ପ୍ରମୂଖ ଖବର
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ନୂତନ ବର୍ଷ ଆରମ୍ଭର ପ୍ରତୀକ ଏହି ପର୍ବ , ଜାଣନ୍ତୁ ପୂଜାବିଧି ଆଉ ରୀତିନୀତି

Published By : Anindita Ratha | January 14, 2025 9:03 AM

ଭୁବନେଶ୍ବର,୧୪/୦୧:ଆଜି ପବିତ୍ର ମକର ସଂକ୍ରାନ୍ତି। ଏନେଇ ଉତ୍ସବ ମୁଖର ଦିଲ୍ଲୀରୁ ପଲ୍ଲୀ ।  ସବୁଠି ଭିନ୍ନ ଭିନ୍ନ ଢଙ୍ଗରେ ପାଳିତ ହେଉଛି ମକର ପର୍ବ । ଦେଶର ବିଭିନ୍ନ ରାଜ୍ୟରେ ଏହି ପର୍ବକୁ ଅଲଗା ଅଲଗା ନାମରେ ପାଳନ କରାଯାଏ  । ଦକ୍ଷିଣରେ ପୋଙ୍ଗଲ, ଉତ୍ତରରେ ଲୋହରୀ, ପୂର୍ବରେ ମକର ସଂକ୍ରାନ୍ତି ଆଉ ଉତ୍ତର-ପୂର୍ବରେ ବିହୁ ବୋଲି କୁହାଯାଏ । ଏହି ପର୍ବକୁ ଆନନ୍ଦ ଉଲ୍ଲାସରେ ପାଳନ କରୁଛନ୍ତି ଦେଶବାସୀ । ନୂତନ ବର୍ଷର ଆରମ୍ଭର ପ୍ରତୀକ ଏହି ପର୍ବ । ଦକ୍ଷିଣ ଭାରତରେ କୃଷି ଭିତ୍ତିକ ଗଣପର୍ବ ‘ପୋଙ୍ଗଲ’ । ତେଲୁଗୁ ସଂପ୍ରଦାୟର ଲୋକେ ଏହି ପର୍ବକୁ ଧୁମଧାମର ସହ ପାଳନ କରନ୍ତି । ସେଠାରେ ଏହି ପର୍ବକୁ ୪ ଦିନ ଧିର ପାଳନ କରିଥାନ୍ତି ।

ଓଡ଼ିଶାରେ ମଧ୍ୟ ଆଜିର ଦିନରେ ନୂଆ ଧାନର ଚାଉଳରୁ ପ୍ରସ୍ତୁତ ଚାଉଳରୁ ଭୋଗ ପ୍ରସ୍ତୁତ ହେବାର ପରମ୍ପରା ରହିଛି । ଯାହାକୁ ମକର ଚାଉଳ କୁହାଯାଏ । ସେଥିରେ ନୂଆଗୁଡ଼, ଛେନା, ନଡ଼ିଆ, କଦଳୀ, ଘିଅ, କ୍ଷୀର ଇତ୍ୟାଦିକୁ ମିଶ୍ରଣ କରାଯାଇଥାଏ । ଗୃହଦେବତା ଓ ଧାନଖଳାରେ ଏହାକୁ ଭୋଗ ଲଗାଯିବା ପରେ ପରସ୍ପରକୁ ଖୁଆଇ ଲୋକେ 'ମକର' ବସନ୍ତି । ଏହି ଦିନ ସୂର୍ଯ୍ୟ ମକର ରାଶିରେ ପ୍ରବେଶ କରିଥାନ୍ତି । ଘରେ ଘରେ ଠାକୁରଙ୍କ ପାଖରେ ଲାଗି ହେବ ମକର ଚାଉଳ ଭୋଗ । ସେପଟେ ଶ୍ରୀମନ୍ଦିରରେ ମକର ଚୌରାଶି ବେଶରେ ଦର୍ଶନ ଦେବେ ମହାବାହୁ ।

ସୌର ଗଣନା ଅନୁସାରେ, ମକର ସଂକ୍ରାନ୍ତିକୁ ମକର ମାସର ପ୍ରଥମ ଦିନ ହିସାବରେ ଗ୍ରହଣ କରାଯାଏ । ସଂକ୍ରାନ୍ତି ହେଉଛି ସୂର୍ଯ୍ୟଙ୍କର ସଂକ୍ରମଣ ବା ଗୋଟିଏ ରାଶିରୁ ଅନ୍ୟ ରାଶିକୁ ଚଳନ କରିବାର ଦିନ । ମକର ସଂକ୍ରାନ୍ତି ଦିନ ସୂର୍ଯ୍ୟ ଧନୁ ରାଶିରୁ ମକର ରାଶିକୁ କ୍ରମଶଃ ଗମନ କରନ୍ତି । ପ୍ରତିବର୍ଷ ୧୪ /୧୫ ଜାନୁୟାରୀରେ ମକର ସଂକ୍ରାନ୍ତି ପାଳନ କରାଯାଉଛି । ଏହି ଦିନଠାରୁ ସୂର୍ଯ୍ୟଙ୍କର ଉତ୍ତରାୟଣ ଗତି ଆରମ୍ଭ ହୋଇଥାଏ । ଓଡ଼ିଆ ପ୍ରବାଦ ଅନୁଯାୟୀ ‘ମକରଠାରୁ ଦିନ ବଡ଼ ହୁଏ’, ଅର୍ଥାତ ଏହି ଦିନଠାରୁ ଦିନ କ୍ରମଶଃ ବଡ଼ ହୁଏ । ସୂର୍ଯ୍ୟଙ୍କର ତେଜ ମଧ୍ୟ ଏହି ଦିନଠାରୁ ପ୍ରଖର ହୁଏ । ଦେବୀ ସଂକ୍ରାନ୍ତି ଏହି ତିଥିରେ ଶଙ୍କରାସୁରକୁ ବଧ କରିଥିଲେ ।ମକର ସଂକ୍ରାନ୍ତି ଠାରୁ ସୂର୍ଯ୍ୟଙ୍କର ଉତ୍ତରାୟଣ ଗତି ହେଉଥିବାରୁ ଆଲୋକ ଏବଂ ଜୀବନର ଉତ୍ସ ସୂର୍ଯ୍ୟଙ୍କୁ ହିନ୍ଦୁମାନେ ଏହିଦିନ ପୂଜାର୍ଚ୍ଚନା କରନ୍ତି । 

ଆଉ କେତେକ ସ୍ଥାନରେ ଏହି ଦିନ ଶିବଙ୍କୁ ପୂଜା କରାଯାଏ । କେତେକ ଏହି ଦିନ ଉଭୟ ଶିବ ଓ ସୂର୍ଯ୍ୟଙ୍କୁ ପୂଜା କରନ୍ତି ।ଏହି ମକର ସଂକ୍ରାନ୍ତିର ପୂଣ୍ୟକାଳରେ ପ୍ରତ୍ୟୁଷରୁ ନଦୀ, ପୋଖରୀରେ ସ୍ନାନାଦି କାର୍ଯ୍ୟ ସମାପନ କରି ସୂର୍ଯ୍ୟଙ୍କୁ ଦର୍ଶନ କଲେ, ସକଳ ପାପରୁ ମୁକ୍ତି ମିଳେ ବୋଲି ବିଶ୍ୱାସ । ଏହି ଦିନ ପ୍ରସିଦ୍ଧ ଗଙ୍ଗାସାଗରଠାରେ ଏକ ବିରାଟ ମେଳା ହୁଏ । ପୁଣ୍ୟଲାଭ ଆଶାରେ ଏହି ଦିନ ଅନେକ ଧାର୍ମିକ ଲୋକ ଗଙ୍ଗାସାଗରରେ ବୁଡ଼ ପକାଇଥାନ୍ତି । ସେହିପରି ମକର ସଂକ୍ରାନ୍ତି ଦିନ ଅନେକ ସ୍ଥାନରେ ଗୁଡ଼ି ଉଡ଼ା ପ୍ରତିଯୋଗିତା ଆୟୋଜନ କରାଯାଇଥାଏ । ଛୋଟ ଠାରୁ ବଡ ସମସ୍ତେ ଆକାଶରେ ଗୁଡି ଉଡାଇଥାନ୍ତି । ଏହି ଦିନକୁ ଶୁଭ ବୋଲି ବିବେଚନା କରାଯାଏ । ଗୁଡି ଉଡାଇବା ପର୍ବ ପ୍ରଭୁ ରାମଙ୍କ ସହ ଜଡିତ ବୋଲି କୁହାଯାଏ । ତେବେ ମକର ସଂକ୍ରାନ୍ତି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ । ସେ ସୋସିଆଲ ମିଡ଼ିଆ ଆକାଉଣ୍ଟ ଏକ୍ସ ମାଧ୍ୟମରେ ଏକ ଭିଡ଼ିଓ ସେୟାର କରି  କହିଛନ୍ତି ଯେ, 'ପବିତ୍ର ମକର ସଂକ୍ରାନ୍ତି ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ। ଏହି ପବିତ୍ର ପର୍ବ ସମସ୍ତଙ୍କ ଜୀବନରେ ସୁଖ, ଶାନ୍ତି ଏବଂ ସମୃଦ୍ଧି ଭରିଦେଉ ମହାପ୍ରଭୁଙ୍କ ନିକଟରେ ଏତିକି କାମନା।'





Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.