ପ୍ରମୂଖ ଖବର
  • ହିମାଚଳ ପ୍ରଦେଶରେ ପ୍ରକୃତିର ତାଣ୍ଡବ; ୩୭ ମୃତ, ୪୦୦ କୋଟିରୁ ଅଧିକ କ୍ଷୟକ୍ଷତି
  • ||
  • ଇଣ୍ଡିଆ-ଇଂଲଣ୍ଡ ଦ୍ବିତୀୟ ଟେଷ୍ଟ,କ୍ୟାପ୍ଟେନ୍ ଶୁବମନଙ୍କ ଡବଲ ସେଞ୍ଚୁରୀ, ୫୧୦ ରନ୍‌ ପିଛା କରୁଛି ଘରୋଇ ଦଳ
  • ||
  • ମୟୂରଭଞ୍ଜ : କାଶିଆବେଡା ଗାଁରେ ଅଭାବନୀୟ ଘଟଣା, ଘରେ ପଶି ବୃଦ୍ଧଙ୍କୁ ଦଳିଦେଲା ଦନ୍ତା
  • ||
  • ଲଗାତାର ଘୂର୍ଣ୍ଣିବଳୟ, ଛାଡ଼ିବନି ବର୍ଷା : ଆଜି ସୁନ୍ଦରଗଡ଼କୁ ଅରେଞ୍ଜ, ୭ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି
  • ||
  • ସରି ଆସୁଛି ଜନ୍ମବେଦୀରେ ଲୀଳାଖେଳା; ଆଜି ସନ୍ଧ୍ୟା ଦର୍ଶନ, ଆଡ଼ପ ମଣ୍ଡପରେ ଶେଷ ଦିଅଁ ଦେଖା
  • ||
  • କଳାହାଣ୍ଡି : ଲଗାଣ ବର୍ଷାର ପ୍ରଭାବ: ଥୁଆମୂଳ ରାମପୁରର ସ୍ଥିତି ବେହାଲ, ଜନଜୀବନ ପ୍ରଭାବିତ
  • ||

ମାଲ୍ୟବନ୍ତ ମହୋତ୍ସବ ଉପଲକ୍ଷେ ଲୋକ ନୃତ୍ୟ ଓ ଲୋକ ସଙ୍ଗୀତ ପ୍ରତିଯୋଗିତା, ଭାଗ ନେଲେ ଜିଲ୍ଲାର ୧୪ଟି ଜନଜାତିର ପାରମ୍ପାରିକ ନୃତ୍ୟଦଳ…

Published By : Ladu Kishor | December 6, 2024 8:23 PM

ମାଲକାନଗିରି,୬/୧୨: ମାଲ୍ୟବନ୍ତ ମହୋତ୍ସବ ଉପଲକ୍ଷେ ଲୋକ ନୃତ୍ୟ ଓ ଲୋକ ସଙ୍ଗୀତ ପ୍ରତିଯୋଗିତା ହୋଇଯାଇଛି । ଏହି ପ୍ରତିଯୋଗିତାରେ ଜିଲ୍ଲାର ୧୪ଟି ଜନଜାତିର ପାରମ୍ପାରିକ ନୃତ୍ୟ ଦଳ ଭାଗ ନେଇ ନୃତ୍ୟୁକଳା ପ୍ରଦର୍ଶନ କରିଛନ୍ତି। ଜିଲ୍ଳାର ଲୋକ କଳା ଓ ସଂସ୍କୃତିକୁ ପ୍ରୋତ୍ସାହନ କରି ଲୋକଲୋଚନକୁ ଆଣିବା ଉଦ୍ଦେଶ୍ୟ ନେଇ ଜିଲ୍ଲା ସଂସ୍କୃତି ପରିଷଦ ଦ୍ବାରା ଅଭିନବ ପଦକ୍ଷେପ ଗ୍ରହଣ କରାଯାଉଛି। ତନ୍ମଧ୍ୟରୁ ଜନଜାତି ଅଧ୍ୟୁଷିତ ମାଲକାନଗିରି ଜିଲ୍ଲାରେ ଲୋକ ନୃତ୍ୟ ଓ ଲୋକ ସଙ୍ଗୀତ ପ୍ରତିଯୋଗିତାର ଆୟୋଜନ କରିବା ହେଉଛି ଜିଲ୍ଲା ସଂସ୍କୃତି ପରିଷଦ ଦ୍ବାରା ଏକ ନିଆରା ପ୍ରୟାସ । କଳାର ମୌଳିକତା ବଜାୟ ରଖିବାରେ ଏହି ସାଂସ୍କୃତିକ କାର୍ଯ୍ୟକ୍ରମ ବହୁତ ସହାୟକ ହୋଇ ପାରିଛି ବୋଲି ଜିଲ୍ଲା ପରିଷଦ ଅଧ୍ୟକ୍ଷା ସମାରୀ ତାଙ୍ଗୁଲ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ମତବ୍ୟକ୍ତ କରିଥିଲେ । ଜିଲ୍ଲା ସଂସ୍କୃତି ପରିଷଦ ଓ ସମନ୍ଵିତ ଆଦିବାସୀ ଉନ୍ନୟନ ସଂସ୍ଥା ଦ୍ୱାରା ଆୟୋଜିତ ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ସାଧାରଣ ସୋମନାଥ ପ୍ରଧାନ, ଉପ ଜିଲ୍ଲାପାଳ ଦୁର୍ଯ୍ୟଧନ ଭୋଇ, ଆଇଟିଡିଏ ପ୍ରକଳ୍ପ ପ୍ରଶାସିକା ଜୟଶ୍ରୀ, ଜିଲ୍ଲା ମଙ୍ଗଳ ଅଧିକାରୀ ଶ୍ରୀନିବାସ ଆଚାରୀ, ଜିଲ୍ଲା ସଂସ୍କୃତି ଅଧିକାରୀ ସନ୍ତ୍ରାସ ନାରାୟଣ ପଣ୍ଡା, ଜିଲ୍ଲା କଳା ସଂସ୍କୃତି ସଂଘର ଉପ ସଭପତି ଘେନୁ ମୁଦୁଲି, ଗୁପ୍ତେଶ୍ୱର ପାଣିଗ୍ରାହୀ, ଶ୍ରୀତମ ସାମନ୍ତରାୟ ଓ ଗୋବିନ୍ଦ ପାତ୍ର ଅନ୍ୟତମ ଅତିଥି ଭାବେ ଯୋଗ ଦେଇଥିଲେ। ଆଇଟିଡିଏ ପ୍ରକଳ୍ପ ପ୍ରଶାସିକା ଜୟଶ୍ରୀଙ୍କ ତତ୍ତ୍ଵାବଧାନରେ ଏହି କାର୍ଯ୍ୟକ୍ରମକୁ ଆୟୋଜନ କରାଯାଇଛି । 

ଜିଲ୍ଲାର ପ୍ରମୁଖ ୧୪ ଟି ଜନଜାତି ଏହି ପ୍ରତିଯୋଗିତାରେ ନିଜର ପାରମ୍ପରିକ ନୃତ୍ୟ ପରିବେଷଣ କରିଥିଲେ । ସେହିପରି ଜିଲ୍ଲାର ନାଟ୍ୟଗୁରୁ ମାନଙ୍କୁ ସମ୍ମାନୀତ କରାଯାଇଛି ।ପରମ୍ପରାକୁ ବଜାୟ ରଖି ଲୋକ ନୃତ୍ୟ ପରିବେଷଣ କରିବା ଏହି ପ୍ରତିଯୋଗିତାର ମୁଖ୍ୟ ଉଦ୍ଦେଶ୍ୟ । ଏହି ପ୍ରତିଯୋଗିତାରେ କୃତକାର୍ଯ୍ୟ ହୋଇଥିବା ନୃତ୍ୟ ଦଳଙ୍କୁ ମାନପତ୍ର ଓ ଅର୍ଥ ରାଶି ପ୍ରଦାନ କରାଯାଇଛି । ଏହି ଦଳ ମାଲ୍ୟବନ୍ତ ମୁଖ୍ୟ ମଞ୍ଚରେ ପରିବେଷଣ କରିବେ । ଅନ୍ୟ ମାନଙ୍କ ମଧ୍ୟରେ ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ପ୍ରମିଳା ମାଝୀ, ଅତିରିକ୍ତ ଜିଲ୍ଲା ମଙ୍ଗଳ ଅଧିକାରୀ ଅନିମେଷ ମହାପାତ୍ର, ସସ୍ମିତା ସ୍ବାଇଁ, ପ୍ରସନ୍ନ ପାଢ଼ୀ, ପୂର୍ଣ୍ଣିମା ଡୁରୁକା, ବନ୍ଧୁ ମୁଦୁଲି, ଶଶାଙ୍କ ମିଶ୍ର ଓ ବିନାଶ ମିଶ୍ର ଉପସ୍ଥିତ ରହି କାର୍ଯ୍ୟକ୍ରମ ଆୟୋଜନ କରିବାରେ ସହଯୋଗ କରିଥିଲେ । ଉପ ଜିଲ୍ଲାପାଳ ତଥା ମାଲ୍ୟବନ୍ତ ମହୋତ୍ସବ ସାଂସ୍କୃତିକ କମିଟି ଅଧ୍ୟକ୍ଷ ଶ୍ରୀ ଭୋଇ ସ୍ବାଗତ ଭାଷଣ ପ୍ରଦାନ କରିଥିବା ବେଳେ ଶ୍ୟାମ ସୁନ୍ଦର ନାୟକ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.