ପ୍ରମୂଖ ଖବର
  • ୨୦୨୬ ସୁଦ୍ଧା ମୂଳପୋଛ ହେବ ନକ୍ସଲବାଦ; ୧୦ ବର୍ଷରେ ୨୯ ଜିଲ୍ଲା ନକ୍ସଲମୁକ୍ତ, ଗୃହମନ୍ତ୍ରୀଙ୍କ ବଡ଼ ଘୋଷଣା
  • ||
  • ଦୋଳମୁଣ୍ଡାଇ ଛକରେ ଭୟଙ୍କର ଅଗ୍ନିକାଣ୍ଡ: ହୁ ହୁ ହୋଇ ଜଳିଲା ସୋ' ରୁମ୍‌, ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ
  • ||
  • ବୁଧବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି, ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ
  • ||
  • ଲାଲ ସଂଗଠନକୁ ବଡ଼ ଝଟକା, ୧୩ ସକ୍ରିୟ ମାଓବାଦୀଙ୍କୁ ବାନ୍ଧିଲା ପୋଲିସ
  • ||
  • ଓଡ଼ିଶା ପୁଲିସର ୯୦ ତମ ପ୍ରତିଷ୍ଠା ଦିବସ, ମୁଖ୍ୟ ଅତିଥି ଭାବେ ଯୋଗଦେବେ ପୁଲିସ୍‌ ମହାନିର୍ଦ୍ଦେଶକ
  • ||
  • ଆଇପିଏଲ୍ ୨୦୨୫: ଆଜି ପଞ୍ଜାବ କିଙ୍ଗ୍‌ସକୁ ଭେଟିବ ଲକ୍ଷ୍ନୌ ସୁପରଜାଏଣ୍ଟ୍‌ସ, ସଂଘର୍ଷପୂର୍ଣ୍ଣ ହେବ ମ୍ୟାଚ୍
  • ||
  • ପାର୍କ ନିକଟରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, କାରଣ ଖୋଜୁଛି ପୋଲିସ
  • ||
  • ପଶ୍ଚିମବଙ୍ଗରେ ଗ୍ୟାସ୍ ସିଲିଣ୍ଡର ବିସ୍ଫୋରଣ, ଚାଲିଗଲା ୭ ଜୀବନ, ମୃତକଙ୍କ ମଧ୍ୟ ୩ ମହିଳାଙ୍କ ସମେତ ୪ ଶିଶୁ
  • ||
  • କଟକରେ ରାଜ୍ୟସ୍ତରୀୟ ଓଡ଼ିଶା ଦିବସ: ଆଜି ମଧୁବାବୁଙ୍କ ଜନ୍ମପୀଠ ବିକାଶ ପ୍ରକଳ୍ପର ଶୁଭ ପଡ଼ିବ
  • ||
  • ଏପ୍ରିଲ ୧ ଉତ୍କଳ ଦିବସ, ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନକୁ ପୂରିଲା ୮୯ ବର୍ଷ
  • ||
  • ଏପ୍ରିଲରେ ପ୍ରଚଣ୍ଡ ତାତି, ଜୁନ୍‌ ଯାଏ ଜାଳିବ ଖରା: ଏବେ କାଳବୈଶାଖୀ ଆଣିବ ଆଶ୍ୱସ୍ତି, ୮ରୁ ହୁ ହୁ ବଢ଼ିବ ତାତି
  • ||

ବର୍ଷକ ମଧ୍ୟରେ କାର୍ଯ୍ୟକ୍ଷମ ହେବ ଢେଙ୍କାନାଳ ମେଡିକାଲ କଲେଜ : ଯୋଗାଣ ମନ୍ତ୍ରୀ

Published By : Prameya | March 30, 2025 6:09 PM

ଢେଙ୍କାନାଳ, ୩୦।୮ ଖୁବ ଶୀଘ୍ର ଢେଙ୍କାନାଳରେ ହେବାକୁ ଯାଉଛି ବହୁ ପ୍ରତୀକ୍ଷିତ ମେଡ଼ିକାଲ କଲେଜ । ଆସନ୍ତା ବର୍ଷକ ମଧ୍ୟରେ ଏହା କାର୍ଯ୍ୟକ୍ଷମ ହେବ  ।  ଚିହ୍ନଟ ୨୦ଏକର ଜାଗାକୁ କରାଯିବ ଅଧିଗ୍ରହଣ। ବିଧାନ ସଭାରେ ମୁଖ୍ୟମନ୍ତ୍ରୀ ଏନେଇ ଘୋଷଣା ପରେ ରବିବାର ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା   ବିଜ୍ଞାନ ଓ କାରିଗରୀ କୌଶଳ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଢେଙ୍କାନାଳରେ ଏକ ସାମ୍ବାଦିକ ସମ୍ମିଳନୀରରେ  ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। 

ଢେଙ୍କାନାଳ ସର୍କିଟ ହାଉସ ଠାରେ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇ ଯୋଗାଣ ମନ୍ତ୍ରୀ କହିଥିଲେ ଯେ,  ଆସନ୍ତା ବର୍ଷେ ମଧ୍ୟରେ ଏହି ମେଡ଼ିକାଲ କଲେଜ ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ କାର୍ଯ୍ୟକ୍ଷମ ହେବ । ଆସନ୍ତା ବର୍ଷରୁ ମେଡ଼ିକାଲ ଶିକ୍ଷାଦାନ ଆରମ୍ଭ ହେବ ।   ତେବେ ମେଡ଼ିକାଲ କଲେଜ ପାଇଁ ଆବଶ୍ୟକ ଭିତ୍ତିଭୂମି ପାଇଁ ସରକାର ଅର୍ଥ ବ୍ୟବସ୍ଥା କରିଛନ୍ତି। ଏଥିପାଇଁ ଆବଶ୍ୟକ ଜାଗା ପାଇଁ ଢେଙ୍କାନାଳ ମୁଖ୍ୟ ଡାକ୍ତରଖାନା ପାଶ୍ୱକୁ ଲାଗି ୨୦ଏକର ଜାଗା ଚିହ୍ନଟ କରାଯାଇଛି । ଏହି ୨୦ଏକର ଜାଗା ଖୁବ ଶୀଘ୍ର ଅଧିଗ୍ରହଣ କରାଯିବ ବୋଲି ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ପ୍ରକାଶ କରିଛନ୍ତି। ଏଥିସହ ମୁଖ୍ୟ ମନ୍ତ୍ରୀ ମୋହନ ଚରଣ ମାଝୀ ଓ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଳିଙ୍ଗାଙ୍କୁ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଢେଙ୍କାନାଳ ବାସୀଙ୍କ ପକ୍ଷରୁ କୃତଜ୍ଞତା ଜଣାଇଛନ୍ତି। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.