ପ୍ରମୂଖ ଖବର
  • ରାୟଗଡ଼ା : ଟ୍ରେଲର ଧକ୍କାରେ ମହିଳା କନେଷ୍ଟବଳଙ୍କ ମୃତ୍ୟୁ, ୨ ଗୁରୁତର
  • ||
  • 'ରାଜ୍ୟରେ ଏବେ ବନ୍ୟା ପରିସ୍ଥିତି ନାହିଁ, ବିପଦ ସଙ୍କେତ ତଳେ ଜଳସ୍ତର': ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ
  • ||
  • ବୌଦ୍ଧ : ଭାରସାମ୍ୟ ହରାଇ ଓଲଟିଲା ସିମେଣ୍ଟ ବୋଝେଇ ଟ୍ରକ୍‌, ଡ୍ରାଇଭର ଆହତ
  • ||
  • ବାହୁଡ଼ା ଯାତ୍ରା ପାଇଁ ଜନସମୁଦ୍ର ବଡ଼ଦାଣ୍ଡ, ଘଣ୍ଟଘଣ୍ଟା ନାଦରେ ପ୍ରକମ୍ପିତ ଶ୍ରୀକ୍ଷେତ୍ର
  • ||
  • ଜନ୍ମବେଦୀରୁ ବାହୁଡ଼ିବେ ଦାରୁବ୍ରହ୍ମ, ଶରଧାବାଲିରେ ରଥାରୂଢ ଚତୁର୍ଦ୍ଧାମୂର୍ତ୍ତି
  • ||
  • ବୌଦ୍ଧ : ରେଳ ଧାରଣାରେ ଶୋଇ ରିଲ୍ସ ବନାଇଲେ ନାବାଳକ, ସୋସିଆଲ ମିଡିଆରେ ଭିଡିଓ ଭାଇରାଲ
  • ||
  • ନୌସେନାରେ ପ୍ରଥମ ମହିଳା ଫାଇଟର ପାଇଲଟ ହେଲେ ଆସ୍ଥା ପୁନିଆ, ମିଳିଲା ୱିଙ୍ଗ୍ ଅଫ୍‌ ଗୋଲ୍ଡ
  • ||
  • ବାହୁଡ଼ିବେ ଦାରୁଦିଅଁ, ସୁରକ୍ଷା ବଳୟରେ ଶ୍ରୀକ୍ଷେତ୍ର: ପହଣ୍ଡିରେ ୨, ରଥ ସୁରକ୍ଷାରେ ୬ ଆଇପିଏସ୍‌କୁ ଦାୟିତ୍ୱ
  • ||
  • ଆହୁରି ୩ ଦିନ ଭିଜିବ ଓଡ଼ିଶା, ବାହୁଡ଼ାରେ ବର୍ଷା ସମ୍ଭାବନା; ୬ ଜିଲ୍ଲାକୁ ଆଲର୍ଟ
  • ||

ମୁଖ୍ୟମନ୍ତ୍ରୀଙ୍କୁ ହ୍ୱାଟ୍‌ସଆପ୍‌ ଗ୍ରୁପ୍‌ରେ ହତ୍ୟା ଧମକ , ଅଭିଯୁକ୍ତ ଗିରଫ

Published By : Anindita Ratha | October 13, 2024 1:05 PM

ନୂଆଦିଲ୍ଲୀ,୧୩/୧୦:  ହରିୟାଣା ମୁଖ୍ୟମନ୍ତ୍ରୀ ନାଏବ ସିଂ ସୈନିଙ୍କୁ ହତ୍ୟା ଧମକ । ହ୍ୱାଟ୍‌ସଆପ୍‌ ଗ୍ରୁପ୍‌ରେ ତାଙ୍କୁ ହତ୍ୟା ଧମକ ଦିଆଯାଇଥିବା ଜଣାପଡ଼ିଛି । ତେବେ ହତ୍ୟା ଧମକ ଦେଇଥିବା ଅଭିଯୁକ୍ତକୁ ଗତକାଲି ଜୁଲାନା ପୋଲିସ ଗିରଫ କରିଛି । ଅଭିଯୁକ୍ତ ଜଣକ ଜିନ୍ଦ ଜିଲ୍ଲାସ୍ଥିତ ଦେବାରର ଗାଁର ମୂଳ ବାସିନ୍ଦା  ଆଜମେର୍‌ ବୋଲି ଜଣାପଡିଛି। 

ତେବେ ଏନେଇ ଜିନ୍ଦ ଏପ୍‌ପି କହିଛନ୍ତି ଆଜ୍‌ମେର ଅକ୍ଟୋବର ୮ ତାରିଖରେ ଭୋଟ ଗଣତି ବେଳେ ଏକ ହ୍ୱାଟ୍‌ସଆପ୍‌ ଗ୍ରୁପ୍‌ରେ ହତ୍ୟା ଧମକ ଦେଇଥିଲା । ଯେତେବଳେ ଏହି ଖବର ପୋଲିସ ପାଖରେ ପହଞ୍ଚିଲା, ସେତେବେଳେ ତୁରନ୍ତ ଏନେଇ ଥାନାରେ ଏକ ମାମଲା ରୁଜୁ କରାଗଲା ଆଉ ଆଜ୍‌ମେରକୁ ଗିରଫ କରାଗଲା । ଆସନ୍ତା ୧୭ରେ ହରିୟାଣା ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ନାଏବ ସିଂ ସୈନି । ଅକ୍ଟୋବର ୧୭ ରେ ପଞ୍ଚକୁଲାରେ ନୂଆ ସରକାରର ଶପଥ ସମାରୋହ ଉତ୍ସବ ଆୟୋଜିତ ହେବ । ସକାଳ ୧୦ଟାରେ ଶପଥ ଗ୍ରହଣ ଉତ୍ସବ ଆରମ୍ଭ ହେବ । ଏହି କାର୍ଯ୍ୟକ୍ରମରେ ସାମିଲେ ହେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ହରିୟାଣାରେ ଲଗାତାର ତୃତୀୟ ଥର ପାଇଁ ସରକାର କରିବାକୁ ଯାଉଛି ଭାରତୀୟ ଜନତା ପାର୍ଟି । ଅନ୍ୟପଟେ ମହାରାଷ୍ଟ୍ରରେ ଏନ୍‌ସିପିର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ବାବା ସିଦ୍ଦିକିଙ୍କୁ ଗୁଳି କରି ହତ୍ୟା କରାଯାଇଛି । ଯାହାକି ସାରା ଦେଶକୁ ସ୍ତବ୍ଧ କରି ଦେଇଛି । ସିଦ୍ଦିକି ବଲିଉଡ୍‌ ଜଗତ ସହ ଖୁବ୍‌ ଜଡ଼ିତ ଥିଲେ । ଭାଇଜାନ ସଲମାନ ଖାନଙ୍କ ଖୁବ୍‌ ନିକଟତର ଥିଲେ । ଏହ ହତ୍ୟା ଘଟଣାରେ ଦୁଇ ଜଣଙ୍କୁ ଗିରଫ କରାଯାଇଛି ।

ଏବେ ବାବା ସିଦ୍ଦିକି ହତ୍ୟା ମାମଲାରେ ଏକ ବଡ଼ ଖୁଲାସା ହୋଇଛି। ମୁମ୍ବାଇ କ୍ରାଇମ ବ୍ରାଞ୍ଚ ଅନୁଯାୟୀ ପଚରାଉଚରା ବେଳେ ଗିରଫ ଅଭିଯୁକ୍ତମାନେ ବିଶ୍ନୋଇ ଗ୍ୟାଙ୍ଗ ସହ ଜଡିତ ଥିବା କହିଛନ୍ତି। ଅଭିଯୁକ୍ତମାନେ ଗତ ୨୫-୩୦ ଦିନ ଧରି ସେହି ଅଞ୍ଚଳର ରେକି କରୁଥିଲେ। ଏହି ତିନି ଅଭିଯୁକ୍ତ ଘଟଣା ପୂର୍ବରୁ ଅଟୋ ରିକ୍ସା ଦ୍ୱାରା ବାନ୍ଦ୍ରା ଇଷ୍ଟରେ ପହଞ୍ଚିଥିଲେ । ସୂତ୍ରରୁ ପ୍ରକାଶ ଯେ ବାବା ସିଦ୍ଧିକିଙ୍କ ଉପରେ ଗୁଳିମାଡ଼ କରିବା ପୂର୍ବରୁ ତିନିଜଣ ସେଠାରେ କିଛି ସମୟ ଅପେକ୍ଷା କରିଥିଲେ।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.