ପ୍ରମୂଖ ଖବର
  • ଭୁବନେଶ୍ୱରରେ କାଳବୈଶାଖୀର ତାଣ୍ଡବ: ଭାଙ୍ଗିଲା ଗଛ, ଦିନ ହେଲା ରାତି
  • ||
  • ଭଦ୍ରକ : ଡିଜେ ଗାଡ଼ିରେ କରେଣ୍ଟ ଲାଗି ଜୀବନ ହାରିଥିଲେ ୨ ଜଣ, ଦୁଇ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ
  • ||
  • ତେଲେଙ୍ଗାନାରେ ଚାଞ୍ଚଲ୍ୟ; ପାରିବାରିକ କଳହର କରୁଣ ପରିଣତି, ଦୁଇ ପିଲାଙ୍କ ଗଳା କାଟି ମା'ର ଆତ୍ମହତ୍ୟା
  • ||
  • ଗୁଡ୍‌ ଫ୍ରାଇଡେ : ଖ୍ରୀଷ୍ଟ ଧର୍ମାବଲମ୍ବୀ ପାଇଁ ପବିତ୍ର ଦିନ, ଚର୍ଚ୍ଚରେ ସାମୂହିକ ପ୍ରାର୍ଥନା କରି ଯୀଶୁଙ୍କୁ ସ୍ମରଣ
  • ||
  • ନୂଆ ଗ୍ରହରେ ଜୀବସତ୍ତାର ମିଳିଛି ପ୍ରମାଣ, ‘କେ୨-୧୮ବି’ରେ ଜୀବନ ସହ ସଂଶ୍ଳିଷ୍ଟ ଅଣୁ ଚିହ୍ନଟ
  • ||
  • ଉତ୍ତର ଚିଲିରେ ଭୂକମ୍ପ ଝଟକା, ରିକ୍ଟର ସ୍କେଲରେ ତୀବ୍ରତା ୫.୭ ରେକର୍ଡ଼
  • ||
  • IPL 2025: ଆଜି ରୟାଲ୍‌ ଚ୍ୟାଲେଞ୍ଜର୍ସକୁ ଭେଟିବ ପଞ୍ଜାବ କିଙ୍ଗ୍‌ସ, କୋହଲି- ଆୟରଙ୍କ ଉପରେ ନଜର
  • ||
  • ଫ୍ଲୋରିଡା ୟୁନିଭର୍ସିଟିରେ ଯୁବକଙ୍କ ଗୁଳିମାଡ଼, ୨ ଜଣଙ୍କ ମୃତ୍ୟୁ ଘଟିଥିବେ ବେଳେ ୫ ଗୁରୁତର ଆହତ
  • ||
  • ରାଜ୍ୟରେ ୨୦ରୁ ବଢ଼ିବ ତାତି, ୨୩ ତାରିଖ ପରେ ଉପକୂଳ ଓଡ଼ିଶାରେ ୪୫ ଡିଗ୍ରୀ ଛୁଇଁପାରେ ପାରଦ
  • ||

ଭାଲୁ ଆକ୍ରମଣରେ ବୃଦ୍ଧ ଗୁରୁତର, ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି

Published By : Harapriya Sethi | February 26, 2025 12:22 PM

ରିଆମାଳ,୨୬/୦୨: ଭାଲୁ ଆକ୍ରମଣରେ ବୃଦ୍ଧ ଗୁରୁତର। ଜଙ୍ଗଲକୁ ଯିବା ବେଳେ ବୃଦ୍ଧଙ୍କୁ ଭାଲୁ ଆକ୍ରମଣ କରିଛି। ଦେବଗଡ଼ ଜିଲ୍ଲା ରିଆମାଳ ରେଞ୍ଜ କୁଣ୍ଢେଇଗୋଳା ସେକ୍ସନ କାଞ୍ଜିଆମ ଗ୍ରାମରେ ଏଭଳି ଘଟଣା ଘଟିଛି। ଗୁରୁତର ବୃଦ୍ଧ ଜଣକ କାଞ୍ଜିଆମ ଗ୍ରାମର ସାମ୍ବାରୁ ସାହୁ (୬୦ ବର୍ଷ) ବୋଲି ଜଣାପଡ଼ିଛି । 

ସୂଚନା ଅନୁଯାୟୀ, କାଞ୍ଜିଆମ ଗ୍ରାମର ସାମ୍ବାରୁ ସାହୁ ବୁଧବାର ସକାଳୁ ନିଜ ଗାଁ ପାଖ କାଞ୍ଜିଆମ ଜଙ୍ଗଲକୁ ଯାଇଥିଲେ । ଏହି ସମୟରେ ଏକ ମାଈ ଭାଲୁ ତା ଛୁଆମାନଙ୍କ ସହିତ ମିଶି ବୃଦ୍ଧଙ୍କୁ ଆକ୍ରମଣ କରିଥିଲେ । ଫଳରେ ସେ ଗୁରୁତର ହୋଇଥିଲେ । ସାମ୍ବାରୁଙ୍କ ପାଟି ଶୁଣି ଗାଁ ଲୋକେ ତାଙ୍କୁ ଉଦ୍ଧାର କରି ନିକଟସ୍ଥ ଛେଣ୍ଡିପଦା ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରିଥିଲେ । ଏନେଇ ଖବର ପାଇବା ପରେ ବନ ବିଭାଗର ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଥିବା ରେଞ୍ଜର ନିରଞ୍ଜନ ଧରୁଆ କହିଛନ୍ତି।                                                      


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.