ପ୍ରମୂଖ ଖବର
  • ଭୋଗରାଇରେ ପାଗଳା କୁକୁର ଆତଙ୍କ,ଗୋଡ଼ାଇ ଗୋଡ଼ାଇ ୬ ଜଣକୁ କାମୁଡ଼ିଲା
  • ||
  • ବଡ଼ମ୍ବା ପୋଲିସକୁ ସଫଳତା, ବିଭିନ୍ନ ସ୍ଥାନରୁ ଚୋରି ଘଟଣାରେ ୫ ଅଭିଯୁକ୍ତ ଗିରଫ
  • ||
  • ଦାରିଙ୍ଗବାଡ଼ି : ପାଇପ୍‌ ଫାଟି ଡ୍ରେନ୍‌ରେ ଭାସୁଛି ପାଣି, ଜଳ ଯୋଗାଣ ବିଭାଗ ନୀରବ
  • ||
  • ବଲାଙ୍ଗୀର : ବଲା ବାଇକ୍‌ ଧକ୍କାରେ ଚାଲିଗଲା ବୃଦ୍ଧଙ୍କ ଜୀବନ, ପୋଲିସର ତଦନ୍ତ ଆରମ୍ଭ
  • ||
  • ମହାକୁମ୍ଭରେ ବୁଡ଼ ପକାଇବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କାଲି ରାମଲାଲାଙ୍କୁ କରିବେ ଦର୍ଶନ
  • ||
  • ଢେଙ୍କାନାଳରେ ଫାର୍ମ ହାଉସ୍‌ ମାଲିକଙ୍କୁ ଗୁଳି କରି ହତ୍ୟା କଲେ ତିନି ଦୁର୍ବୃତ୍ତ ,କାରଣ ଅସ୍ପଷ୍ଟ
  • ||
  • ଭୁବନେଶ୍ୱର : ଟ୍ରକ୍‌ ଧକ୍କାରେ ସାଇକେଲ ଆରୋହୀ ମୃତ, ପରିଚୟ ଅସ୍ପଷ୍ଟ
  • ||
  • ଚାମ୍ପିଅନ୍ସ ଟ୍ରଫିରେ ବିଗ୍ ଫାଇଟ୍, ସୁପର ସନଣ୍ଡେରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମୁକାବିଲା
  • ||
  • ରାଜ୍ୟରେ ଆଉ ଦୁଇ ଦିନ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି
  • ||

ଟ୍ରକ୍‌ ଧକ୍କାରେ ସାଇକେଲ ଆରୋହୀ ମୃତ, ପରିଚୟ ଅସ୍ପଷ୍ଟ

Published By : Harapriya Sethi | February 23, 2025 7:49 AM

ଭୁବନେଶ୍ୱର,୨୩/୦୨: ପଳାଶୁଣି ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଟ୍ରକ୍ ଧକ୍କାରେ ଚାଲିଗଲା ସାଇକେଲ ଆରୋହୀଙ୍କ ଜୀବନ । ମୃତକଙ୍କ ପରିଚୟ ବର୍ତ୍ତମାନ ଅସ୍ପଷ୍ଟ ରହିଛି । ରାଜଧାନୀ ଭୁବନେଶ୍ୱରର ପଳାଶୁଣି ଛକରେ ଏଭଳି ଏକ ଦୁର୍ଘଟଣା ଘଟିଥିବାର ଖବର ସାମ୍ନାକୁ ଆସିଛି । 

ସୂଚନା ମୁତାବକ, ଶନିବାର ବିଳମ୍ୱିତ ରାତିରେ ବ୍ୟକ୍ତି ଜଣକ ସାଇକେଲରେ ଆସୁଥିବା ବେଳେ ତାଙ୍କୁ ଏକ ଟ୍ରକ୍‌ ଧକ୍କା ଦେଇଥିଲା । ଫଳରେ ବ୍ୟକ୍ତି ଜଣକ ତଳେ ପଡ଼ି ଯାଇଥିଲେ । ପରେ ପଛରୁ ଆସୁଥିବା ଆଉ ଏକ ଟ୍ରକ୍‌ ବ୍ୟକ୍ତିଙ୍କ ଉପରେ ଚଢି ଯାଇଥିଲା । ଯହା ଫଳରେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିଲା । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣା ସ୍ଥଳରେ ପୋଲିସ ପହଞ୍ଚି ପ୍ରଥମେ ୧୦୮ କୁ କଲ୍‌ କରି ଆମ୍ବୁଲାନ୍ସ ଡକାଇଥିଲା । ହେଲେ ମୃତ ଶରୀରକୁ ନେବାକୁ ଅରାଜି ହୋଇଥିଲେ ଆମ୍ବୁଲାନ୍ସ କର୍ମଚାରୀ । ଶେଷରେ ପୋଲିସ ନିଜ ପିସିଆର ଭ୍ୟାନ ଯୋଗେ ଶବ ବ୍ୟବଚ୍ଛେଦ ପାଇଁ ମୃତଦେହକୁ କ୍ୟାପିଟାଲ ହସ୍ପିଟାଲ ନେଇଥିଲା । ଅନ୍ୟପଟେ ଦୁର୍ଘଟଣା ଯୋଗୁଁ ରାସ୍ତା ଉପରେ ଗାଡି ମୋଟର ଜମି ରହିଥିଲା । ଯାହା ଫଳରେ ଯାତାୟତରେ ବାଧା ସୃଷ୍ଟି ହୋଇଥିଲା । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.