ପ୍ରମୂଖ ଖବର
  • ପୁରୀ : ଦୀଘା ମନ୍ଦିର ପ୍ରତିଷ୍ଠାର ମୁଖ୍ୟ କାରଣ ଅର୍ଥ ପ୍ରଲୋଭନ: ଜଗତଗୁରୁ ଶଙ୍କରାଚାର୍ଯ୍ୟ
  • ||
  • Operation Sindoor: ଅର୍ଦ୍ଧ ସାମରିକ ବାହିନୀର ଛୁଟି ରଦ୍ଦ, ଆଲର୍ଟରେ ଗୃହ ମନ୍ତ୍ରାଳୟ
  • ||
  • ଭୁବନେଶ୍ୱର : ଯୁଦ୍ଧ ଛାନିଆରେ ପରିବା ଦୋକାନରେ ଖଚାଖଚ୍ ଭିଡ଼, ଅତ୍ୟାବଶ୍ୟକ ସାମଗ୍ରୀ କିଣି ନେଉଛନ୍ତି ଲୋକେ
  • ||
  • Operation Sindoor: ପାକିସ୍ତାନ ଛାତିରେ ଏୟାରଷ୍ଟ୍ରାଇକ୍, ଦେଖନ୍ତୁ ୯ ଆତଙ୍କୀ ଆଡ୍ଡାର ଲିଷ୍ଟ
  • ||
  • Operation Sindoor: ଭାରତୀୟ ସେନାର ତିନି ମୁଖ୍ୟଙ୍କ ସହ କଥା ହେଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ଆଜି ଦିନ ୧୦ଟାରେ ହେବ ପ୍ରେସ କନଫରେନ୍ସ
  • ||
  • ଆଇସିଏଆର୍‌ରେ ପିଜି ଏବଂ ପିଏଚ୍‌ଡି ନାମଲେଖା ପ୍ରକ୍ରିୟା ଆରମ୍ଭ, ଜୁନ୍‌ ୫ ଯାଏ ଆବେଦନ
  • ||
  • ସମ୍ଭାବ୍ୟ ଯୁଦ୍ଧ ପରିସ୍ଥିତିର ମୁକାବିଲା ପାଇଁ BMC ପକ୍ଷରୁ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍‌, ତଦାରଖ କଲେ ଖୋର୍ଦ୍ଧା ଜିଲ୍ଲାପାଳ
  • ||
  • ବୌଦ୍ଧ : ନଦୀକୁ ଶୌଚ ହେବାକୁ ଯାଇ ନିଖୋଜ ହୋଇଥିଲେ ଯୁବକ, ଉଦ୍ଧାର ହେଲା ମୃତଦେହ
  • ||

ନଦୀରେ ବୁଡ଼ି ଯୁବକ ମୃତ, ଘଟଣାର ତଦନ୍ତ କରୁଛି ପୋଲିସ

Published By : prameya | May 6, 2025 2:53 PM

ସାଲେପୁର,୦୬/୦୫:  ନଦୀରେ ଗାଧୋଇବା ହେବା କାଳ । ପାଣିରେ ବୁଡ଼ି ଯୁବକ ମୃତ। ତେବେ ସାଲେପୁରର ବଟେଶ୍ବର ନିକଟରେ ଏହି ଘଟଣା ଘଟିଛି । ମୃତ ବ୍ୟକ୍ତି ଜଣକ ନେମାଳ ଅଞ୍ଚଳର  କୈଳାସ ଚନ୍ଦ୍ର ସାହୁ ବୋଲି ଜଣାପଡ଼ିଛି। ମୃତ କୈଳାସ ରୋଧପୁର ଗ୍ରାମରେ ଥିବା ତାଙ୍କର ଜଣେ ସମ୍ପର୍କୀୟଙ୍କର ଏକାଦଶାହ କର୍ମରେ ଯୋଗଦେବାକୁ ଆସିଥିବା ବେଳେ ଏହି ଅଘଟଣ ଘଟିଥିବା ଜଣାଯାଇଛି।

ସୂଚନା ମୁତାବକ,  ଆଜି ଦିନ ପ୍ରାୟ ୧୨ଟା ସମୟରେ ନେମାଳ ଅଞ୍ଚଳର  କୈଳାସ ଚନ୍ଦ୍ର ସାହୁ ବଟେଶ୍ବର ଗ୍ରାମ ନିକଟରେ ନଦୀକୁ ଗାଧୋଇ ବାକୁ ଯାଇଥିଲେ। ନଦୀରେ ଗାଧୋଉ ଥିବା ବେଳେ ନଦୀ ପାଣିରେ ବୁଡ଼ି ଯାଇ ନିଖୋଜ ହୋଇଯାଇଥିଲେ। ଏନେଇ ସ୍ଥାନୀୟ ଲୋକମାନେ ତାଙ୍କୁ  ନଦୀ ପାଣିରୁ ଉଦ୍ଧାର କରି ଚିକିତ୍ସା ନିମନ୍ତେ ସାଲେପୁର ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ହେଲେ ସେଠାରେ  ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଅନ୍ୟପଟେ ସାଲେପୁର ପୁଲିସ ଡାକ୍ତରଖାନାରେ ପହଞ୍ଚି ଶବ ଜବତ କରି ବ୍ୟବଛେଦ ପାଇ ପଠାଇବା ସହ ଘଟଣାର ତଦନ୍ତ ଚଳାଇଛି।ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳାଇ ଦେଇଛି।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.