ପ୍ରମୂଖ ଖବର
  • କଟକ : ଗୁଡ଼ି ଦୋକାନରେ ପୋଲିସର ରେଡ୍‌, ଜବତ ହେଲା ଚାଇନିଜ୍‌ ମାଞ୍ଜା ସୂତା
  • ||
  • ହିନ୍ଦୋଳ : ଘରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ସ୍ୱାମୀ ଅଟକ
  • ||
  • ହିନ୍ଦୋଳ : କ୍ରିକେଟ୍‌ ଖେଳକୁ ନେଇ ବେଡ଼ାପଡ଼ା ଗାଁରେ ଗୋଷ୍ଠୀ ସଂଘର୍ଷ, ଜଣେ ଗୁରୁତର
  • ||
  • ଡମଣା ଛକ ନିକଟରେ ସିରିଜ ଦୁର୍ଘଟଣା, ଅଳ୍ପକେ ବର୍ତ୍ତିଲେ ସ୍କୁଟି ଚାଳକ
  • ||
  • ସୋମବାର ଆୟୁଷ୍ମାନ୍‌ ଭାରତ ପାଇଁ ହେବ ବୁଝାମଣା ପତ୍ର ସ୍ୱାକ୍ଷର, ଦିଲ୍ଲୀରେ ଉପସ୍ଥିତ ରହିବେ ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ
  • ||
  • ଶ୍ରୀଲିଙ୍ଗରାଜଙ୍କ ପୁଷ୍ୟାଭିଷେକ ନୀତି: ୧୦୮ ଗରା ତୀର୍ଥ ଜଳରେ ସ୍ନାନ କରିବେ ମହାପ୍ରଭୁ
  • ||
  • ଘନ କୁହୁଡିରେ ଲୁଚିଗଲା ସୂର୍ଯ୍ୟମନ୍ଦିର, ସୂକ୍ଷ୍ମ କାରୁକାର୍ଯ୍ୟ ଦେଖି ପାରିଲେନି ପର୍ଯ୍ୟଟକ
  • ||
  • କରଞ୍ଜିଆ : ଚିକିତ୍ସାଧିନ ଅବସ୍ଥାରେ ପ୍ରାଣ ହରାଇଲା ‘ମହେନ୍ଦ୍ର’ ହାତୀ, ବ୍ୟବଚ୍ଛେଦ ପରେ ହେବ ଶବ ସଂସ୍କାର
  • ||
  • ଶ୍ରୀମନ୍ଦିରରେ ଦେବାଭିଷେକ ନୀତି: ଆଜି ମହାପ୍ରଭୁଙ୍କ ରାଜାଧିରାଜ ଓ ନବାଙ୍କ ବେଶ
  • ||
  • ସୁବର୍ଣ୍ଣପୁର : ଇଥାନଲ ପ୍ଲାଣ୍ଟ ମେସିନରେ ଚାପି ହୋଇ ଶ୍ରମିକଙ୍କ ମୃତ୍ୟୁ
  • ||

ସ୍ପେନର ଏକ ନର୍ସିଂ ହୋମ୍‌ରେ ଭୟାବହ ଅଗ୍ନିକାଣ୍ଡ, ଶ୍ବାସରୁଦ୍ଧ ହୋଇ ୧୦ ରୋଗୀ ମୃତ, ଅନେକ ଆହତ…

Published By : Prameya | November 15, 2024 8:53 PM

ନୂଆଦିଲ୍ଲୀ: ସ୍ପେନର ଜାରାଗୋଜାରେ ଏକ ଦୁଃଖଦ ଦୁର୍ଘଟଣା ଘଟିଛି। ଏଠାରେ ଥିବା ଏକ ନର୍ସିଂ ହୋମ୍‌ରେ ନିଆଁ ଲାଗିବା କାରଣରୁ ଅତି କମରେ ୧୦ ଜଣଙ୍କର ମୃତ୍ୟୁ ଘଟିଛି। ସ୍ଥାନୀୟ ଅଧିକାରୀ ମାନେ ଶୁକ୍ରବାର ଏ ବିଷୟରେ ସୂଚନା ଦେଇଛନ୍ତି । ଉତ୍ତର ପୂର୍ବାଞ୍ଚଳ ମାଡ୍ରିଡ ଠାରୁ ପ୍ରାୟ ୩୦ ମିନିଟ୍ ରାସ୍ତା ଦୂର ଉତ୍ତରରେ ଥିବା ଭିଲ୍ଲା ଫ୍ରାଙ୍କା ଡି ଏବ୍ରୋ ନର୍ସିଂହୋମରେ ଅଗ୍ନିକାଣ୍ଡ ଘଟିଛି । ତେବେ ଅଗ୍ନିକାଣ୍ଡ ସମ୍ପର୍କରେ ଅଧିକାରୀ ମାନଙ୍କୁ ସୂଚନା ଦିଆଯାଇଥିଲା। ସୂଚନା ପାଇବା ପରେ ଅଗ୍ନିଶମ ବାହିନୀ ଦଳ ଘଟଣାସ୍ଥଳରେ ପହଞ୍ଚିଥିଲେ । ଅଧିକାରୀଙ୍କ ଅନୁଯାୟୀ ଦୁଇ ଜଣଙ୍କ ଅବସ୍ଥା ଗୁରୁତର ରହିଛି । ସ୍ଥାନୀୟ ଗଣମାଧ୍ୟମ ଅନୁଯାୟୀ ଅଗ୍ନିକାଣ୍ଡର କାରଣ ଏପର୍ଯ୍ୟନ୍ତ ଜଣା ପଡିନାହିଁ । ସ୍ଥାନୀୟ ଗଣମାଧ୍ୟମ ରିପୋର୍ଟ କରିଛି ଯେ ନର୍ସିଂହୋମରେ ୮୨ ଜଣ ଥିଲେ । ମାନସିକ ସ୍ବାସ୍ଥ୍ୟ ସମସ୍ୟାରେ ପୀଡିତ ଲୋକଙ୍କୁ ଏହି ନର୍ସିଂହୋମରେ ଚିକିତ୍ସା କରାଯାଏ।

ଅରଗୋନର ସ୍ଥାନୀୟ ପ୍ରଶାସନର ମୁଖ୍ୟ ଜର୍ଜ ଆଜକନ୍ ମୃତ୍ୟୁକୁ ନିଶ୍ଚିତ କରି ସୋସିଆଲ ମିଡିଆ ପ୍ଲାଟଫର୍ମ 'ଏକ୍ସ'ରେ କହିଛନ୍ତି ଯେ ଆଜି ଏହି ଅଞ୍ଚଳର ସମସ୍ତ ସରକାରୀ କାର୍ଯ୍ୟକ୍ରମ ବାତିଲ କରାଯାଇଛି । ଏହି ଅଗ୍ନିକାଣ୍ଡ ଏବଂ ଏଠାରେ ମୃତ୍ୟୁକୁ ନେଇ ସ୍ପେନର ପ୍ରଧାନମନ୍ତ୍ରୀ ପେଡ୍ରୋ ସାଞ୍ଚେଜ ମଧ୍ୟ ଦୁଃଖ ପ୍ରକାଶ କରିଛନ୍ତି । ଶୁକ୍ରବାର ସକାଳେ ଭିଲା ଫ୍ରାଙ୍କା ଡି ଏବ୍ରୋ ମେୟର ଭୋଲଗା ରାମିରେଜ ଗଣମାଧ୍ୟମକୁ କହିଛନ୍ତି ଯେ ମୃତ୍ୟୁ ପାଇଁ ନିଆଁରୁ ଧୂଆଁ ଦାୟୀ ।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.