ପ୍ରମୂଖ ଖବର
  • କଟକ : ଲାଞ୍ଚ ନେବା ହେଲା କାଳ, ଭିଜିଲାନ୍ସ ହାତରେ ଧରାପଡିଲେ ଆରଆଇ, ଅମିନ
  • ||
  • ମାଲକାନଗିରି : ଅବୁଝମାଡ଼ ଜଙ୍ଗଲରେ ଏନ୍‌କାଉଣ୍ଟର, ପୁଲିସ ଗୁଳିରେ ୨ ମହିଳା ମାଓବାଦୀ ନିହତ
  • ||
  • ବାଲେଶ୍ୱର : ପାନ ଦୋକାନୀ ମାଡ଼ରେ ଚାଲିଗଲା ଯୁବକଙ୍କ ଜୀବନ, ଧାର ଟଙ୍କାକୁ ନେଇ ଉଭୟଙ୍କ ମଧ୍ୟରେ ଥିଲା ବିବାଦ
  • ||
  • କଟକ: ନରସିଂହପୁର ପଞ୍ଚମୁଖୀ ଛକରୁ ମହିଳାଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||
  • ବଦଳିବ ଓଡ଼ିଶା ପର୍ଯ୍ୟଟନର କାୟାକଳ୍ପ, କେରଳ ଏବଂ ରାଜସ୍ଥାନ ମଡେଲ୍‌କୁ କରାଯିବ ଅନୁକରଣ, ଏସିଆର ଶ୍ରେଷ୍ଠ ପାଞ୍ଚରେ ରହିବ ରାଜ୍ୟ
  • ||
  • ପୁରୀ : ଭଗବାନ ଓ ଭକ୍ତଙ୍କ ମଧ୍ୟରୁ ହଟିଲା ଦୂରତା, ଦୁର୍ଲଭ ନବଯୌବନ ବେଶରେ ଦର୍ଶନ ଦେଲେ ଦାରୁବ୍ରହ୍ମ
  • ||
  • ପୁରୀ : ୨୯ରୁ ରତ୍ନଭଣ୍ଡାର ମରାମତି, ପ୍ରତିଦିନ ଦୁଇଟି ସିଫ୍ଟରେ ହେବ କାମ
  • ||
  • ଭୁବନେଶ୍ୱର : ତାରିଣୀ ବସ୍ତ୍ରାଳୟ ଗୋଦାମରେ ଅଗ୍ନିକାଣ୍ଡ, ଜଳିଗଲା କୋଟିଏରୁ ଉର୍ଦ୍ଧ୍ୱ ଟଙ୍କାର ସାମଗ୍ରୀ
  • ||
  • ଲଘୁଚାପର ରୂପ ନେବ ଘୂର୍ଣ୍ଣିବଳୟ, ୧୨ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
  • ||

ଲାଲ୍‌ ବାହିନୀର ଲଙ୍କାକାଣ୍ଡ, ପୁଲିସ ଇନଫର୍ମର ସନ୍ଦେହରେ ୨ ଜଣଙ୍କୁ ହତ୍ୟା

Published By : Harapriya Sethi | June 22, 2025 11:19 AM

ମାଲକାନଗିରି, ୨୨/୦୬: ଆତ୍ମସମର୍ପଣ କରିଥିବା ନକ୍ସଲଙ୍କୁ ଟାର୍ଗେଟ୍ କରୁଛି ଲାଲ୍ ବାହିନୀ । ପୁଲିସ୍ ଇନଫର୍ମର କହି ଜଣକ ପରେ ଜଣଙ୍କୁ ହତ୍ୟା କରୁଛି । ମାଲକାନଗିରି ଛତିଶଗଡ ସୀମାନ୍ତ ବିଜାପୁର ଜିଲ୍ଲାରେ ପୁଣି ଏଭଳି ମାଓ ହିଂସା ଦେଖିବାକୁ ମିଳିଛି । ଦୁଇ ଜଣ ଗ୍ରାମବାସୀଙ୍କୁ ପୁଲିସ ଇନଫର୍ମର ସନ୍ଦେହରେ ହତ୍ୟା କରିଛି ମାଓ ସଂଗଠନ । ମୃତକଙ୍କ ମଧ୍ୟରେ ଜଣେ ଆତ୍ମସମର୍ପଣ କରିଥିବା ନକ୍ସଲ ରହିଛନ୍ତି । 

ସୂଚନା ମୁତାବକ, ପାମେଡ ଥାନା ଅନ୍ତର୍ଗତ ଯମପୁରମ ଗାଁରେ ମାଓବାଦୀ ମାନେ ଏହି ହତ୍ୟାକାଣ୍ଡ କରିଛନ୍ତି । ପୁଲିସ ଇନଫର୍ମର ସନ୍ଦେହରେ ଦୁଇ ଜଣଙ୍କୁ ନକ୍ସଲ ମାନେ ହତ୍ୟା କରିଥିବା ନେଇ ଏକ ହାତଲେଖା ପୋଷ୍ଟରରେ ଉଲ୍ଲେଖ ରହିଛି । ଶନିବାର ରାତିରେ ୧୫ରୁ ୨୦ ଜଣ ମାଓବାଦୀ ଯମପୁରମ ଗାଁରେ ପହଞ୍ଚି ଏହି ହତ୍ୟାକାଣ୍ଡ ଘଟାଇଛନ୍ତି । ହିଂସାକାଣ୍ଡ କରିଥିବା ମାଓବାଦୀଙ୍କୁ ଉଚିତ ଜବାବ ଦେବା ଲାଗି ସେଠାରେ ଅପରେସନ ଆରମ୍ଭ ହୋଇଥିବା ନେଇ ବିଜାପୁର ଏସ୍‌ପି ସୂଚନା ଦେଇଛନ୍ତି  ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.