ପ୍ରମୂଖ ଖବର
  • ବିହାରରେ ୧୭ଟି ରାଜନୈତିକ ଦଳକୁ ନିର୍ବାଚନ ଆୟୋଗଙ୍କ କାରଣ ଦର୍ଶାଅ ନୋଟିସ୍
  • ||
  • ଖନ୍ତାପଡ଼ା : ବାଇକକୁ ପଛରୁ ଧକ୍କା ଦେଲା ବସ୍ , ଅଙ୍ଗନବାଡି କର୍ମୀ ମୃତ ,ଶିକ୍ଷକ ଆହତ
  • ||
  • ମତ୍ସ୍ୟ ସେବାରେ ୨୧୭ ନୂତନ ପଦବୀ ଏବଂ ଉଦ୍ୟାନ କୃଷି ସେବାରେ ୬୭ ନୂତନ ପଦବୀ ସୃଷ୍ଟି
  • ||
  • ଦିଗପହଣ୍ଡି ଓସ୍ତାପଲ୍ଲୀରେ ବ୍ୟାପୁଛି ଝାଡାବାନ୍ତି, ମୃତ୍ୟୁ ସଂଖ୍ୟା ୨ରେ ପହଞ୍ଚିଲା
  • ||
  • ପ୍ରସିଦ୍ଧ ୟୁଟ୍ୟୁବର ମନୀଷ କଶ୍ୟପ ‘ଜନ ସୁରାଜ’ ପାର୍ଟିରେ ସାମିଲ
  • ||
  • ପ୍ରକାଶ ପାଇଲା ଯୁକ୍ତ ୨ ପ୍ରଥମ ମେଧା ତାଲିକା, କାଲିଠୁ ଆରମ୍ଭ ହେବ ନାମଲେଖା: ୨୪ରୁ ଏକାଦଶ ଶ୍ରେଣୀ ପାଠପଢ଼ା
  • ||
  • ସୁରକ୍ଷା ବାହିନୀକୁ ବଡ଼ ସଫଳତା, ଏନକାଉଣ୍ଟରରେ PLGA ବାଟାଲିୟନ ଡେପୁଟି କମାଣ୍ଡର ନିହତ
  • ||
  • ରାଜଧାନୀରୁ ୨୬୫ ଗ୍ରାମ ବ୍ରାଉନ ସୁଗର ଜବତ, ଅଭିଯୁକ୍ତ ଗିରଫ
  • ||
  • ଢେଙ୍କାନାଳ : ଫାର୍ମହାଉସ୍‌ରୁ ଶ୍ରମିକଙ୍କ ସନ୍ଦେହଜନକ ମୃତଦେହ ଉଦ୍ଧାର, ତଦନ୍ତ କରୁଛି ପୁଲିସ
  • ||
  • IT ଅଫିସରେ ହାଜର ହେଲେ ବିଶାଳ ଦାସ, କିଛି ଦିନ ପୂର୍ବରୁ ହୋଇଥିଲା ଚଢାଉ
  • ||
  • ଭଦ୍ରକ : ବିପଦ ସଂକେତ ତଳେ ବୈତରଣୀରେ ବନ୍ୟା ଜଳ, ୧୮.୦୭ ମିଟରରେ ପ୍ରବାହିତ
  • ||
  • ଅଧରପଣା ପାଇ ତୃପ୍ତ ହେବେ ଦେବାଦେବୀଙ୍କ ସମେତ ଯୋଗିନୀଗଣ, ପଣା ସଂଗ୍ରହ ଉପରେ ଲାଗିଲା କଟକଣା
  • ||
  • ଢେଙ୍କାନାଳ : ୪୦ ଟିକିଆ ହାତୀପଲ ନଦୀ ପାର ବେଳେ ଅଘଟଣ, ବ୍ରାହ୍ମଣୀ ନଦୀରେ ଭାସିଗଲେ ୩ ହାତୀ, ଦୀର୍ଘ ସମୟର ପରେ ଉଦ୍ଧାର
  • ||
  • ରଥାରୂଢ଼ ଠାକୁରଙ୍କୁ ଅଧର ପଣା ଭୋଗ ଅର୍ପଣ ନୀତି, ଆଜି ପାର୍ଶ୍ୱଦେବାଦେବୀ ଓ ଅଶରୀରଙ୍କୁ ହେବ ସମର୍ପଣ
  • ||
  • ବାଲେଶ୍ୱର : ବାଗୁଡ଼ି ଯୋଡ଼ାମ୍ବ ଛକ SBI ଏଟିଏମ୍‌ରୁ ଲୁଟ୍, ଗ୍ୟାସ୍‌ କଟରରେ ଏଟିଏମ୍‌ କାଟି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • ବଙ୍ଗୋପସାଗରେ ଲଘୁଚାପ ସକ୍ରିୟ; ଆଜି ୭ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଅରେଞ୍ଜ, ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ||

ମନମୋହନ ପୁଣି ହେବେ ରାଜ୍ୟ ବିଜେପି ସଭାପତି; ଏକମାତ୍ର ପ୍ରାର୍ଥୀ ଭାବେ ଭରିଲେ ନାମାଙ୍କନ

Published By : Manash Sahoo | July 7, 2025 4:04 PM

ଭୁବନେଶ୍ୱର: କିଏ ହେବେ ରାଜ୍ୟ ବିଜେପିର ମଙ୍ଗୁଆଳ ତାକୁ ନେଇ କଳ୍ପନଜଳ୍ପନା ଲାଗି ରହିଥିବା ବେଳେ ଆଜି ଏଥିରେ ପୂର୍ଣ୍ଣଚ୍ଛେଦ ପଡ଼ିଛି । ମନମୋହନ ସାମଲ୍ ପୁଣି ଥରେ ବିଜେପି ସଭାପତି ହେବା ନେଇ ଏକ ପ୍ରକାର ନିଶ୍ଚିତ ହୋଇଛି । କାରଣ ରାଜ୍ଯ ବିଜେପି ସଭାପତି ପଦ ପାଇଁ ଏକମାତ୍ର ପ୍ରାର୍ଥୀ ଭାବେ ମନମୋହନ ସାମଲ ନାମାଙ୍କନ ଦାଖଲ କରିଛନ୍ତି । ଭାରତୀୟ ଜନତା ପାର୍ଟିର କେନ୍ଦ୍ରୀୟ ନିର୍ବାଚନ ଅଧିକାରୀଙ୍କ ଓଡ଼ିଶା ପର୍ଯ୍ୟବେକ୍ଷକ ସାଂସଦ ସଞ୍ଜୟ ଜୟସ୍ୱାସଲ ଏବଂ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଉପସ୍ଥିତିରେ ସେ ନାମାଙ୍କନ ଭରିଛନ୍ତି । ଏହି ଅବସରରେ ଦଳର ଅନ୍ୟ ସାଂସଦ, ବିଧାୟକ ଓ ବରିଷ୍ଠ ନେତା ଉପସ୍ଥିତ ରହିଥିଲେ ।

ବିଜେପି ସାଂଗଠନିକ ନିର୍ବାଚନ ବିଜ୍ଞପ୍ତି ଅନୁଯାୟୀ, ସୋମବାର ଅପରାହ୍ଣ ସାଢ଼େ ୩ଟା ସୁଦ୍ଧା ରାଜ୍ୟ ସଭାପତି ପଦ ପାଇଁ ନାମାଙ୍କନ ଦାଖଲ ହେବାର ଥିଲା । ଏହା ପୂର୍ବରୁ ମନମୋହନ ସାମଲ ଏକମାତ୍ର ପ୍ରାର୍ଥୀ ଭାବେ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । ଏହାଛଡ଼ା ନାମାଙ୍କନ ସମ୍ପର୍କିତ ଆପତ୍ତି ଅଭିଯୋଗର ଯାଞ୍ଚ ପରେ ଅନ୍ତିମ ସୂଚୀ ପ୍ରକାଶ କରାଯିବ । ଆବଶ୍ୟକ ହେଲେ ୮ତାରିଖ ପୂର୍ବାହ୍ନ ୯ଟାରୁ ୧୧ଟା ପର୍ଯ୍ୟନ୍ତ ମତଦାନ ହେବ ଏବଂ ୧୧ଟା ୩୦ ସୁଦ୍ଧା ଚୂଡ଼ାନ୍ତ ଫଳାଫଳ ଘୋଷଣା କରାଯିବ । ତେବେ ମନମୋହନ ସାମଲ ଏକମାତ୍ର ପ୍ରାର୍ଥୀ ଭାବେ ନାମାଙ୍କନ ଭରିଥିବାରୁ ମତଦାନର ଆବଶ୍ୟକତା ପଡ଼ିବ ନାହିଁ । ଫଳରେ ମନମୋହନଙ୍କ ହାତରେ ହିଁ ରାଜ୍ୟ ବିଜେପିର ନେତୃତ୍ୱ ରହିବ ।

ମନମୋହନ ସାମଲ ପୂର୍ବରୁ ଦୁଇ ଥର ଓଡ଼ିଶା ବିଜେପିର ସଭାପତି ରହିସାରିଛନ୍ତି । ୧୯୯୯ରୁ ୨୦୦୪ ପର୍ଯ୍ୟନ୍ତ ସେ ରାଜ୍ୟ ସଭାପତି ଭାର ତୁଲାଇଥିଲେ । ସେତେବେଳେ ରାଜ୍ୟରେ ମେଣ୍ଟ ସରକାର ଥିଲା । ଏହାପରେ ୨୦୨୪ ସାଧାରଣ ନିର୍ବାଚନର ପ୍ରାୟ ବର୍ଷେ ପୂର୍ବରୁ ୨୦୨୩ ମାର୍ଚ୍ଚରେ ଦଳ ତାଙ୍କୁ ଗୁରୁଦାୟିତ୍ୱ ଦେଇ ପୁଣି ଥରେ ରାଜ୍ୟ ସଭାପତି କରିଥିଲା । ତାଙ୍କ ନେତୃତ୍ୱ ବିଜେପି ୨୦୨୪ ସାଧାରଣ ନିର୍ବାଚନରେ ବଡ଼ ସଫଳତା ପାଇଥିଲା । ପ୍ରଥମ ଥର ପାଇଁ ରାଜ୍ୟରେ ଏକାକୀ ସରକାର ଗଠନ କରିଥିଲା । ସେହିପରି ୨୧ରୁ ୨୦ ସଂସଦୀୟ ଆସନରେ ବିଜେପି ବିଜୟୀ ହୋଇଥିଲା ।

କଳା ଏବଂ ଓକିଲାତିରେ ସ୍ନାତକ ମନମୋହନ ସାମଲ ଛାତ୍ର ଜୀବନରୁ ରାଜନୀତିରେ ଯୋଗ ଦେଇଥିଲେ । ୧୯୭୯ ମସିହାରେ ଭଦ୍ରକ କଲେଜର ସଭାପତି ଭାବରେ ନିର୍ବାଚିତ ହୋଇଥିଲେ । ଏହି ସମୟରେ ସେ ଏବିଭିପିର ସଦସ୍ୟ ହୋଇଥିଲେ । ପରେ ସେ ଭାରତୀୟ ଜନତା ପାର୍ଟିରେ ଯୋଗ ଦେଇଥିଲେ । ୨୦୦୪ ବିଧାନସଭା ନିର୍ବାଚନରେ ଧାମନଗରରୁ ନିର୍ବାଚିତ ହୋଇଥିଲେ ମନମୋହନ । ୨୦୦୪ରୁ ୨୦୦୯ ଯାଏ ବିଧାୟକ ଥିବା ମନମୋହନ ମେଣ୍ଟ ସରକାରରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ଏବଂ ରାଜସ୍ବ ମନ୍ତ୍ରୀ ଭାବେ ମଧ୍ୟ କାର୍ଯ୍ୟ କରିଥିଲେ ।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.