ପ୍ରମୂଖ ଖବର
  • ରବିବାରଠୁ ଦୁଇ ଦିନିଆ କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ଶ୍ରୀବଳଦେବଜିଉ ମନ୍ଦିରରେ କରିବେ ପୂଜାର୍ଚ୍ଚନା
  • ||
  • ଓଟିଇଟି-୨୦୨୪ ପାଇଁ ବିଜ୍ଞପ୍ତି ପ୍ରକାଶ: ଅଗଷ୍ଟ ୯ରେ ପରୀକ୍ଷା, ଜୁନ୍ ୨୪ରୁ ଆବେଦନ
  • ||
  • ଟି-ଟ୍ୱେଣ୍ଟି ବିଶ୍ୱକପ୍ ସୁପର ୮ ବାଂଲାଦେଶକୁ ଭେଟିବ ଭାରତ, ରୋହିତ, କୋହଲିଙ୍କ ପାଇଁ ସ୍ପିନ୍‌ ପରୀକ୍ଷା
  • ||
  • ରାଜ୍ୟର ୩୦ ଜିଲ୍ଲାକୁ ଛୁଇଁଲା ମୌସୁମୀ: ଆଜି କେନ୍ଦୁଝର, ମୟୂରଭଞ୍ଜରେ ପ୍ରବଳ ବର୍ଷିପାରେ, ୨୭ରେ ଲଘୁଚାପ
  • ||
  • ଦେବସ୍ନାନ ପୂର୍ଣ୍ଣିମା ପାଇଁ ଶ୍ରୀକ୍ଷେତ୍ର​‌ରେ ତ୍ରୀସ୍ତରୀୟ ସୁରକ୍ଷା ବ୍ୟବସ୍ଥା. ୬୮ ଫ୍ଲାଟୁନ୍ ଫୋର୍ସ ମୁତୟନ
  • ||
  • ପୁରୀ: ଆଜି ପବିତ୍ର ସ୍ନାନଯାତ୍ରା , ରତ୍ନସିଂହାନରୁ ସ୍ନାନବେଦୀକୁ ଧାଡି ପହଣ୍ଡିରେ ବିଜେ କରୁଛନ୍ତି ଶ୍ରୀଜିଉ
  • ||

ଏହି ରାଶିର ବ୍ୟକ୍ତି ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ

ମେଷ : ପଞ୍ଚମ ଚନ୍ଦ୍ର, ଘାତତିଥି ଏବଂ ଘାତ ନକ୍ଷତ୍ର ଯୋଗୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହ ଭାବ ପ୍ରକାଶ ପାଇବ । ଅପମାନ, ଅପଯଶ ଓ ଅପନିନ୍ଦା ମିଳିବ । ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ ଏବଂ ନିଜର ଲୋକଙ୍କଠାରୁ ଅପମାନ ପାଇବେ । ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ପ୍ରତ୍ୟୁତ୍ପନ୍ନମତି ଓ ଦୂରଦୃଷ୍ଟିର ବିକାଶ ଘଟିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ସଫଳତା ଓ ସହକର୍ମୀଙ୍କ ସହଯୋଗ ପ୍ରାପ୍ତ କରିବେ । ସନ୍ତାନମାନେ ଆଜ୍ଞାଧୀନ ହେବେ ଏବଂ ପିତାମାତାଙ୍କ କୃପାଲାଭ କରିବେ । ଯେଉଁମାନଙ୍କର ଦ୍ୱିଜା ଓ କୃତ୍ତିକା ମେଷ, ସେମାନେ ଉପକୃତ ହେବେ । 

ଶୁଭ ରଙ୍ଗ : ଧଳା, ସଂଖ୍ୟା : ୦୩, ଆରାଧନା : ପ୍ରଭୁ ହନୁମାନ ।

ବୃଷ : ଚତୁର୍ଥ ଚନ୍ଦ୍ର, ମଘା ନକ୍ଷତ୍ର ଯୋଗୁ ଗୁରୁଜନଙ୍କ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ମୂଲ୍ୟବାନ ପଦାର୍ଥ ନଷ୍ଟ, ଆର୍ଥିକ କ୍ଷତି, ଆର୍ଥିକ ଠକାମି ଏବଂ ମାଲିମକଦ୍ଦମାରେ ପଡ଼ିପାରନ୍ତି । ପରିବହନ ବ୍ୟବସାୟରେ ବିପର୍ଯ୍ୟୟ ଏବଂ ବାଣିଜ୍ୟ, ବ୍ୟବସାୟରେ ବିପୁଳ କ୍ଷତି ପହଞ୍ଚିବ । କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ରୋହିଣୀ ବୃଷ, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ: ସିଲ୍‌ଭର, ସଂଖ୍ୟା : ୧୨, ଆରାଧନା : ପ୍ରଭୁ ଶ୍ରୀରାମ ।

ମିଥୁନ : ତୃତୀୟ ଚନ୍ଦ୍ର, ବୁଧବାର ଯୋଗୁ ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ସହକର୍ମୀ ଏବଂ ଭାଇଭଉଣୀଙ୍କ ସହଯୋଗ ପ୍ରାପ୍ତ କରିବେ । ସୁଖବର, ସୁସମ୍ବାଦ ମିଳିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର କର୍ମକୁଶଳତା, କାର୍ଯ୍ୟଦକ୍ଷତା ଓ ସମୟାନୁବର୍ତ୍ତିତା ପ୍ରକାଶ ପାଇବ । ଯେଉଁମାନଙ୍କର ମୃଗଶିରା ଓ ପୁନର୍ବସୁ ମିଥୁନ, ସେମାନେ ଉପକୃତ ହେବେ । 

ଶୁଭ ରଙ୍ଗ: ଚକୋଲେଟ୍‌୍‌, ସଂଖ୍ୟା : ୦୬, ଆରାଧନା : ଭଗବାନ ବିଷ୍ଣୁ ।

କର୍କଟ : ଘାତବାର, ଘାତତିଥି ଏବଂ ଘାତଚନ୍ଦ୍ର ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ସ୍ୱଜନରେ କଥାବାର୍ତ୍ତା, ଉଚ୍ଚସ୍ଥାନ ଆରୋହଣ ଏବଂ ଯାନବାହନ ଚଲାଇବା ବେଳେ ସତର୍କ ହେବେ । ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମତାନ୍ତର, ଆର୍ଥିକ ଠକାମି ଏବଂ ଶାରୀରିକ ପୀଡ଼ା ଭୋଗିବେ । ଧନକୁ ନେଇ ବିବାଦ, ମାଲିମକଦ୍ଦମାରେ ପଡ଼ିପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁମାନଙ୍କର ପୁଷ୍ୟା କର୍କଟ, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ: ଧଳା, ସଂଖ୍ୟା: ୦୨, ଆରାଧନା : ଭଗବାନ ଶିବ ।

ସିଂହ : ଶ୍ରୀଚନ୍ଦ୍ର ହେତୁ ଆମୋଦପ୍ରମୋଦ, ମଉଜ ମଜଲିସରେ ଅଧିକ ଆଗ୍ରହ ରହିବ । ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ଚାଲିଚଳନ, ବ୍ୟବହାର ମାର୍ଜିତ ଓ ସର୍ବଜନ ଆଦୃତ ହେବେ । ପରିବାର ସହ କୌଣସି ମାଙ୍ଗଳିକ କର୍ମରେ ଯୋଗଦାନ କରିବେ କିମ୍ବା ପୁତ୍ର କନ୍ୟାଙ୍କର ମାଙ୍ଗଳିକ କର୍ମର ଆୟୋଜନ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ପୂର୍ବା ଫାଲଗୁନୀ ଓ ଉତ୍ତରା ଫାଲଗୁନୀ ସିଂହ, ସେମାନେ ସୁଫଳ ପାଇବେ । 

ଶୁଭ ରଙ୍ଗ: ହଳଦିଆ, ସଂଖ୍ୟା : ୦୬, ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ ।

କନ୍ୟା : ଦ୍ୱାଦଶ ଚନ୍ଦ୍ର ଯୋଗୁ ଅଯଥା ଖର୍ଚ୍ଚ, ବଦ୍‌ଖର୍ଚ୍ଚ ଓ ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବ ଏବଂ ଖର୍ଚ୍ଚଭାରରେ ଅତିଷ୍ଠ ହୋଇ ଋଣ କରିବାକୁ ପଡ଼ିବ । ଠିକ୍‌ ସମୟରେ ଠିକ୍‌ ନିଷ୍ପତ୍ତି ନେବାରେ ଅସମର୍ଥ ହେବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବଦ୍‌ଖର୍ଚ୍ଚ ଦ୍ୱିଗୁଣ ହେବ ଏବଂ ଆର୍ଥିକ ସ୍ଥିତି ପ୍ରଭାବିତ ହେବ । କର୍ମରେ ବିଫଳତା, କର୍ମ ପ୍ରତି ଅନାଗ୍ରହ ଏବଂ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁମାନଙ୍କର ହସ୍ତା କନ୍ୟା, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ : ମେରୁନ୍‌, ସଂଖ୍ୟା : ୦୪, ଆରାଧନା : ମା’ ଷୋଡ଼ଶୀ ।

ତୁଳା :  ଏକାଦଶ ଚନ୍ଦ୍ର, ଷଷ୍ଠୀ ତିଥି, ବୁଧବାର ଓ କେତୁଙ୍କ ନକ୍ଷତ୍ର ଭୋଗ ହୋଇଥିôବାରୁ ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ସୁପ୍ତ ଧନ ଫେରିପାଇବେ । ମୂଲ୍ୟବାନ ଧାତୁ, ଭୂମି ଓ ଯାନବାହନ କ୍ରୟ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟ କିମ୍ବା ବ୍ୟବସାୟର ଶାଖା ବଢ଼ାଇବା ପାଇଁ ଉଦ୍ୟମ ଜାରି ରଖିବେ । କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ଏବଂ କର୍ମସ୍ଥାନର ସମସ୍ତ ସୁବିଧାସୁଯୋଗ ହାସଲ କରିବେ । ଯେଉଁମାନଙ୍କର ଚିତ୍ରା ଓ ବିଶାଖା ତୁଳା, ସେମାନେ ଉପକୃତ ହେବେ । 

ଶୁଭ ରଙ୍ଗ : କଫି, ସଂଖ୍ୟା : ୮, ଆରାଧନା : ପ୍ରଭୁ ଶ୍ରୀରାମ ।

ବିଛା : ଦଶମ ଚନ୍ଦ୍ର ଯୋଗୁ କର୍ମ ପ୍ରତି ଏକାଗ୍ରତା ଓ ଆନ୍ତରିକତା ଅଧିକ ରହିବ । ଭାଗ୍ୟ ଅପେକ୍ଷା କର୍ମରେ ଅଧିକ ଧ୍ୟାନ ଓ ଗୁରୁତ୍ୱ ଦେବେ ଏବଂ ବ୍ୟବସାୟ ଅପେକ୍ଷା କର୍ମରେ ଅଧିକ ସଫଳତା ମିଳିବ । ଆଜି ଯେକୌଣସି କାମ ଆରମ୍ଭ କରିବେ ସେଥିରେ ଶତ ପ୍ରତିଶତ ସଫଳତା ଏବଂ ସମସ୍ତ କର୍ମ ଆଜି ଆପଣଙ୍କ ପାଇ ସହଜ ହେବ । ମନ ପ୍ରଫୁଲ୍ଲ ରହିବ ଏବଂ ପରିବାରର ସୁଖଶାନ୍ତି ଅତୁଟ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ । ଯେଉଁମାନଙ୍କର ବିଶାଖା ଓ ଜ୍ୟେଷ୍ଠା ବିଛା, ସେମାନେ ସୁଫଳ ପାଇବେ । ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୨, ଆରାଧନା : ମା’ ବଗଳାମୁଖୀ ।

ଧନୁ: ନବମ ଚନ୍ଦ୍ର, ଷଷ୍ଠୀ ତିଥି ଯୋଗୁ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା, ମହତ୍‌ ଜନଙ୍କ ଆଶ୍ରୟ ଏବଂ ଜନ ସମ୍ପର୍କ ବୃଦ୍ଧି ପାଇବ । ମନରେ ଉନ୍ନ ଚିନ୍ତାଧାରା, ଉଚ୍ଚାଭିଳାଷ ଓ ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ପରୋପକାର, ସମାଜସେବା ଓ ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ । କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ପୂର୍ବାଷାଢ଼ା ଓ ଉତ୍ତରାଷାଢ଼ା ଧନୁ, ସେମାନେ ସୁଫଳ ପାଇବେ । 

ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୦୨, ଆରାଧନା : ମା’ ତାରା ।

ମକର : ଘାତଚନ୍ଦ୍ର ଓ କେତୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ଯାନବାହନ ଆରୋହଣ ଓ ଅନ୍ୟ ସହିତ କଥାବାର୍ତ୍ତା ବେଳେ ଜଗିରଖି ଚଳିବେ । ମନରେ ଅସ୍ଥିରତା, ପରିବାରରେ ମତାନ୍ତର ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ ଏବଂ ଉଚିତ୍‌ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍‌ କର୍ମରେ ଆଗ୍ରହ ରଖିବେ । ବାଣିଜ୍ୟ, ବ୍ୟବସାୟରେ କ୍ଷତି ଓ କର୍ମରେ ବାଧାବିଘ୍ନ ଲାଗି ରହିବ । ଯେଉଁମାନଙ୍କର ଶ୍ରବଣା ମକର, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ : ବାଇଗଣୀ, ସଂଖ୍ୟା : ୦୩, ଆରାଧନା :  ମା’ ଦୁର୍ଗା ।

କୁମ୍ଭ : ସପ୍ତମ ଚନ୍ଦ୍ର ଓ ବୁଧବାର ଯୋଗୁ ଆମୋଦପ୍ରମୋଦ ଓ ମଉଜ ମଜଲିସ୍‌ରେ ଅଧିକ ଆଗ୍ରହ ରହିବ । ମାନସିକ, ପାରିବାରିକ ଶାନ୍ତି ଓ ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ । ମୂଲ୍ୟବାନ ଧାତୁ, ବସନଭୂଷଣ ଓ ଘରୋଇ ଉପକରଣ କ୍ରୟ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ । କର୍ମରେ ଆଶାତୀତ ସଫଳତା ଓ ପରିବାର ସହ ମହିଳା ସହକର୍ମୀଙ୍କ ସହଯୋଗ ମିଳିବ । 

ଶୁଭ ରଙ୍ଗ : କଳା, ସଂଖ୍ୟା : ୧୧, ଆରାଧନା : ମା’ କାଳୀ ।

ମୀନ : ଷଷ୍ଠ ଚନ୍ଦ୍ର, ଷଷ୍ଠୀ ତିଥି ଓ କେତୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ । ସମସ୍ତ ଆଶା, ଆକାଂକ୍ଷା,ଅଭିଳାଷ ପୂର୍ଣ୍ଣ ହେବ ଏବଂ ରୋଗ, ଶୋକ, ଦୁଃଖ ଓ ଅବସାଦରୁ ମୁକ୍ତି ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଦୂର ହେବ । ଯେଉଁମାନଙ୍କର ପୂର୍ବଭାଦ୍ର ଓ ରେବତୀ ମୀନ, ସେମାନେ ଉପକୃତ ହେବେ । 

ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୦୫, ଆରାଧନା : ମା’ ମାତଙ୍ଗୀ ।

ଜ୍ୟୋତିର୍ବିଦ୍‌ : କୈଳାସ ଦାଶ, 

ଯୋଗାଯୋଗ : ୯୪୩୭୧୩୩୪୭୩

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.