ପ୍ରମୂଖ ଖବର
  • ଭୁବନେଶ୍ୱର : ଦାନା ବାନ୍ଧୁଛି ଲଘୁଚାପ; ଆସନ୍ତା ୪ ଦିନ ବର୍ଷାରେ ଭିଜିବ, ଶନିବାର ୮ ଜିଲ୍ଲାକୁ ୟେଲୋ ଆଲର୍ଟ
  • ||
  • ମୟୂରଭଞ୍ଜ : ଶିମିଳିପାଳ ବାଙ୍ଗିରିପୋଷି ରେଞ୍ଜରେ ଅଘଟଣ, ମାଈ ହାତୀର ମୃତଦେହ ଠାବ
  • ||
  • ଆନନ୍ଦପୁର : ପ୍ରଧାନ ଶିକ୍ଷୟିତ୍ରୀଙ୍କ ମନମାନିକୁ ବିରୋଧ, ସ୍କୁଲରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରଛାତ୍ରୀ ଓ ଗ୍ରାମବାସୀ
  • ||
  • ଯାଜପୁର : ଖରସ୍ରୋତା ବ୍ରିଜ୍‌ ଉପରୁ ନଦୀକୁ ଡେଇଁଥିଲେ ଯୁବତୀ,୨୪ ଘଣ୍ଟା ପରେ ମିଳିଲା ମୃତଦେହ
  • ||
  • ସୁନ୍ଦରଗଡ଼ : ରେଳ ଧାରଣା ଉପରେ ପୁଣି ଲାଗିଲା ମାଓ ପୋଷ୍ଟର, ଜାରି ହେଲା ହାଇ ଆଲର୍ଟ
  • ||
  • ଚାନ୍ଦବାଲି : ଚିଙ୍ଗୁଡ଼ି ମାଫିଆଙ୍କ କବ୍ଜାରେ ଚାଷୀଙ୍କ ସ୍ଲୁଇସଗେଟ, ମତ୍ସ୍ୟ ଅଧିକାରୀଙ୍କୁ ଅଭିଯୋଗ କରିଲେ ଚାଷୀ
  • ||
  • ଜଳେଶ୍ବର : ସୁବର୍ଣ୍ଣରେଖା ନଦୀରେ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଧର୍ମଗଡ଼ : ସ୍କୁଲ ଜାଗାକୁ ନିଜର କହି ବିଦ୍ୟାଳୟରେ ତାଲା ପକାଇଲେ ବ୍ୟକ୍ତି, ଗଛ ମୂଳେ ପାଠ ପଢୁଛନ୍ତି ପିଲା
  • ||
  • ସୋମବାର ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି, ଜନଶୁଣାଣି ପୋର୍ଟାଲ କରିପାରିବେ ପଞ୍ଜୀକରଣ
  • ||
  • ବାଲେଶ୍ଵର : ଭିଜିଲାନ୍ସ ଜାଲରେ ଅତିରିକ୍ତ ମୁଖ୍ୟ ନିର୍ମାଣ ଯନ୍ତ୍ରୀ, କୁକୁଡ଼ା ପଦା ଅଫିସରେ ରେଡ୍‌
  • ||
  • ଜଳେଶ୍ବର : କମିଲା ସୁବର୍ଣ୍ଣରେଖା ନଦୀର ଜଳସ୍ତର, ପାଣି ଘେରରେ ତଳିଆ ଅଞ୍ଚଳ
  • ||
  • ଆଜିଠୁ ୩ ଦିନିଆ କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ବିଧାୟକ ଓ ସାଂସଦଙ୍କ ବୈଠକରେ ଦେବେ ଯୋଗ
  • ||
  • ଆସୁଛି ଲଘୁଚାପ: ଆସନ୍ତା ୨୩ରୁ ଓଡ଼ିଶାରେ ବଢ଼ିବ ବର୍ଷା, ଅତି କମ୍‌ରେ ୪୮ ଘଣ୍ଟା ବର୍ଷିବ
  • ||
  • ଆନନ୍ଦପୁର : ଏସବିଆଇ ଶାଖାରେ ଲାଗିଲା ନିଆଁ, ସର୍ଟ ସର୍କିଟରୁ ଅଗ୍ନିକାଣ୍ଡ ହୋଇଥିବା ଅନୁମାନ
  • ||

କର୍ଫ୍ୟୁ ସ୍ଥିତି ନେଇ ମାନ୍ୟଗଣ୍ୟ ବ୍ୟକ୍ତିବିଶେଷଙ୍କ ସହିତ ଜିଲ୍ଲାପାଳ ଓ ଏସପିଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ବାଲେଶ୍ୱର, ୨୧।୬: ବାଲେଶ୍ୱର ପୌରାଞ୍ଚଳରେ ଜାରି ରହିଥିବା କର୍ଫ୍ୟୁକୁ ଦୃଷ୍ଟିରେ ରଖି ଜିଲ୍ଲାପାଳ ଆଶୀଷ ଠାକରେ ଓ ଆରକ୍ଷୀ ଅଧିକ୍ଷକ ସାଗରୀକା ନାଥ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଡକାଇ ବିଭିନ୍ନ ବର୍ଗର ପ୍ରତିନିଧି ବିଶିଷ୍ଟ ବ୍ୟକ୍ତିମାନଙ୍କୁ ନେଇ ଆଲୋଚନା କରିଛନ୍ତି । ଏହି ବୈଠକରେ ଏଫଏମ୍ ବିଶ୍ୱବିଦ୍ୟାଳୟର କୁଳପତି ସନ୍ତୋଷ କୁମାର ତ୍ରିପାଠୀ, ବିଶିଷ୍ଟ ଶିକ୍ଷାବିତ୍ ତଥା କବି ଶ୍ରୀ ପ୍ରଶାନ୍ତ ଦାସ, ଏଫଏମ କଲେଜର ଅବସରପ୍ରାପ୍ତ ପ୍ରଫେସର ଶ୍ରୀ ଶିରୀଷ ଚନ୍ଦ୍ର ଜେନା ଏବଂ ବାଲେଶ୍ୱର ବିଏଡ୍ କଲେଜର ଅବସରପ୍ରାପ୍ତ ଅଧ୍ୟକ୍ଷ ଶ୍ରୀ ହରେକୃଷ୍ଣ ସାହୁ ପ୍ରମୁଖ ଉପସ୍ଥିତ ରହି ଜିଲ୍ଲା ପ୍ରଶାସନ ଦ୍ୱାରା ସମସ୍ତ ସମୟାନୁବର୍ତ୍ତୀ ପଦକ୍ଷେପ ନିମନ୍ତେ ପ୍ରଶଂସା କରିଥିଲେ I ଏହି ଆଲୋଚନାରେ ଉପସ୍ଥିତ ବ୍ୟକ୍ତି ବିଶେଷ ବର୍ତ୍ତମାନର ପରିସ୍ଥିତି ଉପରେ ନିଜର ମତ ପ୍ରକାଶ କରିବା ସହ ଯଥାଶୀଘ୍ର ସ୍ୱାଭାବିକ ଅବସ୍ଥା ଫେରାଇ ଆଣିବା ପାଇଁ ପରାମର୍ଶ ଦେଇଥିଲେ । 

ଆଲୋଚନାରେ ଭାଗ ନେଇଥିବା ଏଫଏମ୍ ବିଶ୍ୱବିଦ୍ୟାଳୟର କୁଳପତି ଶ୍ରୀ ସନ୍ତୋଷ କୁମାର ତ୍ରିପାଠୀ କହିଥିଲେ କି, ଆମେ ଆମର ପ୍ରିୟ ବାଲେଶ୍ୱରରେ ସ୍ଥାୟୀ ଶାନ୍ତି ଏବଂ ସାମ୍ପ୍ରଦାୟିକ ସଦଭାବନା ପାଇଁ ଏକଜୁଟ ଅଛୁ । ମୁଁ ପ୍ରତ୍ୟେକ ବାସିନ୍ଦାଙ୍କୁ ସଂଯମତା ଅବଲମ୍ବନ କରିବାକୁ ଏବଂ କୌଣସି ମହଲରୁ ଉତ୍ତେଜନାକୁ ପ୍ରତ୍ୟାଖ୍ୟାନ କରିବାକୁ ଅନୁରୋଧ କରୁଛି । ସଭା ଶେଷରେ ମାନ୍ୟଗଣ୍ୟ ବ୍ୟକ୍ତିମାନେ ଗଣମାଧ୍ୟମ ଜରିଆରେ ବାଲେଶ୍ୱରବାସୀଙ୍କୁ ଏକ ଆବେଗପୂର୍ଣ୍ଣ ମିଳିତ ନିବେଦନ କରିଥିଲେ । ସେମାନେ ସମସ୍ତ ନାଗରିକଙ୍କୁ ଶାନ୍ତ ରହିବାକୁ, ଆଇନକୁ ସମ୍ମାନ ଦେବାକୁ ଏବଂ କୌଣସି ସୂତ୍ରରୁ ଗୁଜବ କିମ୍ବା ଅପପ୍ରଚାରରେ ବିଭ୍ରାନ୍ତ ହେବାକୁ ମନା କରିବାକୁ ଆହ୍ୱାନ ଦେଇଛନ୍ତି ।

ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଏହି ଆଲୋଚନାରୁ ମିଳିଥିବା ଅମୂଲ୍ୟ ତଥ୍ୟକୁ ଭୂୟସୀ ପ୍ରଶଂସା କରିବା ସହ ଆଗାମୀ କାର୍ଯ୍ୟପନ୍ଥା ନିର୍ଦ୍ଧାରଣ କରିବା ସମୟରେ ପ୍ରତିନିଧିମାନଙ୍କ ପରାମର୍ଶକୁ ସର୍ବାଧିକ ଗୁରୁତ୍ୱ ଦିଆଯିବ ବୋଲି ପ୍ରତିଶୃତି ଦେଇଥିଲେ । ଉକ୍ତ ବୈଠକରେ ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ସୁଧାକର ନାୟକ, ଅତିରିକ୍ତ ଜିଲ୍ଲାପାଳ(ରାଜସ୍ବ) ନିରଞ୍ଜନ ବେହେରା, ଜିଲ୍ଲା କ୍ରୀଡ଼ା ଅଧିକାରୀ ପୂର୍ଣ୍ଣଚନ୍ଦ୍ର ଜେନା ଏବଂ ଭାରପ୍ରାପ୍ତ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସୁଶ୍ରୀ ଐଶ୍ଵର୍ଯ୍ୟା ସାମନ୍ତ ମଧ୍ୟ ଉପସ୍ଥିତ ଥିଲେ I

 

 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.