ପ୍ରମୂଖ ଖବର
  • ଢେଙ୍କାନାଳ : ୧୦୮ ଆମ୍ବୁଲାନ୍ସ ଦୁର୍ଘଟଣାଗସ୍ତ, ଚାପି ହୋଇ ରହିଥିବା ଡ୍ରାଇଭର ଉଦ୍ଧାର
  • ||
  • ଅସ୍ତରଙ୍ଗ ଏବଂ ଛତ୍ରପୁର ଆଇଆଇସି ନିଲମ୍ବିତ; ତଦନ୍ତ ରିପୋର୍ଟ ଦେବାକୁ ୨ ରେଞ୍ଜ ଆଇଜିଙ୍କୁ ଡିଜିପିଙ୍କ ନିର୍ଦ୍ଦେଶ
  • ||
  • ଚାଷୀ ପଞ୍ଜୀକରଣ ହେଲା ସରଳ; ବଂଶାନୁକ୍ରମିକ ପ୍ରମାଣପତ୍ର ବଦଳରେ ସେଲ୍ଫ ଡିକ୍ଲାରେସନରେ ରେଜିଷ୍ଟ୍ରେସନ
  • ||
  • ସୁନ୍ଦରଗଡ଼ : ଜୁଆ ଆଡ୍ଡାରେ ରେଡ୍‌; ୧୪ ଗିରଫ, ଲକ୍ଷାଧିକ ଟଙ୍କା ଜବତ
  • ||
  • ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଇଣ୍ଡୋନେସିଆ, ରିକ୍ଟର ସ୍କେଲରେ ତୀବ୍ରତା ୫.୭ ରେକର୍ଡ
  • ||
  • ସୁନ୍ଦରଗଡ଼: ଜୁଆ ଆଡ୍ଡା ଉପରେ ଚଢ଼ାଉ: ୧୪ ଜଣ ଗିରଫ
  • ||
  • ଶେରଗଡ ;ଦୁଇ ବସ୍ ମୁହାଁମୁହିଁ ଧକ୍କା, ଡ୍ରାଇଭର ଗୁରୁତର
  • ||
  • ଚମାଖଣ୍ଡି ଅଞ୍ଚଳର ଏକ ଗାଈ ଗୁହାଳରୁ ବିପୁଳ ପରିମାଣର ବିସ୍ଫୋରକ ଜବତ, ମାଓ ଲିଙ୍କ୍‌ ନେଇ ସନ୍ଦେହ
  • ||
  • କିସ୍ତୱାଡ଼ ପରେ କଠୁଆରେ ବାଦଳଫଟା ବର୍ଷା,୪ ମୃତ, ରେସ୍କ୍ୟୁ ଜାରି
  • ||
  • ପାକିସ୍ତାନରେ ବାଦଲଫଟା ବର୍ଷା: ମୃତ୍ୟୁ ସଂଖ୍ୟା ୩ଶହ ପାର୍, ରେସ୍କ୍ୟୁ ହେଲିକପ୍ଟର କ୍ରାସରେ ୫ ମୃତ
  • ||
  • ଉପରାଷ୍ଟ୍ରପତି ନିର୍ବାଚନ, ଆଜି ଚୂଡାନ୍ତ ହେବ NDA ପ୍ରାର୍ଥୀଙ୍କ ନାମ, ବସିବ ବିଜେପି ସଂସଦୀୟ ବୋର୍ଡ ବୈଠକ
  • ||
  • ଭାରତ ଫେରିଲେ ସୁନାପୁଅ ଗ୍ରୁପ କ୍ୟାପ୍ଟେନ୍ ଶୁଭାଂଶୁ ଶୁକ୍ଳା,ଦିଲ୍ଲୀରେ ଭବ୍ୟ ସ୍ୱାଗତ
  • ||
  • ୧୮ରେ ଲଘୁଚାପ, ଦକ୍ଷିଣ ଓଡ଼ିଶାରେ ବର୍ଷା ସମ୍ଭାବନା; ଆଜି ମାଲକାନଗିରି ଓ କୋରାପୁଟରେ ପ୍ରବଳ ବର୍ଷିବ
  • ||

ପ୍ରକାଶ ପାଇଲା ମାଟ୍ରିକ ସପ୍ଲିମେଣ୍ଟାରୀ ରେଜଲ୍ଟ , ପାସ୍‌ ହାର ୫୬.୨୩ ପ୍ରତିଶତ

Published By : Harapriya Sethi | August 16, 2025 1:00 PM

କଟକ, ୧୬/୦୮: ପ୍ରକାଶ ପାଇଲା ମାଟ୍ରିକ୍ ସପ୍ଲିମେଣ୍ଟାରୀ ରେଜଲ୍ଟ । ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି। ଷ୍ଟେଟ୍ ଓପନ୍ ସ୍କୁଲ୍ ସାର୍ଟିଫିକେଟ୍ ପରୀକ୍ଷା ଫଳ ମଧ୍ୟ ପ୍ରକାଶ ପାଇଛି । ସପ୍ଲିମେଣ୍ଟାରୀରେ ପାସ୍‌ ହାର ୫୬.୨୩ ପ୍ରତିଶତ ରହିଥିବା ବେଳେ ଓପନ୍ ସ୍କୁଲ୍‌ରେ ପାସ୍‌ ହାର ୫୫.୨୬ ପ୍ରତିଶତ ରହିଛି । ସପ୍ଲିମେଣ୍ଟାରୀ ପରୀକ୍ଷାରେ ମୋଟ ୩,୪୫୭ଜଣ ପରୀକ୍ଷା ଦେଇଥିବା ବେଳେ ୧,୯୪୪ଜଣ କୃତକାର୍ଯ୍ୟ ହୋଇଛନ୍ତି । ସେହିପରି ଓପନ୍‌ ସ୍କୁଲରେ ୧୦,୮୦୯ ଜଣ ପରୀକ୍ଷା ଦେଇଥିବା ବେଳେ ୫,୯୭୩ଜଣ ପାସ୍ କରିଛନ୍ତି । ବୋର୍ଡ କାର୍ଯ୍ୟାଳୟରେ ମଧ୍ୟାହ୍ନ ସାଢ଼େ ୧୨ଟାରେ ଉଭୟ ଫଳାଫଳ ପ୍ରକାଶ କରାଯାଇଛି । 

ଅପରାହ୍ଣ ୨ଟା ପରେ ଅନ୍‌ଲାଇନ୍‌ରେ ରେଜଲ୍ଟ ଦେଖିପାରିବେ ଛାତ୍ରଛାତ୍ରୀ । ସେହିପରି ମୋବାଇଲରେ ୦୧୦୨୧୦ ଲେଖି ନିଜ ରୋଲ୍ ନମ୍ବର ଲେଖି ୫୬୭୬୭୩୦କୁ ପଠାଇ ପରିକ୍ଷାର୍ଥୀ ମାନେ ନିଜ ରେଜଲ୍ଟ ଜାଣି ପାରିବେ । ଏହା ଛଡା www.bseodisha.ac.inରେ ଛାତ୍ରଛାତ୍ରୀ ମାନେ ରେଜଲ୍ଟ ଦେଖିପାରିବେ । ସପ୍ଲିମେଣ୍ଟାରୀ ଓ ଓପନ୍ ସ୍କୁଲ ପରୀକ୍ଷାର୍ଥୀ ମାନେ ଚଳିତ ବର୍ଷ ସାମ୍ସ ୱେବସାଇଟରେ ଯୁକ୍ତ ଦୁଇ ନାମ ଲେଖା ପାଇଁ ଆବେଦନ କରିପାରିବେ ବୋଲି ବୋର୍ଡ ପକ୍ଷରୁ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ସଭାପତି ଶ୍ରୀକାନ୍ତ ତରାଇ ସୂଚନା ଦେଇଛନ୍ତି ।

ସୂଚନାଯୋଗ୍ୟ, ଚଳିତ ବର୍ଷ ମୋଟ ୫ ଲକ୍ଷ ୨ ହଜାର ୪୧୭ ଛାତ୍ରଛାତ୍ରୀ ମାଟ୍ରିକ୍ ପରୀକ୍ଷା ଦେଇଥିଲେ । ସେମାନଙ୍କ ମଧ୍ୟରୁ ୪ ଲକ୍ଷ ୮୪ ହଜାର ୮୬୩ ଛାତ୍ରଛାତ୍ରୀ ପାସ୍ କରିଥିଲେ । ୧୭ ହଜାର ୩୮୪ ଛାତ୍ରଛାତ୍ରୀ ଫେଲ୍ ହୋଇଥିଲେ। ସେମାନଙ୍କ ମଧ୍ୟରୁ ହାଇସ୍କୁଲ ସପ୍ଲିମେଣ୍ଟାରୀ ପରୀକ୍ଷା ୯୮ ଟି ପରୀକ୍ଷା କେନ୍ଦ୍ରରେ ୩୨୩୨ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଛନ୍ତି । ରାଜ୍ୟ ମୁକ୍ତ ବିଦ୍ୟାଳୟ ବା ଓପନ ସ୍କୁଲ ପରୀକ୍ଷା ୧୦୩ ଟି କେନ୍ଦ୍ରରେ ୧୦ ହଜାର ୮୦୯ ଜଣ ପରୀକ୍ଷାର୍ଥୀ ଦେଇଛନ୍ତି। ଜୁଲାଇ ୧ରୁ ୧୦ ତାରିଖ ପର୍ଯ୍ୟନ୍ତ ସପ୍ଲିମେଣ୍ଟାରୀ ପରୀକ୍ଷା ଅନୁଷ୍ଠିତ ହୋଇଥିଲା।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.