ପ୍ରମୂଖ ଖବର
  • ବାଙ୍କୀ : ଭଗିପୁର ଗ୍ରାମରେ ଗୋଷ୍ଠୀ ସଂଘର୍ଷ, ୪ ଆହତ
  • ||
  • HMPV ଭାଇରସ୍ ମାମଲା ମିଳିବା ପରେ ଆସାମରେ ଆତଙ୍କ,୧୦ ମାସର ଶିଶୁ ସଂକ୍ରମିତ
  • ||
  • ବାଲିଗୁଡ଼ା : ବାପା ସାଜିଲା ହତ୍ୟାକାରୀ, ମଦ୍ୟପ ପୁଅକୁ ଛୁରୀ ଭୁସିଦେଲା ବାପା
  • ||
  • ବଲାଙ୍ଗୀର : ଚାଲାଣ ବେଳେ ୨୫ ଶ୍ରମିକ ଉଦ୍ଧାର, ଜଣେ ଦଲାଲ ଅଟକ
  • ||
  • କେନ୍ଦୁଝର : ବାଇକ୍‌ ଚାଳକଙ୍କ ଉପରେ ମାଡ଼ିଗଲା ଟ୍ରକ୍‌, ଚାଲିଗଲା ବ୍ୟକ୍ତିଙ୍କ ଜୀବନ
  • ||
  • ବ୍ରହ୍ମପୁର : ପରିତ୍ୟକ୍ତ ଘରୁ ଏକାଧିକ ବୋମା ଜବତ, ନିଷ୍କ୍ରିୟ କରିବାରୁ ଆସିଲା ସ୍ବତନ୍ତ୍ର ଟିମ୍
  • ||
  • ରହିତାଦେଶ ହଟାଇଲେ ହାଇକୋର୍ଟ: ଭାଙ୍ଗିବ ବୈକୁଣ୍ଠଧାମ ଆଶ୍ରମ, ଜବାବ ରଖିବା ଲାଗି ସମୟ ନେଲେ ଆବେଦନକାରୀ
  • ||
  • ବାଲେଶ୍ୱରରେ ବସ୍ତି ଉଚ୍ଛେଦ ପାଇଁ କର୍ଫ୍ୟୁ ଜାରି, ରବିବାର ରାତି ୧୦ ଯାଏ କଟକଣା ଲାଗୁ
  • ||
  • ଦାରିଙ୍ଗବାଡ଼ିରେ ସର୍ବାଧିକ ତୁଷାରପାତ, ଜମୁଛି ପର୍ଯ୍ୟଟକଙ୍କ ଭିଡ଼
  • ||
  • ରାମ ଲାଲଙ୍କ ପ୍ରାଣ ପ୍ରତିଷ୍ଠାକୁ ପୂରିଲା ବର୍ଷେ, ଅଯୋଧ୍ୟାରେ ଭବ୍ୟ ଆୟୋଜନ
  • ||
  • ଖୋର୍ଦ୍ଧା : ୫୦ କେଜି ଗଞ୍ଜେଇ ସହ କାର୍‌ ଜବତ, ୩ ଗିରଫ
  • ||
  • କଟକ : ବାଉଁଶ ବ୍ୟବସାୟୀଙ୍କ ଘରକୁ ବୋମାମାଡ଼, ପୂର୍ବ ଶତୃତାକୁ କେନ୍ଦ୍ର କରି ଆକ୍ରମଣ ହୋଇଥିବା ସନ୍ଦେହ
  • ||
  • ରାଜ୍ୟରେ ରବିବାରଠୁ କମିବ ଶୀତ, ୨ରୁ ୪ ଡିଗ୍ରୀ ବଢ଼ିପାରେ ପାରଦ: ୧୦ ଜିଲ୍ଲାକୁ କୁହୁଡ଼ି ଆଲର୍ଟ
  • ||

ହାଇଓ୍ବେ ମର୍ଡର ମାମଲା, ସହଦେବଙ୍କ ପରିବାରକୁ ଅନୁକମ୍ପା ରାଶି ଦେବାକୁ ମେୟରଙ୍କ ଦାବି

Published By : Prameya | January 10, 2025 10:10 PM

ଭୁବନେଶ୍ୱର,୧୦/୧ : ସହଦେବ ନାୟକଙ୍କ ପରିବାର ଲୋକଙ୍କୁ ଆର୍ଥିକ ସହଯୋଗ ଯୋଗାଇବା ପାଇଁ ଗୃହ ଏବଂ ନଗର ଉନ୍ନୟନ ମନ୍ତ୍ରୀଙ୍କ ଚିଠି ଲେଖିଛନ୍ତି ଭୁବନେଶ୍ୱର ମେୟର । ବିଏମସିର ସଫେଇ ମଜଦୁର ଥିବା ସହଦେବ ନାୟକଙ୍କ ପରିବାରକୁ ୩୦ଲକ୍ଷ ଟଙ୍କାର ଅନୁକମ୍ପା ରାଶି ସହ ମୃତଙ୍କ ସ୍ତ୍ରୀଙ୍କୁ ବିଏମସିରେ ଚାକିରି ଦେବା ପାଇଁ ଅନୁରୋଧ କରିଛନ୍ତି ।

ସୂଚନାଯୋଗ୍ୟ ଯେ, ବୁଧବାର ସକାଳ ପ୍ରାୟ ୮ଟା ସମୟରେ ରସୁଲଗଡ଼ ଓଭରବ୍ରିଜ୍ ଉପରେ ସହଦେବ ନାୟକ ନାମକ ଜଣେ ଯୁବକଙ୍କୁ ଅତି ବିଭତ୍ସ ଭାବେ ହତ୍ୟା କରାଯାଇଥିଲା । ସହଦେବ ନାୟକ ଏକ ନାଲି ରଙ୍ଗର ଜୁପିଟର ବାଣୀବିହାରରୁ ରସୁଲଗଡ଼ ପଟକୁ ଆସୁଥିଲେ । ଏହି ସମୟରେ ଦୁଇଟି ବାଇକରେ ଦୁର୍ବୃତ୍ତ ତାଙ୍କୁ ପିଛା କରିଥିଲେ । ଆଉ ଶେଷରେ ଜାତୀୟ ରାଜପଥର ବାଣୀବିହାର ଓଭରବ୍ରିଜ ଉପରେ ତାଙ୍କୁ ଅତର୍କିତ ଭାବେ ଖଣ୍ଡାରେ ଚୋଟ ମାରିଥିଲେ । ଫଳରେ ତାଙ୍କ ଶରୀରରୁ ମୁଣ୍ଡ ଅଲଗା ହୋଇଯାଇଥିଲା । ଏହି ହତ୍ୟାକାଣ୍ଡ ଘଟାଇବା ପରେ ଦୁର୍ବୃତ୍ତମାନେ ବାଇକ୍‌ ଯୋଗେ ଫେରାର ହୋଇଯାଇଥିଲେ । ସହଦେବ ନାୟକ ହତ୍ୟାକାଣ୍ଡ ଘଟଣାରେ ଏପର୍ଯ୍ୟନ୍ତ ୫ଜଣ ଗିରଫ ହେଲେଣି । ବୁଧବାର ୩ ଅଭିଯୁକ୍ତ ରବି ନାୟକ, ଲକ୍ଷ୍ମୀଧର ନାୟକ ଏବଂ ଲିପିକା ନାୟକଙ୍କୁ ଗିରଫ କରିଥିବା ବେଳେ ଗୁରୁବାର ଅନ୍ୟ ଦୁଇ ଜଣଙ୍କୁ ଗିରଫ କରିଛି କମିଶନରେଟ୍ ପୋଲିସ ।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.