ପ୍ରମୂଖ ଖବର
  • ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ସୂର୍ଯ୍ୟମନ୍ଦିର, ନିର୍ଦ୍ଦେଶ ଦେଲେ ଜିଲ୍ଲାପାଳ
  • ||
  • ବ୍ରହ୍ମପୁର : ଏମ୍‌କେସିଜି ମେଡିକାଲ କଲେଜରେ ରାଗିଂ ଅଭିଯୋଗ, ଘଟଣାର ତଦନ୍ତ ପାଇଁ ନିର୍ଦ୍ଦେଶ ଦେଲେ ଡିନ୍‌
  • ||
  • ଝାରପଡ଼ା ଜେଲ୍‌ରେ ଗଣ୍ଡଗୋଳ; ବାଜିଲା ଆଲାରାମ୍‌, ଘଟଣାର ତଦନ୍ତ ପାଇଁ ଜେଲ୍‌ ଡିଜିଙ୍କ ନିର୍ଦ୍ଦେଶ
  • ||
  • ଝାରସୁଗୁଡା : ରେଳଡବାରୁ ମିଳିଲା ମହିଳାଙ୍କ ମୃତଦେହ, ପରିଚୟ ଅସ୍ପଷ୍ଟ
  • ||
  • କେନ୍ଦ୍ରାପଡା : ବାତ୍ୟା ସମ୍ପର୍କରେ ପ୍ରତିକ୍ରିୟା ରଖିଲେ ଉପମୁଖ୍ୟମନ୍ତ୍ରୀ, କହିଲେ ଆକଳନ ହେବ ଚାଷର କ୍ଷୟକ୍ଷତି
  • ||
  • ପୁରୀ: ଲଜ୍‌ରେ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ, ରେଜିଷ୍ଟର୍‌ ନେଇଗଲା ପୁଲିସ
  • ||
  • ବାଲେଶ୍ୱରରେ ବାତ୍ୟା ପ୍ରଭାବ; ଘର ଉପରେ ଭାଙ୍ଗିଲା ନଡ଼ିଆ ଗଛ, ଜଣେ ଗୁରୁତର
  • ||
  • ଭୁବନେଶ୍ୱର: ୨୮ ରେ ହେବାକୁ ଥିବା ମୁଖ୍ୟମନ୍ତ୍ରୀଙ୍କ ଜନଶୁଣାଣି ସ୍ଥଗିତ
  • ||
  • ଭଦ୍ରକ : ତାଣ୍ଡବ ରଚିଲା ବାତ୍ୟା 'ଦାନା', ୧୬ ନମ୍ୱର ଜାତୀୟ ରାଜପଥରେ ଯାତାୟତ ବାଧାପ୍ରାପ୍ତ
  • ||
  • ଦୁଇ ନାବାଳିକା ଛାତ୍ରୀଙ୍କୁ ଦୁଷ୍କର୍ମ, ଭୁବନେଶ୍ୱରରୁ ଅପହରଣ କରି ଭଞ୍ଜନଗର ନେଇଥିଲେ :୨ ଅଭିଯୁକ୍ତ ଗିରଫ, କାର୍‌ ଜବତ
  • ||
  • ରାତି ଅଧରେ ପଶିଲା ‘ଦାନା’, ଆଜି ରାତି ସାଢ଼େ ୧୧ଟା ଯାଏ ବାତ୍ୟା ପ୍ରକୋପ: ହାଟଡିହି, ତେଲକୋଇ ଦେଇ ଯିବ
  • ||
  • ଭଦ୍ରକରେ ମଧ୍ୟ ରାତ୍ରିରେ କରାଳ ରୂପ ଦେଖାଇଲା ‘ଦାନା’, ଭୟଭୀତ ଅବସ୍ଥାରେ ଲୋକେ
  • ||
  • ବାଲେଶ୍ୱରରେ ବାତ୍ୟାର ପ୍ରଭାବ, ଲ୍ୟାଣ୍ଡଫଲ୍‌ ପରେ ସମୁଦ୍ରରେ ଉଚ୍ଚ ଜୁଆର ସହ ଲାଗି ରହିଛି ବର୍ଷା
  • ||
  • ନଭେମ୍ବର ୫ରେ ଘୂର୍ଣ୍ଣିବଳୟ ସମ୍ଭାବନା: ଆଜି ପ୍ରବଳ ବର୍ଷା ଆଶଙ୍କା,୯ ଜିଲ୍ଲାରେ ରେଡ୍‌ ଆଲର୍ଟ, ୨୭ରୁ ପାଗ ଫିଟିବ
  • ||

ପ୍ରେମିକ ଆଗରେ ପ୍ରେମିକାକୁ ଗଣଦୁଷ୍କର୍ମ କରି ଭିଡିଓ ଭାଇରାଲ, ପିଡୀତାଙ୍କ ଅଭିଯୋଗ ପରେ ତିନିଜଣ ଯୁବକ ଅଟକ...

ଭାପୁର,୨୫।୧୦(ଆପ୍ର): ନୟାଗଡ଼ ଜିଲ୍ଲା ଅନ୍ତର୍ଗତ ଫତେଗଡ ଥାନା ଅଞ୍ଚଳରେ ଛାତିଥରା ଘଟଣା । ଜଙ୍ଗଲ ଭିତରେ ପ୍ରେମିକକୁ ମାଡମାରି ପ୍ରେମିକାକୁ ଗଣଦୁଷ୍କର୍ମ କରି ଭିଡିଓ ଭାଇରାଲ ମାମଲାରେ ତିନିଜଣ ଯୁବକ ଅଟକ ରହିଥିବା ସୂଚନା ରହିଛି । ଘଟଣାରୁ ପ୍ରକାଶ ଯେ, ଗତ ରବିବାର ( ଅକ୍ଟୋବର ୨୦) ଜଣେ ୨୧ ବର୍ଷିୟା ଯୁବତୀ ତାଙ୍କ ପୁରୁଷ ବନ୍ଧୁ ସହିତ ଦ୍ୱିତୀୟ ଅଯୋଧ୍ୟା କୁହାଯାଉଥିବା ଫତେଗଡ ଶ୍ରୀରାମ ମନ୍ଦିରକୁ ଆସିଥିଲେ। ପ୍ରଭୁ ଶ୍ରୀରାମଙ୍କୁ ଦର୍ଶନ କରିସାରି ବାଇକରେ ସନ୍ଧ୍ୟା ସାଢେ଼ ଛଅଟା ବେଳେ ଫେରୁଥିଲେ । ଏହି ସମୟରେ ପିଠାଖାଇ ଜଙ୍ଗଲ ରାସ୍ତାରେ ତିନିଜଣ ଯୁବକ ପ୍ରେମୀ ଯୁଗଳଙ୍କୁ ଅଟାଇଥିଲେ । ଛୁରୀ ଦେଖାଇ ଭୟଭୀତ କରି ପ୍ରେମୀ ଯୁଗଳଙ୍କୁ ଜଙ୍ଗଲ ଭିତରକୁ ନେଇଯାଇ ପ୍ରବଳ ମାଡମାରି ପ୍ରେମିକାକୁ ଗଛରେ ବାନ୍ଧି ଦେଇଥିଲେ। ଏହାପରେ ଯୁବତୀଙ୍କ ପୋଷାକ ଖୋଲି ମୋବାଇଲରେ ଭିଡିଓ ଉତ୍ତୋଳନ କରିଥିଲେ। ଏହାପରେ ଜୋର ଜବରଦସ୍ତ ଜଣକ ପରେ ଜଣେ ଗଣଦୁଷ୍କର୍ମ କରି ମୋବାଇଲରେ ଭିଡିଓ ଉତ୍ତୋଳନ କରିଥିଲେ । ଏହାପରେ ଯୁବକ ଯୁବତୀଙ୍କ ଠାରୁ ୪୮ଶହ ଟଙ୍କା ଛଡ଼ାଇ ନେଇ ଘଟଣାସ୍ଥଳରୁ ପଳାଇଥିଲେ । ଏହାପରେ ଗଣଦୁଷ୍କର୍ମ କରିଥିବା ଯୁବକ ମାନେ ଭିଡିଓ ଭାଇରାଲ କରିଦେଇଥିଲେ । 

ଏହି ଭିଡିଓ ମୋବାଇଲରୁ ମୋବାଇଲ ବ୍ୟାପିବାରେ ଲାଗିଥିଲ । ପୀଡ଼ିତା ଯୁବତୀ ଘରେ ଘଟଣା ସମ୍ପର୍କରେ କହିବା ପରେ ଫତେଗଡ ଥାନାରେ ଲିଖିତ ଅଭିଯୋଗ କରିଥିଲେ ପରିବାର ଲୋକେ । ଫତେଗଡ ଥାନାଧିକାରୀ ପଞ୍ଚାନନ ପରିଡ଼ା ଏଭଳି ସମ୍ବେଦନଶୀଳ ଘଟଣାକୁ ଗୁରୁତର ଭାବେ ନେଇ କେସ ନଂ ୨୭୬/୨୪ ମାମଲା ରୁଜୁ କରି ତଦନ୍ତ ଚାଲୁ ରଖିଥିଲେ । ଏହି ଗଣବଳତ୍କାର ଘଟଣାରେ ଭାପୁର ବ୍ଲକ ଅନ୍ତର୍ଗତ ପିଠାଖାଇ ଗ୍ରାମର ବୁଲୁ ଲେଙ୍କା, ଭାପୁର ଗ୍ରାମର କାହ୍ନା ପ୍ରଧାନ ଓ ସିତୁ ପ୍ରଧାନଙ୍କୁ ଅଟକ ରଖିବା ସହିତ ମୋବାଇଲ ଜବତ କରିଛନ୍ତି । ସେମାନଙ୍କୁ ଅଟକ ରଖି ପଚରାଉଚରା କରି ତଦନ୍ତ ଚାଲୁ ରଖିଥିବା ଥାନାଧିକାରୀ ଶ୍ରୀ ପରିଡାଙ୍କ ଠାରୁ ସୂଚନା ମିଳିଛି। ଏହି ସମ୍ବେଦନଶୀଳ ଲଜ୍ଜାଜନକ ଘଟଣାକୁ ଆପୋଷ ସମାଧାନ ପାଇଁ ଭାପୁର ଅଞ୍ଚଳର କିଛି ରାଜନୈତିକ ବ୍ୟକ୍ତିବିଶେଷ ଚାପ ପ୍ରୟୋଗ କରୁଥିବା ସୂଚନା ମିଳିଛି । ଏହି ଲଜ୍ଜାଜନକ ଘଟଣାକୁ ନେଇ ଭାପୁର ଅଞ୍ଚଳରେ ଚର୍ଚ୍ଚା ଲାଗି ରହିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.