ପ୍ରମୂଖ ଖବର
  • ବାଲେଶ୍ବର : OSSC ପରିଚାଳିତ ପରୀକ୍ଷାର ପ୍ରଶ୍ନପତ୍ର ସିଲ୍‌ ଖୋଲାଥିବା ଛାତ୍ରଛାତ୍ରୀଙ୍କ ଅଭିଯୋଗ, ଖଣ୍ଡନ କଲେ କର୍ତ୍ତୃପକ୍ଷ
  • ||
  • ଧର୍ମଗଡ଼ : କେନାଲ ପାଣି ଦାବିରେ ତାତିଲେ ଚାଷୀ, ଧର୍ମଗଡ ତମ୍ବାଛଡା ମୁଖ୍ୟ ରାସ୍ତା ଅବରୋଧ
  • ||
  • ଭୁବନେଶ୍ବର : ମିଠା ଦୋକାନୀଙ୍କୁ ଦାଦାବଟି ମାଗିଲା ଜେଲ ଫେରନ୍ତା, ଅଭିଯୁକ୍ତ ଗିରଫ
  • ||
  • ଖୋର୍ଦ୍ଧା : ପାଣିରେ ଭାସୁଛି ବ୍ୟକ୍ତିଙ୍କ ଗଳିତ ମୃତଦେହ, ପରିଚୟ ଅସ୍ପଷ୍ଟ
  • ||
  • ଆଜିଠୁ ଅନଲାଇନରେ ପଞ୍ଜୀକରଣ କରିପାରିବେ ହବିଷ୍ୟାଳି, ଶାରୀରିକ ଓ ମାନସିକ ଭାବେ ଅସୁସ୍ଥ ଥିଲେ ମିଳିବନି ଅନୁମତି
  • ||
  • ଧର୍ମଗଡ : ଅଜଣା ଗାଡ଼ି ଧକ୍କାରେ ବ୍ୟକ୍ତିଙ୍କ ମୃତ୍ୟୁ, ପରିଚୟ ଅସ୍ପଷ୍ଟ
  • ||
  • ଆନନ୍ଦପୁର : ଗଣେଶ ପୂଜା ବିସର୍ଜନ ବେଳେ ଢେଲା ମାଡକୁ ନେଇ ଉତ୍ତେଜନା ଘଟଣା, ୨ ଗିରଫ
  • ||
  • ବାସୁଦେବପୁରର ବିଭିନ୍ନ ସ୍ଥାନରେ ଅବକାରୀ ବିଭାଗର ଚଢ଼ାଉ; ବିପୁଳ ପରିମାଣର ମଦ ଜବତ, ୫ ଗିରଫ
  • ||
  • ଛତ୍ରପୁର : ରୁଟି ବ୍ୟବସାୟୀଙ୍କୁ ପଛପଟୁ ଧକ୍କା ଦେଲା ଅଜଣା ଗାଡି, ଜଣେ ଗୁରୁତର
  • ||
  • ରବିବାର ତିନିଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ମାଓ ମୁକାବିଲା ସମୀକ୍ଷା ବୈଠକରେ ହେବେ ସାମିଲ
  • ||
  • ଜଗତସିଂହପୁରରେ ମୂର୍ତ୍ତି ଚୋରୀ ରାକେଟ ସକ୍ରିୟ, ଜଣେ ଅଭିଯୁକ୍ତ ଏବଂ ତାଙ୍କ ମା ଅଟକ
  • ||
  • କୋଣାର୍କ : ମୃତଦେହକୁ ଘରକୁ ନେବାକୁ ମିଳିଲାନି ଆମ୍ୱୁଲାନ୍ସ, ଟ୍ରଲିରେ ବୁହା ହେଲା ଶବ
  • ||
  • ସୋମବାର ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହଙ୍କ ନକ୍ସଲ ମୁକାବିଲା ବୈଠକ, ଯୋଗଦେବେ ୮ ରାଜ୍ୟର ମୁଖ୍ୟମନ୍ତ୍ରୀ
  • ||
  • କଣ୍ଟାବାଞ୍ଜି : ବେଆଇନ କ୍ଲିନିକ ଖୋଲି ଚିକିତ୍ସା କରୁଥିଲେ ନକଲି ଡାକ୍ତର, ଅଭିଯୁକ୍ତ ଗିରଫ
  • ||
  • ଅକ୍ଟୋବର ହେଲାଣି ଖରା ଦିନ ଯାଉନି, ଅସ୍ୱାଭାବିକ ପାଣିପାଗରେ ସମସ୍ତେ ନାକେଦମ୍‌: ୧୪ ଯାଏଁ ବିଶେଷ ବର୍ଷା ନାହିଁ
  • ||

ଭାରତ ପହଞ୍ଚିଲେ ମାଳଦ୍ୱୀପ ରାଷ୍ଟ୍ରପତି ମହମ୍ମଦ ମୁଇଜୁ, ପିଏମ ମୋଦୀଙ୍କ ସହ କରିବେ ଦ୍ବିପାକ୍ଷୀକ ଆଲୋଚନା...

ନୂଆଦିଲ୍ଲୀ: ନୂଆଦିଲ୍ଲୀରେ ପହଞ୍ଚିଲେ ମାଳଦ୍ୱୀପ ରାଷ୍ଟ୍ରପତି ମହମ୍ମଦ ମୁଇଜୁ । ସେ ଭାରତରେ ୫ ଦିନ ରହିବେ । ମୁଇଜୁଙ୍କ ସହ ମାଳଦ୍ୱୀପର ପ୍ରଥମ ମହିଳା ତଥା ତାଙ୍କ ପତ୍ନୀ ସାଜିଦା ମହମ୍ମଦ ମଧ୍ୟ ଉପସ୍ଥିତ ଅଛନ୍ତି। ଏହି ଗସ୍ତ ସମୟରେ ରାଷ୍ଟ୍ରପତି ମୁଇଜୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଅନ୍ୟ ବରିଷ୍ଠ ଅଧିକାରୀଙ୍କ ବ୍ୟତୀତ ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସହ ବୈଠକ କରିବେ ।

ଏହା ପରେ ସେ ମୁମ୍ବାଇ ଏବଂ ବେଙ୍ଗାଲୁରୁ ମଧ୍ୟ ଯିବେ, ଯେଉଁଠାରେ ସେ ବ୍ୟବସାୟିକ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ । ସୂଚନାଥାଉକି, ମାଲଦ୍ୱୀପ ହେଉଛି ଭାରତ ମହାସାଗର (IOR) ର ପ୍ରମୁଖ ସାମୁଦ୍ରିକ ପଡ଼ୋଶୀ । ଭାରତର 'ପଡୋଶୀ ପ୍ରଥମ ନୀତି' ପ୍ରଧାନମନ୍ତ୍ରୀଙ୍କ ଦୃଷ୍ଟିଭଙ୍ଗୀରେ ଏକ ସ୍ୱତନ୍ତ୍ର ସ୍ଥାନ ଅଧିକାର କରିଛି । ନିକଟରେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍ ଜୟଶଙ୍କରଙ୍କ ମାଲଦ୍ୱୀପ ଗସ୍ତ ପରେ ରାଷ୍ଟ୍ରପତି ଡ ମୁଇଜୁଙ୍କ ଭାରତ ଗସ୍ତ ମାଲଦ୍ୱୀପ ସହ ସମ୍ପର୍କକୁ ଭାରତର ଗୁରୁତ୍ୱ ଦେଉଛି ଏବଂ ଏହା ଲୋକମାନଙ୍କ ସହଯୋଗକୁ ଆହୁରି ତ୍ୱରାନ୍ୱିତ କରିବ ବୋଲି ଆଶା କରାଯାଉଛି।

ଏ ହେଉଛନ୍ତି ସେହି ମୁଇଜୁ, ଯିଏକି ମାଲଦ୍ୱୀପରେ କ୍ଷମତାକୁ ଆସିବା ମାତ୍ରେ ଭାରତ ବିରୁଦ୍ଧରେ ବିଦ୍ରୋହର ବିଗୁଲ ବଜାଇଥିଲେ । କିନ୍ତୁ ବର୍ତ୍ତମାନ ରାଷ୍ଟ୍ରପତି ମହମ୍ମଦ ମୁଇଜୁଙ୍କ ମନୋଭାବରେ ପରିବର୍ତ୍ତନ ଆସିଛି। ଚୀନ୍ ପ୍ରେମୀ ମହମ୍ମଦ ମୁଇଜୁ ବର୍ତ୍ତମାନ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭେଟିବା ପାଇଁ ତାଙ୍କର ପ୍ରଥମ ରାଜକୀୟ ଗସ୍ତରେ ନୂଆଦିଲ୍ଲୀ ଆସିଛନ୍ତି । ମୁଇଜୁ ୬ ରୁ ୧୦ ଅକ୍ଟୋବର ପର୍ଯ୍ୟନ୍ତ ଦିଲ୍ଲୀ ଗସ୍ତରେ ରହିବେ । ଏହା ପୂର୍ବରୁ ସେ ପିଏମ ମୋଦୀଙ୍କ ଶପଥ ଗ୍ରହଣ ସମାରୋହରେ ଯୋଗଦେବା ପାଇଁ ଜୁନ୍ ମାସରେ ନୂଆଦିଲ୍ଲୀ ଆସିଥିଲେ।

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.