ପ୍ରମୂଖ ଖବର
  • ମୁନିଗୁଡ଼ା : ରେଳ ଧାରଣାରୁ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ଆତ୍ମହତ୍ୟା ସନ୍ଦେହ
  • ||
  • ଭୁବନେଶ୍ୱର : ଅଳିଆ ଗଦାରେ ଲାଗିଲା ନିଆଁ, ୫୦ ଫୁଟ ଉଚ୍ଚରେ ଉଠିଲା ଧୂଆଁ
  • ||
  • କେନ୍ଦୁଝର : ବସ୍ ଧକ୍କାରେ ଓଲଟିଲା ନାଇଟ୍ ପାଟ୍ରୋଲିଂ ପୋଲିସ୍ ଗାଡ଼ି, ଅଳ୍ପକେ ବର୍ତ୍ତିଲେ ୫ଜଣ ପୋଲିସ୍ କର୍ମଚାରୀ
  • ||
  • ସାଲେପୁର : ଗୋରୁ ଚମଡା ସହ ବାଇକ୍‌ ଜବତ, ଜଣେ ଗିରଫ
  • ||
  • ଜାନୁଆରୀ ୧୫ରେ ସୁଭଦ୍ରା ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା
  • ||
  • ମୟୂରଭଞ୍ଜ : ଶୌଚ ପାଇଁ ଯାଇଥିବା ବେଳେ ଦଳିଦେଲେ ହାତୀପଲ, ଚାଲିଗଲା ବ୍ୟକ୍ତିଙ୍କ ଜୀବନ
  • ||
  • ସୁନ୍ଦରଗଡ଼ : ହୁଣ୍ଡାଇ ସୋରୁମ୍‌ରେ ବନ୍ଧୁକ ଦେଖାଇ ଲୁଟ୍‌, ଲକ୍ଷାଧିକ ଟଙ୍କା ସହ କାଗଜ ପତ୍ର ଲୁଟିନେଲେ ୪ ଦୁର୍ବୃତ୍ତ
  • ||
  • ମାଲକାନଗିରି: ପାଇଖାନା ଟାଙ୍କିରୁ ସାମ୍ବାଦିକଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ
  • ||
  • ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଦୁର୍ଘଟଣା ହ୍ରାସ ପାଇଁ ବସ୍‌ରେ ଲାଗିବ ସ୍ମାର୍ଟ ଡିଭାଇସ୍‌
  • ||
  • ସିଡନୀ ଟେଷ୍ଟ: ଘାଇଲା କଲେ ଭାରତୀୟ ବୋଲର, ୧୮୧ରନରେ ଅଲଆଉଟ ଅଷ୍ଟ୍ରେଲିଆ
  • ||
  • ସୋର : ଶୋଇଥିବା ବେଳେ ଜଳିଗଲା ଘର, ଅଳ୍ପକେ ବର୍ତ୍ତିଲେ ପରିବାର ଲୋକେ
  • ||
  • ଆଉ ୪ ଦିନ କଳବଲ କରିବ ଶୀତର ପ୍ରକୋପ, ବିଭିନ୍ନ ସ୍ଥାନରେ ରାତି ତାପମାତ୍ରା ୧୨ରୁ ୧୩ ଡିଗ୍ରୀ ତଳକୁ ଖସିବ
  • ||
  • ସୁବର୍ଣ୍ଣପୁର ଜିଲ୍ଲାରେ ଶୀତ ଲହରୀ ଜାରି, ରାତିରେ ୧୦ ଡିଗ୍ରୀ ତଳକୁ ଖସୁଛି ପାରଦ
  • ||
  • କୋରାପୁଟରେ ୪ ଡିଗ୍ରୀ ତଳକୁ ଖସିଲା ପାରଦ, ଶୀତ ଲହରୀ ସାଙ୍ଗକୁ ତୁଷାରପାତ
  • ||

IAS ସ୍ତରରେ ବଡ଼ ଧରଣର ଅଦଳବଦଳ, ବଦଳିଲେ ୫ ଅଫିସର : ୩ OAS ଅଧିକାରୀଙ୍କୁ ନୂତନ ବିଭାଗର ଦାୟିତ୍ବ

Published By : Prameya | January 2, 2025 2:26 PM

ଭୁବନେଶ୍ୱର, ୦୨।୦୧ : ଆଇଏସଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ । ସଚିବ ସ୍ତରରେ ୫ ଅଫିସରଙ୍କ ଅଦଳବଦଳ ହୋଇଛି। ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ପଦରୁ ଅରବିନ୍ଦ ଡାକୁଆଙ୍କୁ ବଦଳି କରାଯାଇଛି। ଅରବିନ୍ଦ ଡାକୁଆଙ୍କୁ ପୌର ପ୍ରଶାସକ ଏବଂ ନଗର ଉନ୍ନୟନ ବିଭାଗର ଅତିରିକ୍ତ ସଚିବ ଭାବେ ଦାୟିତ୍ଵ ମିଳିଛି। ତେବେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ପଦ କାହାକୁ ଦିଆଯିବ ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ।

ରାଜ୍ୟ ସରକାର ପ୍ରେମଚାନ୍ଦ ଚୌଧୁରୀଙ୍କୁ ବୟନ ଶିଳ୍ପର ନିର୍ଦ୍ଦେଶକ ଦାୟିତ୍ୱ ଦେଇଛନ୍ତି। ଟି ଓ୍ୱାପଙ୍ଗ ରାଓଙ୍କ ଯୋଜନା ବିଭାଗର ସ୍ୱତନ୍ତ୍ର ସଚିବ, ଏନ୍ବିଏସ୍ ରାଜପୁତଙ୍କୁ ସାଧାରଣ ଉଦ୍ୟୋଗ ବିଭାଗର ଅତିରିକ୍ତ ଦାୟିତ୍ୱ ମିଳିଛି। ଭୂପେନ୍ଦର ସିଂହ ପୁନିଆଙ୍କୁ ଦକ୍ଷତା ବିକାଶ ବିଭାଗର ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। 

ସେଭଳି ଓଏଏସ୍‌ ସ୍ତରରେ ମଧ୍ୟ ଅଦଳ ବଦଳ କରାଯାଇଛି। ଦେବାଶିଷ  ସିଂ ଗୃହ ଓ ନଗର ଉନ୍ନୟନ ବିଭାଗ ସ୍ବତନ୍ତ୍ର ସଚିବ ଭାବରେ ଦାୟିତ୍ବ ପାଇଁଛନ୍ତି। ପୂର୍ବରୁ ସେ ମ୍ୟୁନିସିପାଲ ଆଡମିନିଷ୍ଟ୍ରେସନ୍ ଆଣ୍ଡ ଏକ୍ସ-ଅଫିସିଆଲ୍ ସ୍ପେଶାଲ ସେକ୍ରେଟରୀ ଭାବରେ କାର୍ଯ୍ୟ ତୁଲାଉଥିଲେ। ପୂର୍ବରୁ  ଇସ୍ପାତ ଏବଂ ଖଣି ବିଭାଗର ଅତିରିକ୍ତ ଅତିରିକ୍ତ ସଚିବ ଥିବା  ଅନୁଜ କୁମାର ଦାସ ପଟ୍ଟନାୟକଙ୍କୁ ମହିଳା ଏବଂ ଶିଶୁ ବିକାଶ ବିଭାଗର ଅତିରିକ୍ତ ସଚିବ ଭାବରେ ପ୍ରଦାନ କରାଯାଇଛି ଦାୟିତ୍ବ । ତାଙ୍କ ସ୍ଥାନରେ ଇସ୍ପାତ ଏବଂ ଖଣି ବିଭାଗର ଅତିରିକ୍ତ ସଚିବ ଭାବରେ ଗୌତମ ଚୌଧୁରୀଙ୍କୁ ଦାୟିତ୍ବ ଦିଆଯାଇଛି।  ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

  • prameyanews
  • PrameyaOdia
  • prameya
  • Prameya Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.