ପ୍ରମୂଖ ଖବର
  • ୨୦୨୬ ସୁଦ୍ଧା ମୂଳପୋଛ ହେବ ନକ୍ସଲବାଦ; ୧୦ ବର୍ଷରେ ୨୯ ଜିଲ୍ଲା ନକ୍ସଲମୁକ୍ତ, ଗୃହମନ୍ତ୍ରୀଙ୍କ ବଡ଼ ଘୋଷଣା
  • ||
  • ଦୋଳମୁଣ୍ଡାଇ ଛକରେ ଭୟଙ୍କର ଅଗ୍ନିକାଣ୍ଡ: ହୁ ହୁ ହୋଇ ଜଳିଲା ସୋ' ରୁମ୍‌, ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ
  • ||
  • ବୁଧବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି, ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ
  • ||
  • ଲାଲ ସଂଗଠନକୁ ବଡ଼ ଝଟକା, ୧୩ ସକ୍ରିୟ ମାଓବାଦୀଙ୍କୁ ବାନ୍ଧିଲା ପୋଲିସ
  • ||
  • ଓଡ଼ିଶା ପୁଲିସର ୯୦ ତମ ପ୍ରତିଷ୍ଠା ଦିବସ, ମୁଖ୍ୟ ଅତିଥି ଭାବେ ଯୋଗଦେବେ ପୁଲିସ୍‌ ମହାନିର୍ଦ୍ଦେଶକ
  • ||
  • ଆଇପିଏଲ୍ ୨୦୨୫: ଆଜି ପଞ୍ଜାବ କିଙ୍ଗ୍‌ସକୁ ଭେଟିବ ଲକ୍ଷ୍ନୌ ସୁପରଜାଏଣ୍ଟ୍‌ସ, ସଂଘର୍ଷପୂର୍ଣ୍ଣ ହେବ ମ୍ୟାଚ୍
  • ||
  • ପାର୍କ ନିକଟରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, କାରଣ ଖୋଜୁଛି ପୋଲିସ
  • ||
  • ପଶ୍ଚିମବଙ୍ଗରେ ଗ୍ୟାସ୍ ସିଲିଣ୍ଡର ବିସ୍ଫୋରଣ, ଚାଲିଗଲା ୭ ଜୀବନ, ମୃତକଙ୍କ ମଧ୍ୟ ୩ ମହିଳାଙ୍କ ସମେତ ୪ ଶିଶୁ
  • ||
  • କଟକରେ ରାଜ୍ୟସ୍ତରୀୟ ଓଡ଼ିଶା ଦିବସ: ଆଜି ମଧୁବାବୁଙ୍କ ଜନ୍ମପୀଠ ବିକାଶ ପ୍ରକଳ୍ପର ଶୁଭ ପଡ଼ିବ
  • ||
  • ଏପ୍ରିଲ ୧ ଉତ୍କଳ ଦିବସ, ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନକୁ ପୂରିଲା ୮୯ ବର୍ଷ
  • ||
  • ଏପ୍ରିଲରେ ପ୍ରଚଣ୍ଡ ତାତି, ଜୁନ୍‌ ଯାଏ ଜାଳିବ ଖରା: ଏବେ କାଳବୈଶାଖୀ ଆଣିବ ଆଶ୍ୱସ୍ତି, ୮ରୁ ହୁ ହୁ ବଢ଼ିବ ତାତି
  • ||

ପିପିଲିରେ ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫ ବଖରା ଘର, କାରଣ ଅସ୍ପଷ୍ଟ

Published By : Harapriya Sethi | March 29, 2025 8:13 AM

ଭୁବନେଶ୍ୱର, ୨୯/୦୩: ପିପିଲିରେ ଭୟଙ୍କର ଅଗ୍ନିକାଣ୍ଡ । ନିଆଁ ଲାଗି ଜଳିଗଲା ପାଞ୍ଚ ବଖରା ଛାତ ଘର । ଅଗ୍ନିକାଣ୍ଡରେ ୧୫ ରୁ ୨୦ ବାଇକ ଜଳି ପାଉଁଶ ହୋଇଯାଇଥିବା ବେଳେ ଦୁଇଜଣ ଗୁରୁତର ଏବଂ ପାଞ୍ଚ ଜଣ ଆହତ ହୋଇଛନ୍ତି । ସମସ୍ତଙ୍କୁ ମେଡିକାଲ ସ୍ଥାନାନ୍ତର କରାଯାଇଛି । ଏହି ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଥିବା ବେଳେ ସର୍ଟ ସର୍କିଟ ଯୋଗୁଁ ନିଆଁ ଲାଗିଥାଇପାରେ ବୋଲି ଅନୁମାନ କରାଯାଉଛି । ପୁରୀ ଜିଲ୍ଲା ପିପିଲି ପୌରାଞ୍ଚଳର ୫ନମ୍ବର ୱାର୍ଡ ଭବାନୀପୁର ଗାଁରେ ଏହି ଅଗ୍ନିକାଣ୍ଡ ଘଟିଛି ।  

ସୂଚନା ମୁତାବକ, ପିପିଲି ପୌରାଞ୍ଚଳର ୫ନମ୍ବର ୱାର୍ଡ ଭବାନୀପୁର ଅଞ୍ଚଳରେ କିଛି ଲୋକ ଗାଁ ଗାଁ ବୁଲି କପଡା ବ୍ୟବସାୟ କରୁଥିଲେ । ସେମାନେ ଏକ ଭଡ଼ା ଘରେ ରହୁଥିବା ବେଳେ ଶୁକ୍ରବାର ବିଳମ୍ୱିତ ରାତିରେ ଏହି ଅଗ୍ନିକାଣ୍ଡ ଘଟିଥିଲା । ସମସ୍ତେ ଶୋଇଥିବା ବେଳେ ହଠାତ ଘରେ ନିଆଁ ଲାଗିଯାଇଥିଲା । ଘରେ କପଡ଼ା ରଖାଯାଇଥିବାରୁ ନିଆଁ ଖୁବ୍‌ ଶୀଘ୍ର ବ୍ୟାପି ଯାଇଥିଲା । ଅଗ୍ନିକାଣ୍ଡର ପ୍ରଚଣ୍ଡ ଶବ୍ଦରେ ଥରି ଉଠିଥିଲା ଗାଁ । ଘରେ ଥିବା ଲୋକେ କବାଟ, ଝରକା ଭାଙ୍ଗି ଘର ଭିତରୁ ବାହାରିଥିଲେ । ନିଆଁ ଅଣାୟତ୍ତ ହେବାରୁ ୫ ବଖରା ଘର ସହ ୧୫ ରୁ ୨୦ଟି ବାଇକ୍‌ ମଧ୍ୟ ପୋଡ଼ି ଯାଇଛି । ଦୁର୍ଘଟଣାରେ ୨ଜଣ ଗୁରୁତର ହୋଇଥିବାବେଳେ ୫ ଜଣ ଆହତ ହୋଇଛନ୍ତି । ଏହି ଅଗ୍ନିକାଣ୍ଡ ଏତେ ଭୟଙ୍କର ହୋଇଥିଲା ଯେ ପିପିଲି, କଣାସ ଓ ସତ୍ୟବାଦୀରୁ ଅଗ୍ନିଶମ ବାହିନୀ ଆସି ନିଆକୁ ଆୟତ୍ତ କରିଥିଲେ । ତେବେ ଏହି ଅଗ୍ନିକାଣ୍ଡର କାରଣ ସର୍ଟ ସର୍କିଟ ହୋଇଥାଇ ପାରେ ବୋଲି ଅନୁମାନ କରାଯାଉଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.