ପ୍ରମୂଖ ଖବର
  • ପିପିଲି ଓଭରବ୍ରିଜ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା, ବସ୍ ଧକ୍କାରେ ୩ ଯୁବତୀ ମୃତ
  • ||
  • ପୁରୀରେ ପରିବାର ସହ ଆଦାନୀ ଗ୍ରୁପ ଅଧ୍ୟକ୍ଷ ଗୌତମ ଆଦାନୀ, ରଥରେ ମହାପ୍ରଭୁଙ୍କୁ କଲେ ଦର୍ଶନ
  • ||
  • ସୁନ୍ଦରଗଡ଼ : ପାରିବାରିକ କଳହରୁ ଗଡ଼ିଲା ମୁଣ୍ଡ, ପତ୍ନୀଙ୍କୁ ପିଟିପିଟି ହତ୍ୟା କଲା ନୃଶଂସ ସ୍ୱାମୀ
  • ||
  • ଗଞ୍ଜାମ : ଅଟୋ ଓଲଟି ଜଣେ ମୃତ,୧୦ ଗୁରୁତର
  • ||
  • ଦ୍ଵିତୀୟ ଦିନରେ ଆରମ୍ଭ ହେଲା ରଥ ଟଣା, ଘଣ୍ଟଘଣ୍ଟା, ହରିବୋଲରେ ଉଛୁଳି ପଡ଼ୁଛି ବଡ଼ଦାଣ୍ଡ
  • ||
  • ଭଦ୍ରକ : ଅନହରପୁର ଗାଁରେ ଅଘଟଣ, ଡିଜେ ଗାଡ଼ି ଓଲଟି ନାବାଳକ ମୃତ
  • ||
  • ଅଭିନେତ୍ରୀ ଶେଫାଳି ଜରିୱାଲାଙ୍କ ବିୟୋଗ, ୪୨ ବର୍ଷରେ ହୃଦଘାତରୁ ଚାଲିଗଲା ଜୀବନ
  • ||
  • ଶନିବାର ଆଉ ଏକ ଲଘୁଚାପ, ଜୁଲାଇ ୩ ଯାଏ ବର୍ଷିବ; ୧୬ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୱାର୍ଣ୍ଣିଂ ଜାରି
  • ||

ସମ୍ବଲପୁରରେ ବିଶାଳ ବୃକ୍ଷରୋପଣ ଅଭିଯାନର ଶୁଭାରମ୍ଭ, ଗଛ ଲଗାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

Published By : Rasmita Pradhan | June 28, 2025 2:04 PM

ପୋତାପାଲି/ସମ୍ବଲପୁର, ୨୮/୬ : ଶନିବାର ସମ୍ବଲପୁର ପୋତାପାଲି ଠାରେ “ଏକ୍ ପେଡ୍ ମା’ କେ ନାମ ୨.୦” ଅଭିଯାନ ଅଧୀନରେ ଆୟୋଜିତ ବନ ମହୋତ୍ସବ ତଥା ବିଶାଳ ବୃକ୍ଷରୋପଣ ଅଭିଯାନର ଶୁଭାରମ୍ଭ ହୋଇଛି । ଏହି କାର୍ଯ୍ୟକ୍ରମରେ ଯୋଗଦେଇ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନ ସାମାଜିକ ସଂଗଠନ, ଶିକ୍ଷାନୁଷ୍ଠାନର ଛାତ୍ରଛାତ୍ରୀ, ସ୍ୱେଚ୍ଛାସେବୀ, ମାତୃଶକ୍ତି  ଏବଂ ଅନ୍ୟ ବ୍ୟକ୍ତିବିଶେଷଙ୍କ ସହ ସାମିଲ ହୋଇ ବୁର୍ଲା ସେକ୍ସନର ପୋତାପାଲି ବୃକ୍ଷରୋପଣ ସ୍ଥାନରେ ଗଛ ଲଗାଇଛନ୍ତି । ଏହି ଅବସରରେ ପ୍ରାକୃତିକ ପରିବେଶର ସୁରକ୍ଷା, ଜଙ୍ଗଲ, ହ୍ରଦ, ନଦୀ, ବନ୍ୟପ୍ରାଣୀଙ୍କ ସୁରକ୍ଷା ପାଇଁ ସମବେତ ଜନତାଙ୍କ ସହ ଶପଥ ପାଠ କରିଛନ୍ତି। 

ଏହି କାର୍ଯ୍ୟକ୍ରମରେ ଧର୍ମେନ୍ଦ୍ର ପ୍ରଧାନ ଦେଶରେ ଗଛ ଲଗାଇବାର ସହର ଭାବରେ ସମ୍ବଲପୁରର ନୂଆ ପରିଚୟ ତିଆରି କରିବା ପାଇଁ ଆହ୍ଵାନ ଦେଇଛନ୍ତି। ସେ କହିଛନ୍ତି ଯେ, ଯେପରି ମା’ ସମଲେଶ୍ୱରୀ, ନୂଆଁଖାଇ, ଶୀତଳଷଷ୍ଠୀ, ମହାନଦୀ ଆଦି ସମ୍ବଲପୁରର ପରିଚୟ ହୋଇଛି, ସେହିପରି ଭାବରେ ଗଛ ଲଗାଇବାର ସହର ଭାବରେ ସମ୍ବଲପୁରର ନୂଆ ପରିଚୟ ସୃଷ୍ଟି କରିବା ପାଇଁ ଛୋଟରୁ ବଡ଼ ପର୍ଯ୍ୟନ୍ତ ସବୁ ବର୍ଗର ଲୋକମାନଙ୍କୁ ମା’ଙ୍କ ନାମରେ ଗୋଟିଏ ଗଛ ଲଗାଇବା। 

ଧର୍ମେନ୍ଦ୍ର ସମ୍ବୋଧନ କରି କହିଛନ୍ତି ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାର୍ଗଦର୍ଶନରେ ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଦେଶବ୍ୟାପୀ ‘ବିଶ୍ୱ ପରିବେଶ ଦିବସ’ ଅବସରରେ “ଏକ୍ ପେଡ୍ ମା’ କେ ନାମ ୨.୦" ଅଭିଯାନ ଶୁଭାରମ୍ଭ ହୋଇଛି। ଏହି ଦ୍ୱିତୀୟ ପର୍ଯ୍ୟାୟ ଅଭିଯାନରେ ୧୦ କୋଟି ଗଛ ଲଗାଇବା ପାଇଁ ଦେଶବାସୀଙ୍କୁ ପରାମର୍ଶ ଦିଆଯାଇଛି । ବୃକ୍ଷରୋପଣ ମାଧ୍ୟମରେ ପରିବେଶ ସୁରକ୍ଷା କରିବା ଏବଂ ସାଧାରଣ ଜନତାଙ୍କ ମଧ୍ୟରେ ଗଛ ଲଗାଇବା ପାଇଁ ସଚେତନତା ସୃଷ୍ଟି କରିବା ଏହି ଅଭିଯାନର ମୂଳ ଉଦ୍ଦେଶ୍ୟ । ଏହି ମର୍ମରେ ସମ୍ବଲପୁରରେ ୧ ଲକ୍ଷ ଗଛ ଲଗାଇବାର ଲକ୍ଷ୍ୟକୁ ପୂରଣ କରିବା ଦିଗରେ ସମ୍ବଲପୁର ଜିଲ୍ଲା ପ୍ରଶାସନ ଏବଂ ଜଙ୍ଗଲ ବିଭାଗ ତରଫରୁ ଜୁନ ୫ରୁ ୩୧ ଅଗଷ୍ଟ ପର୍ଯ୍ୟନ୍ତ ଆରମ୍ଭ ହୋଇଥିବା ଉଦ୍ୟମ ପ୍ରଶଂସନୀୟ । 

ସମ୍ବଲପୁରକୁ ସ୍ୱଚ୍ଛ, ସୁନ୍ଦର ଓ ସବୁଜ ସହର କରିବା ପାଇଁ ଆମେ ମାଆ ପାଇଁ ଗଛଟିଏ ଅଭିଯାନକୁ ଜନ ଆନ୍ଦୋଳନରେ ପରିଣତ କରିବା । ସହରରେ ଅଗଷ୍ଟ ମାସ ଶେଷ ସୁଦ୍ଧା ୧ ଲକ୍ଷ ଗଛ ଲଗାଇବା ପାଇଁ ସଂକଳ୍ପ ନେବା । ଶାଳ, ପିଆଶାଳ, ଶାଗୁଆନ, କୃଷ୍ଣଚୂଡା ଭଳି ବିଭିନ୍ନ ରକମର ଗଛ ଲଗାଇବା ପାଇଁ ଚାରାରୋପଣ କରିବା । ସମ୍ୱଲପୁରକୁ ଏକ ସବୁଜ ସହରରେ ଗଢ଼ିବା ପାଇଁ ରାସ୍ତା ପାର୍ଶ୍ୱ, ସ୍କୁଲ, କଲେଜ, ଅଫିସ୍ ସମେତ ସବୁ ସ୍ଥାନରେ ଗଛ ଲଗାଇବା । ମା’ଙ୍କ ନାମରେ ଗଛଟିଏ ଲଗାଇବା, ମିଶନ ସବୁଜ ସମ୍ବଲପୁରକୁ ସାକାର କରିବା ।  ପ୍ରଶାସନ ଓ ଜଙ୍ଗଲ ବିଭାଗ ସହ ସହଯୋଗୀ ହୋଇ ବନଜଙ୍ଗଲକୁ ସମ୍ପ୍ରସାରଣ କରିବା । ଅତିଥିଙ୍କୁ ଉପହାର ସ୍ୱରୂପ ମଞ୍ଜି ଦେବା ଭଳି ଅଭିନବ ପ୍ରୟାସ ଆରମ୍ଭ କରିବା ପାଇଁ ଜିଲ୍ଲା ପ୍ରଶାସନକୁ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।  

ସେ ଆହୁରି କହିଛନ୍ତି ଯେ, ବର୍ତ୍ତମାନ ସମୟରେ ସିଙ୍ଗଲ ୟୁଜ୍ ପ୍ଲାଷ୍ଟିକ୍ ବା ଥରେ ମାତ୍ର ବ୍ୟବହାର ହେଉଥିବା ପ୍ଲାଷ୍ଟିକ୍ ପରିବେଶ ପ୍ରଦୂଷଣର ମୁଖ୍ୟ କାରଣ ହୋଇଛି । ଏହାର ନିରାକରଣ ପାଇଁ ପ୍ଲାଷ୍ଟିକ ବ୍ୟବହାରକୁ ହ୍ରାସ କରିବା, ସିଙ୍ଗଲ ୟୁଜ୍ ପ୍ଲାଷ୍ଟିକକୁ ବର୍ଜନ କରିବା ପାଇଁ ସଚେତନତା ସୃଷ୍ଟି କରିବାକୁ ସମ୍ବଲପୁରର ଜନସାଧାରଣଙ୍କୁ ଅନୁରୋଧ କରିଛନ୍ତି । ଏହା ଦ୍ୱାରା ସୁସ୍ଥ, ସବୁଜ ଏବଂ ବିକଶିତ ସମ୍ବଲପୁରର ସ୍ୱପ୍ନ ସାକାର ହୋଇପାରିବ । ପରିଶେଷ ସୁରକ୍ଷିତ ରହିବା ସହ ଅଞ୍ଚଳର ସମୃଦ୍ଧ ଏବଂ ବିକାଶ ହେବ ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.