ପ୍ରମୂଖ ଖବର
  • କେନ୍ଦୁଝର : ଶୋଇଥିବା ବେଳେ କାମୁଡ଼ିଲା ବିଷଧର ସାପ, ଚାଲିଗଲା ନାବାଳକର ଜୀବନ
  • ||
  • ରାଉରକେଲା : ରେଳ ଲାଇନ୍‌କୁ ବିରୋଧ ବେଳେ ଯୁବକଙ୍କ ମୃତ୍ୟୁର ପ୍ରତିବାଦ: ମୃତଦେହ ରଖି କ୍ଷତିପୂରଣ ଦାବି, ୧୮ ଘଣ୍ଟା ହେଲାଣି ଉଠୁନି ଶବ
  • ||
  • ମୟୂରଭଞ୍ଜରୁ ଅପହରଣ ଯାଜପୁରରୁ ୪ ବର୍ଷର ଶିଶୁକନ୍ୟା ଉଦ୍ଧାର, ଠକ କିନ୍ନର ଏବଂ ସହଯୋଗୀ ଗିରଫ
  • ||
  • ସୋମବାର ହେବ ମହାପ୍ରଭୁଙ୍କ ପଇତାଲାଗି ନୀତି, ୫ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ
  • ||
  • ଦେବଗଡ଼ : ଝୁଲନ୍ତା ଅବସ୍ଥାରେ ଅଜଣା ଶବ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • ଅର୍ଚ୍ଚନା-ଜଗବନ୍ଧୁ ସମ୍ପର୍କରେ ନୂଆ ମୋଡ଼, ଛାଡପତ୍ର ପାଇଁ ଫ୍ୟାମିଲି କୋର୍ଟରେ ଆବେଦନ
  • ||
  • ୨୧ରେ ମହାପ୍ରଭୁଙ୍କ ପଇତା ଲାଗି ଓ ୨୩ରେ ବନକଲାଗି ନୀତି, ଶ୍ରୀମନ୍ଦିରରେ ଦର୍ଶନ କଟକଣା
  • ||
  • କଟକ : ଦୋକାନକୁ ମାଡ଼ିଗଲା ଟ୍ରାକ୍ଟର, ଅଳ୍ପକେ ବଞ୍ଚିଗଲେ ପାନ ଦୋକାନୀ
  • ||
  • ଭୁବନେଶ୍ୱର : ପୂର୍ବ ଶତ୍ରୁତାକୁ ନେଇ ଫୁଟିଲା ଗୁଳି, ଯୁବକ ଆହତ
  • ||
  • ଆସନ୍ତା ୨୪ ଯାଏ ଦକ୍ଷିଣ ଓଡ଼ିଶାରେ କାଳବୈଶାଖୀ ବର୍ଷା ସମ୍ଭାବନା, ଆଜି ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ||

ସୋମବାର ହେବ ମହାପ୍ରଭୁଙ୍କ ପଇତାଲାଗି ନୀତି, ୫ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ

Published By : Harapriya Sethi | April 20, 2025 10:40 AM

ପୁରୀ, ୨୦/୦୪ : ସୋମବାର ବୈଶାଖ କୃଷ୍ଣ ଅଷ୍ଟମୀ ତିଥି । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତାଲାଗି ନୀତି ଅନୁଷ୍ଠିତ ହେବ । ଏଥିପାଇଁ ଶ୍ରୀମନ୍ଦିରରେ ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଦ୍ଵିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଅପରାହ୍ନ ୫ଟା ଠାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି।

ଶ୍ରୀଜୀଉମାନଙ୍କ ଠାରେ ଦୈନଦିନ ଲାଗି ହେଉଥିବା ଚନ୍ଦନର ସୁରକ୍ଷା ନିମନ୍ତେ ମହାପ୍ରଭୁଙ୍କର ପଇତା ଲାଗି କରାଯାଇଥାଏ । ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପାଟରା ସେବକଙ୍କୁ ପଇତା ବୋଳିବା ପାଇଁ ତିନି ରଙ୍ଗର ବାସୁଙ୍ଗାପାଟ ଯୋଗାଇଦିଆଯାଇ ଥାଏ । ପାଟରା ସେବକ ଉକ୍ତ ବାସୁଙ୍ଗା ପାଟ ନେଇ ଶ୍ରୀଲକ୍ଷ୍ମୀ ମନ୍ଦିର ଜଗମୋହନରେ ବସି ପାଟ ପଇତା ବୋଳିଥାନ୍ତି । ପରେ ସେହି ବାସୁଙ୍ଗା ପାଟରେ ପଇତା ଲାଗି କରାଯାଇଥାଏ । ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଦ୍ୱିତୀୟ ଭୋଗ ମଣ୍ଡପ ଶେଷ ହେବାପରେ ସନ୍ଧ୍ୟା ୫ଟା ଠାରୁ ରାତି ୧୦ଟା ପର୍ଯ୍ୟନ୍ତ ପ୍ରାୟ ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ପଇତା ଲାଗି ନୀତି ପରେ ଠାକୁରଙ୍କୁ ମହାସ୍ନାନ କରାଯାଇ ପୁନର୍ବାର ଦର୍ଶନ ବ୍ୟବସ୍ଥା ଚାଲୁ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.