ପ୍ରମୂଖ ଖବର
  • ଭୁବନେଶ୍ୱର : ବିଦେଶୀ ମଦ ଦୋକାନ ଉପରେ ଅବକାରୀ ବିଭାଗର ରେଡ୍‌, ପାଣି ମିଶା ମଦ ଜବତ
  • ||
  • ତେଲକୋଇ : ବେଣା ଗାଁରେ ହାତୀପଲଙ୍କ ଉତ୍ପାତ; ଧାନ ସହ ଖାଇଗଲେ ଟଙ୍କା, ସରକାରୀ ସହାୟତା ପାଇଁ ଗ୍ରାମବାସୀଙ୍କ ଦାବି
  • ||
  • ପାଟଣା : ଚମ୍ପୁଆ ରେଞ୍ଜରେ ଦନ୍ତା ଆହତ, ସ୍ବାସ୍ଥ୍ୟାବସ୍ଥା ଅନୁଧ୍ୟାନ କରୁଛି ବିଶେଷଜ୍ଞ ଟିମ୍
  • ||
  • ମାର୍ଶାଘାଇ : ରେଳ ପୋଲ ଉପରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ଭଞ୍ଜନଗର : ବଚସାକୁ କେନ୍ଦ୍ର କରି ଦୁଇ ଭାଇଙ୍କୁ ମରଣାନ୍ତକ ଆକ୍ରମଣ; ବଡ଼ ଭାଇ ମୃତ, ସାନ ଭାଇ ଗୁରୁତର
  • ||
  • ପୁରୁଷ ହକି ଏସିଆନ ଚାମ୍ପିଅନ୍ସ ଟ୍ରଫି: ଆଜି ଚୀନ-ପାକିସ୍ତାନ୍, ଭାରତ-କୋରିଆ ସେମି ଫାଇନାଲ୍‌ ଲଢ଼େଇ
  • ||
  • କରଞ୍ଜିଆ : ଶିମିଳିପାଳ ଅଭୟାରଣ୍ୟରେ ପ୍ରବଳ ବର୍ଷା, ୧୨ ଘଣ୍ଟାରେ ୧୮୩.୮୯୬ ମିମି ବର୍ଷା ରେକର୍ଡ
  • ||
  • ଜଳେଶ୍ବର : ବିପଦ ସଙ୍କେତ ପାର୍‌ କଲା ଜଳକା ନଦୀ, ତଳିଆ ଅଞ୍ଚଳବାସୀ ଭୟଭୀତ
  • ||
  • ଶ୍ରୀମନ୍ଦିରରେ ବଳିବାମନ ବେଶ ନୀତି, ବାମନରୂପି ବାଳକ ରୂପରେ ମହାପ୍ରଭୁ ରତ୍ନ ସିଂହାସନରେ ଉଭା ହେବେ
  • ||
  • ପାଟଣା : ତେଲ ନଦୀ ପୋଲ ଉପରେ ୩ ଫୁଟର ବନ୍ୟାଜଳ ପ୍ରବାହିତ, କେନ୍ଦୁଝର ଓ ମୟୁରଭଞ୍ଜ ମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ
  • ||
  • ଆଜି ବି ପ୍ରବଳ ଢାଳିବ ବର୍ଷା: ଦୁଇ ଜିଲ୍ଲାକୁ ଆଲର୍ଟ, ସତର୍କ ରହିବାକୁ ନିର୍ଦ୍ଦେଶ ଦେଲେ ଏସ୍‌ଆରସି
  • ||
  • ବୌଦ୍ଧ : ବାଟୋଇଙ୍କୁ ଧକ୍କା ଦେଇ ଗଛକୁ ପିଟିଲା ପିକ୍ଅ‌ପ୍ ଭ୍ୟାନ୍‌, ୯ ଗୁରୁତର
  • ||

ସୀମାନ୍ତ ପୋଲିସ ନିକଟରେ ମାଓ ଦମ୍ପତିଙ୍କ ଆତ୍ମ ସମର୍ପଣ, ସେମାନଙ୍କୁ ଧରିବାକୁ ଥିଲା ୫ଲକ୍ଷର ପୁରସ୍କାର

ମାଲକାନଗିରି : ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡର ନାରାୟଣପୁର ପୋଲିସ ନିକଟରେ ୫ ଲକ୍ଷ ଇନାମି ମାଓ ଦମ୍ପତିଙ୍କ ଆତ୍ମସମର୍ପଣ। ମିଳିଥିବା ସୂଚନା ଅନୁସାରେ, ଛତିଶଗଡ଼ରେ ମାଓ ବିଲୋପ ପାଇଁ ପୋଲିସ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଉଛି। ଏହାସହ ସରକାରଙ୍କ ଆତ୍ମସମର୍ପଣ ନୀତି ଦ୍ୱାରା ପ୍ରଭାବିତ ହୋଇ ଅନେକ ମାଓବାଦୀ ସଂଗଠନ ଛାଡ଼ି ପୋଲିସ ନିକଟରେ ଆତ୍ମସମର୍ପଣ କରୁଛନ୍ତି। ଏହା ଦ୍ୱାରା ମାଓ ସଂଗଠନ ଧୀରେ ଧୀରେ ଦୁର୍ବଳ ହେବାରେ ଲାଗିଛି। 

ଏହି କ୍ରମରେ ନାରାୟଣପୁର ଜିଲ୍ଲା ପୋଲିସ ନିକଟରେ ଆଜି କୁଖ୍ୟାତ ମାଓବାଦୀ ସୋନାଭା ଓରଫ ଡୋସେଲ ସଲାମ ଏବଂ ତାଙ୍କ ପତ୍ନୀ ଆରତୀ ସଲାମ ମାଓ ସଂଗଠନ ଛାଡ଼ି ଆତ୍ମସମର୍ପଣ କରିଛନ୍ତି। ଏହି ଦୁଇ ମାଓବାଦୀ ଉଭୟ ସ୍ଵାମୀ ସ୍ତ୍ରୀ ହୋଇଥିବା ବେଳେ, ଏମାନେ ଦୀର୍ଘ ବର୍ଷ ଧରି ମାଓ ସଂଗଠନରେ ରହି ଅନେକ ହିଂସାକାଣ୍ଡରେ ଜଡ଼ିତ ଥିଲେ। 

ତେବେ ଏହି ଦୁଇ ମାଓବାଦୀଙ୍କ ଉପରେ ସରକାରଙ୍କ ପକ୍ଷରୁ ମୋଟ ୫ ଲକ୍ଷ ଟଙ୍କାର ଇନାମ ରହିଥିଲା। ମାଓ ସଂଗଠନ ଧୀରେ ଧୀରେ ଦୁର୍ବଳ ହେଉ ଥିବାରୁ ଏବଂ ନିଜର ନୀତି ଆଦର୍ଶରୁ ଓହରି ଯାଉ ଥିବାରୁ, ଏମାନେ ସାଧାରଣ ଜୀବନଯାପନ ନିମନ୍ତେ ପୋଲିସ ନିକଟରେ ଆତ୍ମସମର୍ପଣ କରିଥିବା, ସ୍ଵୀକାର କରିଛନ୍ତି। ଉଭୟ ଏସପି ପ୍ରଭାତ କୁମାର ଓ ଅନ୍ୟ ପୋଲିସ ଅଧିକାରୀଙ୍କ ନିକଟରେ ଆତ୍ମସମର୍ପଣ କରିଛନ୍ତି।

ନକ୍ସଲମାନଙ୍କୁ ସରକାରଙ୍କ ନକ୍ସଲ ବିଲୋପ ନୀତି ଅନୁଯାୟୀ ୨୫ ହଜାର ଲେଖାଏଁ ପ୍ରୋତ୍ସାହନମୂଳକ ରାଶି ପ୍ରଦାନ ସହ ଆଗାମୀ ଦିନରେ ଥଇଥାନ କରାଯିବ ବୋଲି ପୋଲିସ ସୂତ୍ରରୁ ପ୍ରକାଶ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.