ପ୍ରମୂଖ ଖବର
  • ଭୁବନେଶ୍ୱର : ବିଦେଶୀ ମଦ ଦୋକାନ ଉପରେ ଅବକାରୀ ବିଭାଗର ରେଡ୍‌, ପାଣି ମିଶା ମଦ ଜବତ
  • ||
  • ତେଲକୋଇ : ବେଣା ଗାଁରେ ହାତୀପଲଙ୍କ ଉତ୍ପାତ; ଧାନ ସହ ଖାଇଗଲେ ଟଙ୍କା, ସରକାରୀ ସହାୟତା ପାଇଁ ଗ୍ରାମବାସୀଙ୍କ ଦାବି
  • ||
  • ପାଟଣା : ଚମ୍ପୁଆ ରେଞ୍ଜରେ ଦନ୍ତା ଆହତ, ସ୍ବାସ୍ଥ୍ୟାବସ୍ଥା ଅନୁଧ୍ୟାନ କରୁଛି ବିଶେଷଜ୍ଞ ଟିମ୍
  • ||
  • ମାର୍ଶାଘାଇ : ରେଳ ପୋଲ ଉପରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ଭଞ୍ଜନଗର : ବଚସାକୁ କେନ୍ଦ୍ର କରି ଦୁଇ ଭାଇଙ୍କୁ ମରଣାନ୍ତକ ଆକ୍ରମଣ; ବଡ଼ ଭାଇ ମୃତ, ସାନ ଭାଇ ଗୁରୁତର
  • ||
  • ପୁରୁଷ ହକି ଏସିଆନ ଚାମ୍ପିଅନ୍ସ ଟ୍ରଫି: ଆଜି ଚୀନ-ପାକିସ୍ତାନ୍, ଭାରତ-କୋରିଆ ସେମି ଫାଇନାଲ୍‌ ଲଢ଼େଇ
  • ||
  • କରଞ୍ଜିଆ : ଶିମିଳିପାଳ ଅଭୟାରଣ୍ୟରେ ପ୍ରବଳ ବର୍ଷା, ୧୨ ଘଣ୍ଟାରେ ୧୮୩.୮୯୬ ମିମି ବର୍ଷା ରେକର୍ଡ
  • ||
  • ଜଳେଶ୍ବର : ବିପଦ ସଙ୍କେତ ପାର୍‌ କଲା ଜଳକା ନଦୀ, ତଳିଆ ଅଞ୍ଚଳବାସୀ ଭୟଭୀତ
  • ||
  • ଶ୍ରୀମନ୍ଦିରରେ ବଳିବାମନ ବେଶ ନୀତି, ବାମନରୂପି ବାଳକ ରୂପରେ ମହାପ୍ରଭୁ ରତ୍ନ ସିଂହାସନରେ ଉଭା ହେବେ
  • ||
  • ପାଟଣା : ତେଲ ନଦୀ ପୋଲ ଉପରେ ୩ ଫୁଟର ବନ୍ୟାଜଳ ପ୍ରବାହିତ, କେନ୍ଦୁଝର ଓ ମୟୁରଭଞ୍ଜ ମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ
  • ||
  • ଆଜି ବି ପ୍ରବଳ ଢାଳିବ ବର୍ଷା: ଦୁଇ ଜିଲ୍ଲାକୁ ଆଲର୍ଟ, ସତର୍କ ରହିବାକୁ ନିର୍ଦ୍ଦେଶ ଦେଲେ ଏସ୍‌ଆରସି
  • ||
  • ବୌଦ୍ଧ : ବାଟୋଇଙ୍କୁ ଧକ୍କା ଦେଇ ଗଛକୁ ପିଟିଲା ପିକ୍ଅ‌ପ୍ ଭ୍ୟାନ୍‌, ୯ ଗୁରୁତର
  • ||

ମାହାଙ୍ଗା ଥାନା ସମ୍ମୁଖରେ ମହିଳାଙ୍କ ଆତ୍ମହତ୍ୟା ଘଟଣା, ଆଇଆଇସି ବିଜୟ କୁମାର ମଲ୍ଲିକଙ୍କ ବଦଳି

ମାହାଙ୍ଗା, ୦୪/୦୯ : ମାହାଙ୍ଗା ଥାନା ସମ୍ମୁଖରେ ଆତ୍ମହତ୍ୟା ଉଦ୍ୟମ କରି ଏସସିବି ମେଡିକାଲରେ ମହିଳାଙ୍କ ମୃତ୍ୟୁ ଘଟଣା। କଟକ ଗ୍ରାମାଞ୍ଚଳ ଏସପି ଏଲ୍ ଦିବ୍ୟାଙ୍କ କାର୍ଯ୍ୟାନୁଷ୍ଠାନ। ବଦଳିଲେ ମାହାଙ୍ଗା ଥାନା ଅଧିକାରୀ ବିଜୟ କୁମାର ମଲ୍ଲିକ। ତାଙ୍କୁ କଟକ ନିଆଳି ଥାନାକୁ ବଦଳି କରାଯାଇଛି। ନିଆଳି ଥାନାଧିକାରୀ ତପନ କୁମାର ରାଉତଙ୍କୁ ମାହାଙ୍ଗା ଥାନାଧିକାରୀ ଭାବେ ଅବସ୍ଥାପିତ କରାଯାଇଛି। 

ସୂଚନାନୁଯାୟୀ, ଗତ ଅଗଷ୍ଟ ୧୬ ତାରିଖରେ ରଶ୍ମିତା ଦାସ ନାମକ ଜଣେ ମହିଳା ମାହାଙ୍ଗା ଥାନା ସମ୍ମୁଖରେ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ଏସସିବି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଏସସିବିରେ ଚିକିତ୍ସାଧିନ ଅବସ୍ଥାରେ ରଶ୍ମିତାଙ୍କ ମୃତ୍ୟୁ ଘଟିଥିଲା। ଏହି ଘଟଣା ପରେ ମାହାଙ୍ଗା ଥାନା ଆଇଆଇସି ବିଜୟ କୁମାର ମଲ୍ଲିକ ଚର୍ଚ୍ଚାରେ ଥିଲେ। କାରଣ ଆତ୍ମହତ୍ୟା ପୂର୍ବରୁ ରଶ୍ମିତା ଦାସ ନିଜେ ମାହାଙ୍ଗା ଆଇଆଇସିଙ୍କ ନାଁ ନେଇଥିଲେ। ମାହାଙ୍ଗା ଆଇଆଇସି ବିଜୟ କୁମାର ମଲ୍ଲିକ ଓ ଏସଆଇ ଇପ୍ସିତା ପ୍ରିୟଦର୍ଶିନୀ ତାଙ୍କୁ ଅପବ୍ୟବହାର କରିବାରୁ ସେ ଆତ୍ମହତ୍ୟା କରିଥିଲେ ବୋଲି ବୟାନ ଦେଇଥିଲେ।


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.