ପ୍ରମୂଖ ଖବର
  • କାମାକ୍ଷାନଗର : ସ୍ତ୍ରୀ ସମ୍ମୁଖରେ ସ୍ୱାମୀକୁ ପଥରରେ ଛେଚି ହତ୍ୟା, ୩ ଅଭିଯୁକ୍ତ ଫେରାର
  • ||
  • ଗଞ୍ଜାମ ଏସପି ଭାବେ ଦାୟିତ୍ୱ ନେଲେ ଶୁଭେନ୍ଦୁ ପାତ୍ର, ଅପରାଧ ନିୟନ୍ତ୍ରଣ ଏବଂ ଅପରାଧୀ ଦମନ ରହିବ ଲକ୍ଷ
  • ||
  • ବଦଳିଲେ ଭଦ୍ରକ ଏସପି; କାର୍ଯ୍ୟଭାର ଗ୍ରହଣ କଲେ ସନ୍ଦୀପ ସମ୍ପଦ, ନୂତନ ଏସପିଙ୍କୁ ଜିଲ୍ଲା ପୋଲିସ କାର୍ଯ୍ୟାଳୟରେ ସ୍ୱାଗତ
  • ||
  • ଟ୍ୱିନ୍‌ସିଟି ଅତିରିକ୍ତ ପୋଲିସ କମିଶନର ଭାବେ ଦାୟିତ୍ୱ ଗ୍ରହଣ କଲେ ଉମାଶଙ୍କର ଦାସ
  • ||
  • ଭୋଗରାଇ : ଶିକ୍ଷକ ବଦଳି ପ୍ରତିବାଦରେ ବିଦ୍ୟାଳୟରେ ପଡିଲା ତାଲା, ରାସ୍ତାରେ ଧାରଣା ଦେଲେ ଛାତ୍ରଛାତ୍ରୀ ଓ ଅଭିଭାବକ
  • ||
  • ବାଲିଗୁଡା : ଦୁର୍ଗାପାଙ୍ଗାରେ ମହାମାରୀ ରୂପ ନେଉଛି ଝାଡାବାନ୍ତି; ୬ ମୃତ,୧୫ରୁ ଉର୍ଦ୍ଧ୍ୱ ଆକ୍ରାନ୍ତ
  • ||
  • ହିନ୍ଦୋଳ : ପୋଖରୀରେ ବୁଡି ମହିଳା ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଭୁବନ : ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ହତ୍ୟା କରି କୂଅରେ ପକାଇଲା ସ୍ୱାମୀ
  • ||
  • ସାଲେପୁର : ଅନଲାଇନ୍ ଗେମ୍ ଖେଳିବା ପଡ଼ିଲା ମହଙ୍ଗା, ଲକ୍ଷାଧିକ ଟଙ୍କା ହାରି ଜୀବନ ହାରିଲେ ଯୁବକ
  • ||
  • ନୟାଗଡ : ବନ୍ଧୁକ ଦେଖାଇ କେନ୍ଦୁପତ୍ର ଫଡି ଘରୁ ଲୁଟ୍‌, ଲକ୍ଷାଧିକ ଟଙ୍କାର କେନ୍ଦୁପତ୍ର ସହ ଟଙ୍କା ଏବଂ ମୋବାଇଲ୍ ଲୁଟି ନେଲେ ଦୁର୍ବୃତ୍ତ
  • ||
  • ଜଳେଶ୍ବର : ବନ୍ଧୁକ ମୁନରେ ଲକ୍ଷାଧିକ ଟଙ୍କାର ସୂନା ଗହଣା ଏବଂ ନଗଦ ଟଙ୍କା ଲୁଟ୍‌, ଜଣେ ଅଟକ
  • ||
  • ଶୁକ୍ରବାର ମୁଖ୍ୟମନ୍ତ୍ରୀ ନିବାସ ଖାଲି କରିବେ ଅରବିନ୍ଦ କେଜରିୱାଲ, ଆପ୍‌ ମୁଖ୍ୟାଳୟ ନିକଟରେ ଚୂଡ଼ାନ୍ତ ହୋଇଛି ଘର
  • ||
  • ଭରତପୁର ଥାନାରେ ହଙ୍ଗାମା ମାମଲା, ଆଜି ୫ ପୁଲିସ ଅଧିକାରୀଙ୍କ ପଲିଗ୍ରାଫ୍‌ ପରୀକ୍ଷା
  • ||
  • କାମାକ୍ଷାନଗର : ଶୌଚ ହେବାକୁ ଯାଇଥିବାବେଳେ ଧକ୍କା ଦେଲା ଟ୍ରେନ୍, କଟିଗଲା ଯୁବକଙ୍କ ବାମ ଗୋଡ଼
  • ||
  • ବାଲେଶ୍ୱର : ରାଇସ୍‌ ମିଲ୍‌ ମାଲିକଙ୍କ ଦବଙ୍ଗଗିରି, ଖବର ସଂଗ୍ରହ ବେଳେ ସାମ୍ୱାଦିକଙ୍କୁ ଆକ୍ରମଣ
  • ||
  • UAEରେ ବାଜିବ ମହିଳା ଟି-ଟ୍ୱେଣ୍ଟି ୨୦୨୪ ବିଶ୍ୱକପ୍ ବିଗୁଲ, ୧୦ ଦଳ, ୨୩ ମ୍ୟାଚ୍‌, ୨ ଭେନ୍ୟୁରେ ଖେଳାଯିବ
  • ||
  • ଦକ୍ଷିଣ ପୂର୍ବ ବାଂଲାଦେଶ ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟ, ୪ରେ ସୁଦ୍ଧା ଲଘୁଚାପ: ଆଇଏମ୍‌ଡି ଡିଜି
  • ||

ମରାଠୀ ଏବଂ ବଙ୍ଗଳା ସମେତ ୫ ଭାଷାକୁ ମିଳିଲା ଶାସ୍ତ୍ରୀୟ ମାନ୍ୟତା

ନୂଆଦିଲ୍ଲୀ: ଭାରତର ଆଉ ୫ ଭାଷାକୁ ଶାସ୍ତ୍ରୀୟ ଭାଷାର ମାନ୍ୟତା ମିଳିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଗୁରୁବାର କେନ୍ଦ୍ର କ୍ୟାବିନେଟରେ ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି।  ମରାଠୀ ଓ ବଙ୍ଗଳା ଭାଷା ସମେତ ୫ଟି ଭାଷାକୁ ଶାସ୍ତ୍ରୀୟ ଭାଷାର ମାନ୍ୟତା ଦେଇଛନ୍ତି କେନ୍ଦ୍ର ସରକାର । କେନ୍ଦ୍ର କ୍ୟାବିନେଟ୍ ଦ୍ୱାରା ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଥିବା ପାଞ୍ଚଟି ଭାଷା ହେଉଛି ବଙ୍ଗାଳା, ମରାଠୀ, ପାଲି, ପ୍ରକ୍ରିତ ଏବଂ ଆସାମୀ । 

କେନ୍ଦ୍ର କ୍ୟାବିନେଟ ବୈଠକ ପରେ ଏନେଇ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ, ପ୍ରଧାନମନ୍ତ୍ରୀ ମୋଦୀ ସର୍ବଦା ଭାରତୀୟ ଭାଷା ଉପରେ ଧ୍ୟାନ ଦେଇଆସିଛନ୍ତି । ଆଜି ୫ଟି ଭାଷା ମରାଠୀ, ପାଲି, ପ୍ରକ୍ରିତ, ଆସାମୀ ଏବଂ ବଙ୍ଗଳାକୁ ଶାସ୍ତ୍ରୀୟ ଭାଷା ଭାବରେ ମାନ୍ୟତା ମିଳିଛି । 

ସେପଟେ ଏହି ଘୋଷଣା ପରେ ପ୍ରଧାନମନ୍ତ୍ରୀ ମୋଦୀ ଏକ୍ସରେ ଲେଖିଛନ୍ତି, ‘ଆମ ସରକାର ଭାରତର ବଳିଷ୍ଠ ଇତିହାସ ଏବଂ ସଂସ୍କୃତିକୁ ନେଇ ଗର୍ବ କରିଆସିଛି । ଆଞ୍ଚଳିକ ଭାଷାର ଲୋକପ୍ରିୟତା ବଢ଼ାଇବା ଲାଗି ଆମର ସଂକଳ୍ପକୁ ସରକାର ଗୁରୁତ୍ବ ଦେଉଛନ୍ତି । ମୁଁ ବହୁତ ଖୁସି ଯେ କ୍ୟାବିନେଟ ଆସାମୀ, ବଙ୍ଗଳା, ମରାଠୀ, ପାଲି ଏବଂ ପ୍ରକ୍ରିତକୁ ଶାସ୍ତ୍ରୀୟ ଭାଷାର ମାନ୍ୟତା ଦେବାକୁ ନିଷ୍ପତ୍ତି ନେଇଛି ।   ସବୁ ଭାଷା ବହୁତ ସୁନ୍ଦର । ଏହି ସବୁ ଭାଷା ଆମର ବିବିଧତାକୁ ବୁଝାଉଛି ।ସମସ୍ତଙ୍କୁ ଶୁଭେଚ୍ଛା । ’ 

କେନ୍ଦ୍ର କ୍ୟାବିନେଟର ଏହି ନିଷ୍ପତ୍ତିକୁ ନେଇ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମା ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଧନ୍ୟବାଦ ଜଣାଇଛନ୍ତି । ସୂଚନାଯୋଗ୍ୟ, ଏବେ ସୁଦ୍ଧା ୧୧ ଟି ଆଞ୍ଚଳିକ ଭାଷାକୁ ଶାସ୍ତ୍ରୀୟ ଭାଷାର ମାନ୍ୟତା ମିଳିଛି ।  ଏହା ପୂର୍ବରୁ ତାମିଲ, ସଂସ୍କୃତ, ଓଡ଼ିଆ, ତେଲୁଗୁ, କନ୍ନଡ, ଏବଂ ମାଲାୟାଲାମ ଭାଷା ଏହି ତାଲିକାରେ ସାମିଲ ହୋଇସାରିଛି । 

 

 

 

 

 

  • Maharastra
  • new delhi
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.