କାଳୀନ ବିଜେଡି ସରକାରଙ୍କ ଉଦ୍ୟମ ଯୋଗୁଁ ମହାନଦୀ ଟ୍ରିବ୍ୟୁନାଲ ଗଠନ ହୋଇପାରିଥିଲା : ବିଜେଡି

ଭୁବନେଶ୍ୱର, ୨୭/୦୬:  ମହାନଦୀ ଓଡିଶାର ୧୬ ଜିଲ୍ଲାର ଲୋକଙ୍କ ଜୀବନଧାରା । ହେଲେ ଏହା ଉପରେ ଛତିଶଗଡ ମନମାନି କରିଆସୁଛି । ହୀରାକୁଦର ଉପମୁଣ୍ଡରେ ଛତିଶଗଡ ସରକାର ଓ ତଳମୁଣ୍ଡରେ ଓଡିଶା କେତେ ପାଣି ବ୍ୟବହାର କରିବ ଏନେଇ ଉଲ୍ଲେଖ ରହିଛି । ତଥାପି ଛତିଶଗଡ ମହାନଦୀ ଉପରେ ଏକଚାଟିଆ ଅଧିକାର ସାବ୍ୟସ୍ତ କରି ବେଆଇନ ଭାବେ କାର୍ଯ୍ୟ କରିଚାଲିଛି । ମହାନଦୀ ଜଳ ବିବାଦ ପ୍ରସଙ୍ଗରେ ବିଜୁ ଜନତା ଦଳର ବରିଷ୍ଠ ଉପସଭାପତି ତଥା ପୂର୍ବତନ ମନ୍ତ୍ରୀ ଦେବୀ ପ୍ରସାଦ ମିଶ୍ର  ଶଙ୍ଖ ଭବନରେ ଆୟୋଜିତ  ଏକ ସାମ୍ବାଦିକ ସମ୍ମିଳନୀରେ ଏହା କହିଛନ୍ତି ।

ଶ୍ରୀ ମିଶ୍ର ଆହୁରି ମଧ୍ୟ କହିଛନ୍ତି ଯେ, ଛତିଶଗଡର ବେଆଇନ କାମ ବିରୋଧରେ କେନ୍ଦ୍ର ସରକାର, ପ୍ରଧାନମନ୍ତ୍ରୀ ଓ ସିଡବ୍ଲ୍ୟୁସିଙ୍କ ନିକଟରେ ବାରମ୍ବାର ଓଡିଶା ସରକାର ଓ  ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୃଷ୍ଟି ଆକର୍ଷଣ କରିଥିଲେ । ଏପରିକି ତତ୍କାଳୀନ ଜଳସଂପଦ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ୨୦୧୬ରେ ଦିଲ୍ଲୀରେ ବସିଥିବା ବୈଠକରେ ଛତିଶଗଡର ବେଆଇନ କାମକୁ ଅଟକାଇବା ପାଇଁ ନବୀନ ପଟ୍ଟନାୟକ ସ୍ପଷ୍ଟ ଭାବେ ଦାବି  ରଖିଥିଲେ।

ଛତିଶଗଡର ଅନଧିକାର ବ୍ୟାରେଜ୍‌ ନିର୍ମାଣ ବିରୋଧରେ ସମସ୍ତ ଫୋରମରେ ଆଲୋଚନା ପରେ ଯେତେବେଳେ ସୁଫଳ ମିଳିଲାନି, ସେତେବେଳେ ରାଜ୍ୟ ସରକାର ସମାଧାନ ପାଇଁ ସୁପ୍ରିମକୋର୍ଟର ଦ୍ୱାରସ୍ଥ ହେଲେ । ଶେଷରେ ମହାନଦୀ ଟ୍ରିବ୍ୟୁନାଲ ଗଠନ ହେଲା । ଏଥିରେ ଓଡିଶା ପକ୍ଷରୁ ସମସ୍ତ ଦଲିଲ୍‌ ଉପସ୍ଥାପନ କରାଯାଇ ପକ୍ଷ ରଖାଯାଇଛି । ଟ୍ରିବ୍ୟୁନାଲର ଅବଧି ଏବେ ୨୦୨୬ ଏପ୍ରିଲ ପର୍ଯ୍ୟନ୍ତ ବଢାଯାଇଛି ।

ମହାନଦୀ ପାଇଁ ଓଡିଶା ନ୍ୟାୟିକ ଲଢେଇ ଲଢିଛି, ରାଜରାସ୍ତାରେ ସଂଗ୍ରାମ କରିଛି, ଆଲୋଚନା ମଧ୍ୟରେ ସମାଧାନ ପାଇଁ ଉଦ୍ୟମ କରିଛି । ତେଣୁ ମହାନଦୀକୁ ନେଇ ଓଡିଶା ସରକାର କିଛି କରିନଥିଲେ । ଏଭଳି ବିଭ୍ରାନ୍ତିକର ତଥ୍ୟ ଉପସ୍ଥାପନ କରିବା ବଦଳରେ ସମସ୍ୟାର ସମାଧାନ ପାଇଁ ବିଜେପି ସରକାର ଉଦ୍ୟମ କରିବା ଦରକାର । ମହାନଦୀ ପ୍ରସଙ୍ଗରେ ବିଜେଡି ସଂପୂର୍ଣ୍ଣ ସଚେତନ ରହିଛି । ଆଉ ମହାନଦୀ ଅବବାହିକା ଅଧିବାସୀଙ୍କ ସ୍ୱାର୍ଥ ହାସଲ ପାଇଁ ବିଜେଡି ସଂପୂର୍ଣ୍ଣ ସଜାଗ ରହିଛି ବୋଲି ଶ୍ରୀ ମିଶ୍ର କହିଛନ୍ତି ।

ସାମ୍ବାଦିକ ସମ୍ମିଳନୀରେ ଆଳିର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ପ୍ରତାପ କେଶରୀ ଦେବ କହିଥିଲେ, ଏବେ ମହାନଦୀ ପ୍ରସଙ୍ଗରେ ଟ୍ରିପଲ ଇଂଜିନ୍‌ ସରକାର ରହିଛି । କେନ୍ଦ୍ରରେ, ଛତିଶଗଡରେ, ଓଡିଶାରେ ସବୁଠି ବିଜେପିର ସରକାର । ମହାନଦୀ ସମସ୍ୟାର ସମାଧାନ କରାଯାଉ । 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.