ପ୍ରମୂଖ ଖବର
  • ମଙ୍ଗଳବାର ଏନଡିଏ ସଂସଦୀୟ ଦଳର ବୈଠକ, ସାଂସଦଙ୍କୁ ସମ୍ବୋଧନ କରିବେ ପିଏମ ମୋଦୀ
  • ||
  • ଓଭାଲରେ ଇଂଲଣ୍ଡର ଭାଙ୍ଗିଲା ଗର୍ବ; ପଞ୍ଚମ ଟେଷ୍ଟକୁ ୬ ରନରେ ଜିତିଲା ଭାରତ, ସିରିଜ୍ ବରାବର
  • ||
  • ଭଦ୍ରକ : ରେଲ୍‌ ୱେ ଟ୍ରାକ୍‌ରେ କଟି ଯୁବକଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ଧାରଣା
  • ||
  • ସୁନ୍ଦରଗଡ଼ : ରେଞ୍ଜଡା-କରମପଦା ମଝିରେ IED ବିସ୍ଫୋରଣ, ରେଳ ଧାରଣା ଉଡାଇଦେଲେ ମାଓବାଦୀ
  • ||
  • କୋଟିପତି MVI ଗୋଲାପ ଚନ୍ଦ୍ର ହାଁସଦା ଗିରଫ; ବାବୁଙ୍କର ୪୪ ପ୍ଲଟ୍‌, ଘରୁ କେଜିଏ ସୁନା ଜବତ
  • ||
  • ଏଣିକି ନାଇଟ୍‌ ସିଫ୍ଟ କରିପାରିବେ ମହିଳା; ସୁରକ୍ଷା ପାଇଁ ଉପଲବ୍ଧ ହେବ ଟୋଲ୍ ଫ୍ରି ନମ୍ୱର
  • ||
  • ଝାଡଖଣ୍ଡ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନଙ୍କ ଦେହାନ୍ତ, ୮୧ ବର୍ଷ ବୟସରେ ଶେଷ ନିଶ୍ବାସ ତ୍ୟାଗ
  • ||
  • ସୋମବାରଠୁ ଶ୍ରୀକ୍ଷେତ୍ରରେ ଝୁଲଣ ଯାତ୍ରା, ମଠ ମନ୍ଦିର ଝୁଲଣ କୁଞ୍ଜରେ ଝୁଲିବେ ଦେବଦେବୀ
  • ||
  • ଏଫ୍‌ଏମ୍‌ ଛାତ୍ରୀ ଆତ୍ମାହୁତି ମାମଲାରେ ଆକ୍ସନ୍, ଦୁଇ ଛାତ୍ରଙ୍କୁ ଗିରଫ କରି ଜେଲ ପଠାଇଲା କ୍ରାଇମ୍‌ବ୍ରାଞ୍ଚ୍
  • ||
  • ୟେମେନରେ ମଝି ଦରିଆରେ ବୁଡ଼ିଗଲା ଡଙ୍ଗା, ୬୮ ମୃତ , ୭୪ଜଣଙ୍କର ମିଳୁନି ପତ୍ତା
  • ||
  • ବାୟାବରରେ ବଳଙ୍ଗା ପୀଡ଼ିତାଙ୍କ ଶେଷକୃତ୍ୟ ସଂପନ୍ନ, ଶୋକାକୂଳ ପରିବେଶରେ ଦିଆଗଲା କବର
  • ||
  • ଏଫଏମ୍ କଲେଜ ଛାତ୍ରୀ ଆତ୍ମାହୁତି ମାମଲା,କଲେଜର ଦୁଇ ଛାତ୍ର ଗିରଫ, ଆତ୍ମାହୁତି ପାଇଁ ଉସ୍‌କାଇଥିବା ଅଭିଯୋଗ
  • ||
  • ଆସନ୍ତା ୭ରେ ହୋଇପାରେ ଘୂର୍ଣ୍ଣିବଳୟ, ୯ ଯାଏ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗର ପୂର୍ବାନୁମାନ
  • ||

କୋଇଡ଼ାରେ ମାଓବାଦୀଙ୍କ ସ୍ଥିତି ଜାହିର; ଉଡ଼ାଇଲେ ରେଲଓ୍ବେ ଟ୍ରାକ୍, ଟ୍ରେନ୍ ଚଳାଚଳ ବନ୍ଦ

Published By : Swapna Ray | August 3, 2025 11:16 AM

ରାଉରକେଲା, ୩।୮: ସୁନ୍ଦରଗଡ଼ କୋଇଡ଼ାରେ ମାଓବାଦୀମାନେ ସ୍ଥିତି ଜାହିର କରିଛନ୍ତି । କୋଇଡାର ରକ୍ସି-ଟୋପାଡିହି ମଝିରେ ରେଳ ଧାରଣାକୁ ବିସ୍ଫୋରଣ କରି ଉଡ଼ାଇ ଦେଇଛନ୍ତି । ଫଳରେ ରାଉରକେଲାରୁ ବିମଳାଗଡ଼ ପର୍ଯ୍ୟନ୍ତ ମାଲବାହୀ ଟ୍ରେନ୍ ଚଳାଚଳ ବନ୍ଦ ରହିଛି । ଏପରିକି ମାଓବାଦୀମାନେ ରେଳ ଧାରଣାର ବିଭିନ୍ନ ସ୍ଥାନରେ ପଥର ରଖି ଦେଇଥିବାର ଦେକଖିବାକୁ ମିଳିଛି । ସୂଚନାନୁସାରେ, ଆରପିଏଫ୍, ସିଆରପିଏଫ୍ ଯବାନମାନେ ସେଠାରେ ପହଞ୍ଚି ସର୍ଚ୍ଚ ଅପରେସନ ଜାରି ରଖିଛନ୍ତି । ଏହାଛଡ଼ା ରେଳ ବିଭାଗ ଘଟଣାସ୍ଥଳରେ ପହଞ୍ଚି ରେଳ ଧାରଣାର ମରାମତି କାର୍ଯ୍ୟ ଆରମ୍ଭ କରିଛନ୍ତି । ରକ୍ସି, ଟୋପାଡିହି, ବିମଳାଗଡ଼ ଓ କିରିବୁରୁ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । କହିରଖୁ କି, ଜୁଲାଇ ୨୮ ତାରିଖରୁ ଅଗଷ୍ଟ ୩ ତାରିଖ ପର୍ଯ୍ୟନ୍ତ ମାଓବାଦୀମାନେ ସହିଦ ସପ୍ତାହ ପାଳନ କରୁଛନ୍ତି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.