ପ୍ରମୂଖ ଖବର
  • ଜୟପୁର: ଭିଜିଲାନ୍ସ ପଞ୍ଝାରେ ଜୟପୁର ଡେପୁଟି ରେଞ୍ଜର ରାମଚନ୍ଦ୍ର ନେପାକ, ଆୟ ବହିର୍ଭୁତ ସଂପତ୍ତି ଠୁଳ ଅଭିଯୋଗରେ ୬ଟି ସ୍ଥାନରେ ରେଡ୍
  • ||
  • ବିକାଶ ହେବ ୬ ବୟନଶିଳ୍ପ ପାର୍କ, ଆଜି ‘ଓଡ଼ିଶା ଟେକ୍ସ ୨୦୨୫’କୁ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
  • ||
  • କାମ୍ବୋଡିଆ-ଥାଇଲାଣ୍ଡ ଭୟଙ୍କର ଯୁଦ୍ଧ, ଆକାଶରୁ ବର୍ଷୁଛି ବୋମା, ଗୁଳିମାଡ଼ରେ ୧୩ ଥାଇ ନାଗରିକଙ୍କ ମୃତ୍ୟୁ
  • ||
  • ଭାରତ-ବ୍ରିଟେନ୍‌ ମୁକ୍ତ ବାଣିଜ୍ୟ ରାଜିନାମା ସ୍ୱାକ୍ଷର, ଶସ୍ତା ହେବ ବ୍ରିଟେନ୍‌ ହ୍ୱିସ୍କି, କାର୍‌, ସଫ୍ଟଡ୍ରିଙ୍କ, ଫୁଟ୍‌ୱେର୍‌
  • ||
  • ମଣିପୁରରେ ଆଉ ୬ ମାସ ବଢ଼ିଲା ରାଷ୍ଟ୍ରପତି ଶାସନ, ସଂସଦରେ ପ୍ରସ୍ତାବକୁ ମଞ୍ଜୁରୀ, ଅଗଷ୍ଟ ୧୩ରୁ ଲାଗୁ
  • ||
  • ବଳଙ୍ଗାରେ ନାବାଳିକାକୁ ପୋଡ଼ି ଘଟଣା, ମିଳିଲା ସୁରାକ୍‌, ପୁଲିସ ଖୋଲିବ ଗୁମର, ରୁପା ମୁଦି ଦେଇପାରେ ନୂଆ ମୋଡ଼
  • ||
  • ଅବପାତ ରୂପ ନେବ ଲଘୁଚାପ, ୩୦ ଯାଏ ପ୍ରବଳ ବର୍ଷିବ, ସମୁଦ୍ର ଅଶାନ୍ତରୁ ଥିବାରୁ ମତ୍ସ୍ୟଜୀବୀଙ୍କୁ ବାରଣ
  • ||

ପାଣି ପମ୍ପ ସଜାଡ଼ିଲା ବେଳେ ଲାଗିଲା ବିଦ୍ୟୁତ୍ ଆଘାତ, ଚାଲିଗଲା ଜୀବନ

Published By : Anindita Ratha | July 22, 2025 2:47 PM

ନିଶ୍ଚିନ୍ତକୋଇଲି,୨୨/୦୭: ବିଦ୍ୟୁତ ଆଘାତରେ ଜଣେ ବ୍ୟକ୍ତି ମୃତ। କଟକ ନିଶ୍ଚିନ୍ତକୋଇଲି ବ୍ଲକ ଜିଗୀନ୍ନିପୁର ଗ୍ରାମରୁ ଏହି ଘଟଣା ସାମ୍ନାକୁ ଆସିଛି। ମୃତକ ଜଣକ ଉକ୍ତ ଗ୍ରାମର ୫୫ ବର୍ଷୀୟ ଜ୍ୟୋତି ରଞ୍ଜନ ସିଂ ବୋଲି ଜଣାପଡ଼ିଛି। 

ସୂଚନା ମୁତାବକ, ଜ୍ୟୋତି ରଞ୍ଜନ ଆଜି ମଧ୍ୟାହ୍ନରେ ନିଜ ଘରେ ପାଣି ମଟର ପମ୍ପ କାର୍ଯ୍ୟ କରୁଥିଲା। ସେହି ସମୟରେ ତାଙ୍କୁ ବିଦ୍ୟୁତ ଆଘାତ ଲାଗିଥିଲା।  ଏନେଇ ସେ ଗୁରୁତର ହୋଇପଡ଼ିଥିଲେ । ସ୍ଥାନୀୟ ଲୋକେ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଚିକିତ୍ସା ନିମନ୍ତେ ନିଶ୍ଚିନ୍ତକୋଇଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏ ସମ୍ପର୍କରେ ତାଙ୍କ ପରିବାର ତରଫରୁ ସାଲେପୁର ଥାନାରେ ଲିଖିତ ଅଭିଯୋଗ କରାଯାଇଛି । ସାଲେପୁର ପୁଲିସ ଏନେଇ ଏକ ମାମଲା ରୁଜ୍ଜୁ କରିବା ସହ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ନିମନ୍ତେ କଟକ ବଡ଼ ମେଡିକାଲକୁ ପଠାଇଛି।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.