ପ୍ରମୂଖ ଖବର
  • ସ୍ୱଦେଶ ବାହୁଡ଼ି ଯିବେ ବିଦେଶୀ ଖେଳାଳି, ଖୁବ୍‌ଶୀଘ୍ର ବଡ଼ ନିଷ୍ପତ୍ତି ନେଇପାରେ ବିସିସିଆଇ
  • ||
  • ଚଣ୍ଡୀଗଡ଼​‌ରେ ବାଜିଲା ସାଇରନ୍‌, ଏୟାରଫୋର୍ସ ଷ୍ଟେସନ୍‌କୁ ଓ୍ବାର୍ଣ୍ଣିଂ, ଲୋକଙ୍କୁ ଘରୁ ନବାହାରିବାକୁ ନିର୍ଦ୍ଦେଶ
  • ||
  • LOC ଏବଂ IBରେ କଡ଼ା ଜବାବ, ପାକିସ୍ତାନର ୫୦ରୁ ଉର୍ଦ୍ଧ୍ଵ ଡ୍ରୋନ୍ ଖସାଇଲା ଭାରତ
  • ||
  • ଶ୍ରୀକ୍ଷେତ୍ରରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା, ପୋଲିସ ଛାଉଣୀରେ ବଡ଼ଦେଉଳ
  • ||
  • ବରଯାତ୍ରୀ ବସ୍‌ - କଣ୍ଟେନର ଟ୍ରକ୍‌ ମୁହାଁମୁହିଁ ଧକ୍କା: ହେଲପର୍‌ ଗୁରୁତର, ୧୦ ରୁ ଉର୍ଦ୍ଧ୍ୱ ଆହତ
  • ||
  • ମୟୂରଭଞ୍ଜ : ବରଯାତ୍ରୀ ବସ୍‌ - କଣ୍ଟେନର ଟ୍ରକ୍‌ ମୁହାଁମୁହିଁ ଧକ୍କା: ହେଲପର୍‌ ଗୁରୁତର, ୧୦ ରୁ ଉର୍ଦ୍ଧ୍ୱ ଆହତ
  • ||
  • ଘୋର ଆର୍ଥିକ ସଂକଟରେ ପାକ୍‌ ଅର୍ଥନୀତି: ଆଜି ପାକ୍‌କୁ ଋଣ ପ୍ରଦାନ ନେଇ ସମୀକ୍ଷା କରିବ ଆଇଏମ୍‌ଏଫ, ଭାରତର ବିରୋଧ
  • ||
  • ଅମୃତସର ବାସିନ୍ଦାଙ୍କୁ ଘରେ ରହିବାକୁ ନିର୍ଦ୍ଦେଶ, ଝରକା ଠାରୁ ଦୂରରେ ଏବଂ ଲାଇଟ୍ ବନ୍ଦ ରଖିବାକୁ ନିର୍ଦ୍ଦେଶାବଳୀ ଜାରି
  • ||
  • ଭାରତୀୟ ସେନାକୁ ସଫଳତା , ଧରାପଡିଲା ପାକିସ୍ତାନୀ ପାଇଲଟ୍
  • ||
  • ସମୀକ୍ଷା କରିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, CDS ଏବଂ ୩ ସେନା ମୁଖ୍ୟଙ୍କ ସହ ଯୁଦ୍ଧ ସ୍ଥିତି ନେଇ କରିବେ ଆଲୋଚନା
  • ||
  • ଭାରତ-ପାକ୍ ଯୁଦ୍ଧ ନେଇ ସସପେନ୍ସ: ଆଇପିଏଲ୍‌ ଆୟୋଜନ ଉପରେ ହୋଇପାରେ ବଡ଼ ନିଷ୍ପତ୍ତି
  • ||
  • ବାଲେଶ୍ବର ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟିରେ ବଢ଼ିଲା ସୁରକ୍ଷା, ଅପରାହ୍ନ ୨ଟାରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ
  • ||
  • ପାକିସ୍ତାନ ଉପରେ ଆକ୍ରମଣକୁ ନେଇ ବିସ୍ତୃତ ତଥ୍ୟ ଦେବ ବୈଦେଶିକ ମନ୍ତ୍ରଣାଳୟ,ସକାଳ ୯ଟାରେ ପ୍ରେସ ମିଟ୍
  • ||
  • ରାଜ୍ୟରେ ଆହୁରି ବଢ଼ିବ ଗରମ ପ୍ରକୋପ, ୧୦ରୁ ୧୪ ପ୍ରଚଣ୍ଡ ତାତି,ପଶ୍ଚିମରେ ହିଟ୍‌ୱେଭ୍‌, ଉପକୂଳରେ ଗୁଳୁଗୁଳି ଆଶଙ୍କା
  • ||

ସୀମାନ୍ତ ଜଙ୍ଗଲରୁ ମାଓବାଦୀଙ୍କ ଡମ୍ପ ଉଦ୍ଧାର, ଗୋଳାବାରୁଦ ଜବତ

Published By : Prameya | March 19, 2025 11:09 PM

ମାଲକାନଗିରି,୧୯।୩ (ଆପ୍ର ): ମାଲକାନଗିରି ସୀମାନ୍ତ ସୁକୁମା ଜିଲ୍ଲା ଜଙ୍ଗଲରୁ ମାଓବାଦୀ ଙ୍କ ଡମ୍ପ ଉଦ୍ଧାର କରିଛନ୍ତି ଯବାନ।  ସେଥିରୁ ରକେଟ ଲଞ୍ଚର,ଅସ୍ତ୍ରଶସ୍ତ୍ର ସହ ବହୁପରିମାଣ ଗୋଳା ବାରୁଦ ଜବତ କରାଯାଇ ମାଓବାଦୀଙ୍କ ବଡ଼ ଧରଣର ହିଂସାକାଣ୍ଡକୁ ଭଣ୍ଡୁର କରା ଯାଇଛି।ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡରେ ମାଓ ଦମନ ଅଭିଯାନ ଜାରି ରହିଥିବା ବେଳେ ମାଓବାଦୀ ଲୁଚାଇ ରଖିଥିବା ଅସ୍ତ୍ର ଶସ୍ତ୍ରକୁ ଯବାନ ମାନେ ଜବତ କରିଛନ୍ତି। 

ସୂଚନା ଅନୁଯାୟୀ ଛତିଶଗଡର ସୁକୁମା ଜିଲ୍ଲା ଅନ୍ତର୍ଗତ ଦନ୍ତେଶାପୁରମର ଜଙ୍ଗଲରେ ମାଓବାଦୀ ମାନେ ଲୁଚି ରହିଥିବା ନେଇ ବିଶେଷ ସୂତ୍ରରୁ ଖବର ପାଇ ଜିଲ୍ଲା ପୋଲିସ ଓ ଡିଆରଜି ଯବାନ ମାନେ ମିଳିତ ରୂପେ ତଲାସି ଅଭିଯାନ ଆରମ୍ଭ କରିଥିଲେ। ଏହି ସମୟରେ ସୁରକ୍ଷା ବାହିନୀକୁ କ୍ଷତି ପହଞ୍ଚାଇବା ଉଦ୍ଦେଶ୍ୟରେ ମାଓବାଦୀମାନେ ଜଙ୍ଗଲରେ ଲୁଚାଇ ରଖିଥିବା ଡମ୍ପକୁ ଯବାନ ଉଦ୍ଧାର କରିଥିଲେ। ସେଥିରୁ ଗୋଟିଏ ବିଜିଏଲ ରକେଟ ଲଞ୍ଚର ସମେତ ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ଆଦିକୁ ଯବାନ ମାନେ ଜବତ କରିଥିଲେ। ଉଦ୍ଧାର ହୋଇଥିବା ସାମଗ୍ରୀ ମଧ୍ୟରେ ଗୋଟିଏ ଲଞ୍ଚର୍, ୧୨ ବୋର ରାଇଫଲର ୧୯ ଟି ଜୀବନ୍ତ ଗୁଳି, ୫୫ଟି ଜିଲେଟିନ୍ ରଡ୍, ମାଓ ଉପକରଣ ଆଦି ରହିଛି। ଏହାପରେ ସମ୍ପୃକ୍ତ ଅଞ୍ଚଳରେ ଯବାନଙ୍କ ପକ୍ଷରୁ ତଲାସି ଅଭିଯାନକୁ ଆହୁରି ବଢାଇ ଦିଆଯାଇଛି।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.