ପ୍ରମୂଖ ଖବର
  • ଆସନ୍ତା ୩୧ ରେ ହେବନି ସ୍ବତନ୍ତ୍ର ଓଟିଇଟି ପରୀକ୍ଷା
  • ||
  • ଲାଞ୍ଚନେବା ପଡ଼ିଲା ମହଙ୍ଗା, ବନ୍ଧାହେଲେ ୪ ସରକାରୀ ବାବୁ
  • ||
  • ଦୀଘା ସମୁଦ୍ରରେ ଭାସିଗଲେ ଦୁଇ ପର୍ଯ୍ୟଟକ, ଜଣେ ଉଦ୍ଧାର
  • ||
  • ଭୁବନେଶ୍ବର: ଲାଞ୍ଚନେବା ପଡ଼ିଲା ମହଙ୍ଗା, ବନ୍ଧାହେଲେ ୪ ସରକାରୀ ବାବୁ
  • ||
  • ମେଟ୍ରୋ ପ୍ରକଳ୍ପକୁ ନେଇ ବଡ଼ ଅପ୍‌ଡେଟ୍, ଭୁବନେଶ୍ୱରରେ ନୂଆ ଢ଼ାଞ୍ଚାରେ ହେବ ମେ​‌ଟ୍ରୋ କରିଡ଼ର
  • ||
  • ଇଟାଲୀର ଲାମ୍ପେଡୁସା ଦ୍ୱୀପରେ ବୁଡ଼ିଲା ପ୍ରବାସୀ ଡଙ୍ଗା; ୨୬ ମୃତ, ୧୨ ନିଖୋଜ
  • ||
  • ଗଞ୍ଜାମ : ବିଷାକ୍ତ ସାପ କାମୁଡାରେ ମାଇଁ ଓ ଭାଣିଜୀ ମୃତ
  • ||
  • କଟକ : କେନାଲ ପାଣିରେ ଭାସିଯାଇ ନିଖୋଜ ହୋଇଥିଲେ ଛାତ୍ରୀ, ଉଦ୍ଧାର ହେଲା ମୃତଦେହ
  • ||
  • ଭିସୁଟ ଛାତ୍ରଛାତ୍ରୀଙ୍କ ପାଇଁ ନୂଆ ଡ୍ରେସ୍ କୋଡ୍, ପ୍ରଥମ ବର୍ଷ ଛାତ୍ରୀ ପିନ୍ଧିବେ ସାଲଓ୍ୱାର- କୁର୍ତ୍ତା, ପ୍ୟାଣ୍ଟ, ସାର୍ଟ ପିନ୍ଧିବେ ଛାତ୍ର
  • ||
  • କଂଗ୍ରେସର "ଭୋଟ୍‌ ଚୋର, ଗାଦି ଛାଡ଼' ଶୋଭାଯାତ୍ରା, ସନ୍ଧ୍ୟାରେ ଆୟୋଜିତ ହେବ ମଶାଲ ରାଲି
  • ||
  • କେନ୍ଦୁଝର : ଶୋଇଥିବା ବେଳେ ଦଂଶିଲା ସାପ, ଚାଲିଗଲା ମାଆ ପୁଅଙ୍କ ଜୀବନ
  • ||
  • ବଲାଙ୍ଗୀର : ମହଙ୍ଗା ପଡ଼ିଲା ପରକୀୟା ପ୍ରୀତି, ଧରାପଡ଼ିବାରୁ ଗାଁ ଦାଣ୍ଡରେ ଯୁବକଙ୍କୁ ବାନ୍ଧି ନିସ୍ତୁକ ମାଡ଼
  • ||
  • ଚାଷକୁ ଡବଲ୍‌ ଲଘୁଚାପ ଭରସା: ଉତ୍ତର ଏବଂ ଦକ୍ଷିଣ ଓଡ଼ିଶାକୁ ପ୍ରବଳ ବର୍ଷା ଆଲର୍ଟ, କୋରାପୁଟ, ମାଲକାନଗିରିକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ
  • ||

ମାଲକାନଗିରି ଜିଲ୍ଲା ପ୍ରଶାସନ ପକ୍ଷରୁ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଓ ସାଂସ୍କୃତିକ କାର୍ଯ୍ୟକ୍ରମ

Published By : Harapriya Sethi | August 14, 2025 1:01 PM

ମାଲକାନଗିରି, ୧୪/୦୮: ମାଲକାନଗିରି ଜିଲ୍ଲା ପ୍ରଶାସନ ପକ୍ଷରୁ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଆଜି ଆଡ଼ମ୍ବର ପୂର୍ଣ୍ଣ ସହକାରେ ପାଳିତ ହୋଇଯାଇଛି। ଦେଶ ପାଳୁଛି ୭୯ତମ ସ୍ଵାଧୀନତା ଦିବସ । ଏହି ଅବସରରେ ମାଲକାନଗିରି ଜିଲ୍ଲା ପ୍ରଶାସନ ପକ୍ଷରୁ ବସ୍ ଷ୍ଟାଣ୍ଡ ଠାରୁ ସଂସ୍କୃତି ଭବନ ପର୍ଯ୍ୟନ୍ତ ହର ଘର ତ୍ରିରଙ୍ଗା ବିରାଟ ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ୧୦୦ ମିଟର ଲମ୍ବର ତ୍ରିରଙ୍ଗା ପତକା ଧରି ଶତାଧିକ ଛାତ୍ରଛାତ୍ରୀ ଶୋଭାଯାତ୍ରାରେ ସାମିଲ ହୋଇଥିଲେ ।

ଜିଲ୍ଲାପାଳ ସୋମେଶ ଉପାଧ୍ୟାୟଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଆୟୋଜିତ କାର୍ଯ୍ୟକ୍ରମରେ ମାଲକାନଗିରି ବିଧାୟକ ନରସିଂହ ମାଡକାମୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାକୁ ଉଦ୍‌ଘାଟନ କରିଥିଲେ। କାର୍ଯ୍ୟକ୍ରମରେ ଉପସ୍ଥିତ ଜନତାଙ୍କୁ ସମ୍ବୋଧିତ କରି କହିଲେ, ଘରେ ଘରେ ତ୍ରିରଙ୍ଗା ଅଭିଯାନ ଆମ ସମସ୍ତଙ୍କୁ ଦେଶ ପ୍ରେମର ସୂତ୍ରରେ ବାନ୍ଧିବାରେ ସଫଳ ହେଉଛି । ଜାତୀୟ ପତାକା ଦେଶ ବାସୀଙ୍କ ପାଇଁ ସମ୍ମାନ ଓ ଗୌରବ ବହନ କରିଥାଏ। ଏହା ହେଉଛି ଆମ ଦେଶର ପ୍ରତୀକ । ଆମ ଜାତୀୟ ପତାକା ଆମର ସଂକଳ୍ପ, ସଂଘର୍ଷ, ବଳିଦାନ ଓ ତ୍ୟାଗର ପ୍ରେରଣାଦାୟୀ ମୂକ ସାକ୍ଷୀ । ଏହା ମଧ୍ୟ ରାଷ୍ଟ୍ରୀୟ ଏକତା, ସହିଷ୍ଣୁତା ଓ ବନ୍ଧୁତାର ପ୍ରତୀକ ଅଟେ ।

ଜାତି, ଧର୍ମ ନିର୍ବିଶେଷରେ ସବୁ ଭାରତୀୟ ତ୍ରିରଙ୍ଗା ତଳେ ଯେତେବେଳେ ଏକଜୁଟ ହେବେ, ସେତେବେଳେ କୌଣସି ଶକ୍ତି ଆମ ବିରୋଧରେ ସଫଳ ହେବେ ନାହିଁ। ତ୍ରିରଙ୍ଗାର ତିନି ରଙ୍ଗ ଆମକୁ ଶ୍ରଦ୍ଧା ଓ ସୌହାର୍ଦ୍ଦ୍ୟର ଆଦର୍ଶରେ ଅନୁପ୍ରାଣିତ କରିଥାଏ । ଆମ ଜାତୀୟ ପତାକା ଆମର ସଂକଳ୍ପ, ସଂଘର୍ଷ, ବଳିଦାନ ଓ ତ୍ୟାଗର ପ୍ରେରଣାଦାୟୀ ମୂକ ସାକ୍ଷୀ।

ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ସମାରୀ ତାଙ୍ଗୁଲୁ, ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ ବେଦବର ପ୍ରଧାନ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ନରେଶ ଚନ୍ଦ୍ର ଶବର, ଉପଜିଲ୍ଲାପାଳ ଅଶ୍ନି ଏ ଏଲ୍, ପିଏ ଆଇଟିଡିଏ ହଳଧର ଶବର, ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ପ୍ରମିଳା ମାଝୀ, ପୌର ପରିଷଦ ନିର୍ବାହୀ ଅଧିକାରୀ ଓ ରାଜୀବ ଲୋଚନ ନାୟକ ପ୍ରମୁଖ ଉପସ୍ଥିତ ଥିଲେ। ଜିଲ୍ଲା ସଂସ୍କୃତି ଅଧିକାରୀ ସନ୍ତ୍ରାସ ନାରାୟଣ ପଣ୍ଡା ଏହି କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ସଂସ୍କୃତି ଭବନ ଠାରେ ଦେଶାତ୍ମବୋଧକ ନୃତ୍ୟ ଓ ସଙ୍ଗୀତ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା । ଅନ୍ୟମାନଙ୍କ ମଧ୍ୟରେ ଲୋକ ପ୍ରତିନିଧି, ଛାତ୍ରୀଛାତ୍ର, ଜିଲାସ୍ତରୀୟ ଅଧିକାରୀ, ଏବଂ ଅବକାରୀ, ବିଏସଏଫ୍ ଯବାନ ଓ ପୁଲିସ ବିଭାଗର କର୍ମଚାରୀ, ସାମ୍ବାଦିକ ଓ ସ୍ଥାନୀୟ ହଜାର ହଜାର ସଂଖ୍ୟାରେ ଜନସାଧାରଣ ଯୋଗଦେଇଥିଲେ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.