ପ୍ରମୂଖ ଖବର
  • ୧୯୮୪ ଶିଖ୍‌ ଦଙ୍ଗା ମାମଲା, ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାରଙ୍କୁ ଆଜୀବନ କାରାଦଣ୍ଡ
  • ||
  • ଚିକିଟି ମଦ ମୃତ୍ୟୁ ମାମଲା, ୬ ମାସ ପରେ ଅବକାରୀ କମିଶନରଙ୍କ ତଦନ୍ତ ଆରମ୍ଭ
  • ||
  • ବିଧାନସଭାର CAG ରିପୋର୍ଟ, ମଦନୀତିରେ ଦିଲ୍ଲୀ ସରକାରଙ୍କୁ ୨ ହଜାର କୋଟିର କ୍ଷତି
  • ||
  • ନିମାପଡ଼ାରୁ ନକଲି ପରୀକ୍ଷାର୍ଥୀ ଗିରଫ, ଆଡମିଟ୍ କାର୍ଡରେ ଫଟୋ ମ୍ୟାଚ୍ ନହେବାରୁ ଧରାପଡ଼ିଲେ
  • ||
  • ଚାପଡରେ ହାଣି ପ୍ରେମିକା ସହ ୬ଜଣଙ୍କୁ ବିଭତ୍ସ ହତ୍ୟା, ଥାନାରେ ଆତ୍ମସମର୍ପଣ କଲେ ଯୁବକ
  • ||
  • ଉଦଳା; ସୀମା ଟପିଗଲା ଅମାନୁଷିକତା। ବିଦ୍ୟାଳୟରେ ପରିସ୍ରା ଓ ବାନ୍ତି କରିଦେଲେ ବୋଲି ଦିବ୍ୟାଙ୍ଗ ଛାତ୍ରୀଙ୍କୁ ନିର୍ଘାତ ମାଡ଼
  • ||
  • ପୋଲିସକୁ ଚକମା ଦେଇ ଚମ୍ପଟ୍ ମାରିବା ବେଳେ ଗୋରୁ ବୋଝେଇ ଟ୍ରକ୍ ଦୁର୍ଘଟଣା, ଡ୍ରାଇଭର୍ ଫେରାର୍
  • ||
  • ଆଇସିସି ଚାମ୍ପିଅନ୍ସ ଟ୍ରଫି: ଆଜି ଅଷ୍ଟ୍ରେଲିଆ-ଦକ୍ଷିଣ ଆଫ୍ରିକା ଟକ୍କର, ଦେଖିବାକୁ ମିଳିବ ସଂଘର୍ଷପୂର୍ଣ୍ଣ ମ୍ୟାଚ୍
  • ||
  • ରାଜ୍ୟରେ ୪ଦିନ ଯାଏ ଶୁଖିଲା ପାଗ, ୩ ଡିଗ୍ରୀ ବଢ଼ିବ ରାତି ତାପମାତ୍ରା
  • ||
  • ଓଡ଼ିଶାରେ ମୃଦୁ ଭୂମିକମ୍ପ, ରିକ୍ଟର ସ୍କେଲରେ ତୀବ୍ରତା ୫.୧ ରେକର୍ଡ, ବଙ୍ଗୋପସାଗର କେନ୍ଦ୍ରସ୍ଥଳ
  • ||

ଦନ୍ତା ଆକ୍ରମଣରେ ଶ୍ରମିକ ଗୁରୁତର

Published By : Prameya | February 25, 2025 1:30 PM

ବୁଗୁଡ଼ା/ଭଞ୍ଜନଗର, ୨୫/୨ : ଦନ୍ତା ଆକ୍ରମଣରେ ଶ୍ରମିକ ଗୁରୁତର। ଗଞ୍ଜାମ ଜିଲା ଦକ୍ଷିଣ ଘୁମୁସର ବନଖଣ୍ଡ ବୁଗୁଡ଼ା ରେଞ୍ଜ ଅନ୍ତର୍ଗତ କିରାପଲ୍ଲୀ ଗ୍ରାମ ନିକଟରେ ସୋମବାର ବିଳମ୍ବିତ ରାତିରେ ଏହି ଘଟଣା ଘଟିଛି। ଗୁରୁତର ଶ୍ରମିକ ଜଣକ ଆନ୍ଧ୍ରପ୍ରଦେଶ ସାମଲକୋଟା ଅଞ୍ଚଳର ମହମ୍ମଦ ଜାଫର ବୋଲି ଜଣାପଡ଼ିଛି। ଶ୍ରମିକଙ୍କୁ ଗୁରୁତର ଅବସ୍ଥାରେ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ତାଙ୍କର ଚିକିତ୍ସା ପାଇଁ ୫ ହଜାର ଟଙ୍କା ଆର୍ଥିକ ସହାୟତା ଯୋଗାଇ ଦିଆଯାଇଛି। 

ସୂଚନାନୁଯାୟୀ, ମହମ୍ମଦ ଜାଫର ଏଲ୍ ଏଣ୍ଡ ଟି କମ୍ପାନୀ ପକ୍ଷରୁ ଚାଲିଥିବା ମେଗା ପାନୀୟ ଜଳ ଯୋଗାଣ ପ୍ରକଳ୍ପର ପାଇପ୍ ବିଛା କାର୍ଯ୍ୟରେ ନିୟୋଜିତ ରହିଥିଲେ। ଗତକାଲି ବିଳମ୍ଵିତ ରାତିରେ ଶୌଚ ହେବାକୁ ଯିବା ସମୟରେ ହାତୀ ହାବୁଡରେ ପଡି ଗୁରୁତର ହୋଇଥିଲେ। ତାଙ୍କୁ ପ୍ରଥମେ ଭଞ୍ଜନଗର ମେଡ଼ିକାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା। ସେଠାରେ ଜାଫରଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଅଧିକ ଚିକିତ୍ସା ପାଇଁ ବ୍ରହ୍ମପୁର ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା। ଖବର ପାଇ ଦକ୍ଷିଣ ଘୁମୁସର ବନଖଣ୍ଡ ଡିଏଫଓ ବିନୋଦ ଆଚାର୍ଯ୍ୟ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ କରିଛନ୍ତି।  ଏଥିସହ ମେଡ଼ିକାଲରେ ପହଞ୍ଚି ଆହତଙ୍କ ପ୍ରାଥମିକ ଚିକିତ୍ସା ପାଇଁ ୫ ହଜାର ଟଙ୍କା ଆର୍ଥିକ ସହାୟତା ଯୋଗାଇ ଦେଇଛନ୍ତି।ପରବର୍ତ୍ତୀ ପର୍ଯ୍ୟାୟରେ ସରକାରଙ୍କ ନିୟମ ଅନୁସାରେ ଯାହା ସହାୟତା ଲୋଡ଼ା ଯୋଗାଇ ଦିଆଯିବ ବୋଲି କହିଛନ୍ତି।

କିଛି ଦିନ ହେବ ବେଲଗୁଣ୍ଠା - ବାଲିପଦର ମୁଖ୍ୟ ରାସ୍ତାର କିରାପଲ୍ଲୀ ଅଞ୍ଚଳରେ ଏକ ଦନ୍ତାହାତୀ ଘୂରି ବୁଲୁଛି। ଦନ୍ତାହାତୀଟିର ଗତିବିଧି ଉପରେ ତୀକ୍ଷ୍ଣ ନଜର ରଖିବାକୁ ଡିଏଫଓ ଆଚାର୍ଯ୍ୟ ବୁଗୁଡ଼ା ରେଞ୍ଜର କ୍ଷେତ୍ର କର୍ମଚାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ଏହି ଖବରଟିକୁ ପଢନ୍ତୁ-ନିମାପଡ଼ାରୁ ନକଲି ପରୀକ୍ଷାର୍ଥୀ ଗିରଫ, ଆଡମିଟ୍ କାର୍ଡରେ ଫଟୋ ମ୍ୟାଚ୍ ନହେବାରୁ ଧରାପଡ଼ିଲେ

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.