ପ୍ରମୂଖ ଖବର
  • କୋଣାର୍କରୁ ବରମୁଣ୍ଡା ଆମ ବସ୍‌ ବନ୍ଦ, ଯାତ୍ରୀ ହନ୍ତସନ୍ତ
  • ||
  • ଜଗତସିଂହପୁର : ପୁତୁରାକୁ କୋଦାଳରେ ହାଣି ହତ୍ୟା କଲା ଦାଦା, କାରଣ ଅସ୍ପଷ୍ଟ
  • ||
  • ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ, ସୋସିଆଲ ମିଡିଆରେ ପାଟ ଅଗଣା ଓ ଭେଟ ମଣ୍ଡପର ଫଟୋ ଛାଡିଲେ ଯୁବକ
  • ||
  • 'ଏକ୍ସ'ର ସିଇଓ ପଦରୁ ଇସ୍ତଫା ଦେଲେ ଲିଣ୍ଡା ୟାକାରିନୋ,ସାମ୍ନାକୁ ଆସିଲା ମସ୍କଙ୍କ ପ୍ରତିକ୍ରିୟା
  • ||
  • ଡେଲାଙ୍ଗ ବ୍ଲକରେ ବ୍ୟାପିଛି ବାର୍ଡ ଫ୍ଲୁ, ଚିନ୍ତାରେ ଚାଷୀ
  • ||
  • ଏଆଇ-ଚାଳିତ ଉତ୍ପାଦନ ବିପ୍ଳବର ନେତୃତ୍ୱ ନେବ ଓଡ଼ିଶା, ଆସୋଚାମ-ପ୍ରାଇମସ ପାର୍ଟନର୍ସ ରିପୋର୍ଟ
  • ||
  • ରେଲୱେରେ ଏବର୍ଷ ମିଳିବ ୫୦ ହଜାର ଚାକିରି, ଏପର୍ଯ୍ୟନ୍ତ ୯ ହଜାର ନିଯୁକ୍ତିପତ୍ର ପଠାଇସାରିଲାଣି RRB
  • ||
  • ଅନୁଗୁଳ : NH ୧୪୯ ବଂରପାଳ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା, ଟ୍ରାଭେଲର୍‌ ଧକ୍କାରେ ୨ ବାଇକ୍‌ ଆରୋହୀ ମୃତ
  • ||
  • ଜିଦ୍‌ରେ ଅଟଳ ଡ୍ରାଇଭର୍ ମହାସଙ୍ଘ : ପରିବହନ ଅଚଳ, ତିରୋଟମୁହାଁ ତେଲ, ବାହାରୁ ଆସିପାରୁନି ଗ୍ରୋସରୀ ଓ ପନିପରିବା
  • ||

ଢେଙ୍କାନାଳରେ ନିଯୁକ୍ତି ମେଳା; ୩୬ ଛାତ୍ରଛାତ୍ରୀଙ୍କୁ ନିଯୁକ୍ତି ପତ୍ର ବାଣ୍ଟିଲେ ଯୋଗାଣ ମନ୍ତ୍ରୀ

Published By : Swapna Ray | July 9, 2025 3:37 PM

ଢେଙ୍କାନାଳ, ୯।୭: ଢେଙ୍କାନାଳ ସହର ମହିଷାପାଟ ସ୍ଥିତ ଜିଲ୍ଲା ଦକ୍ଷତା ବିକାଶ ଓ ନିୟୋଜନ କାର୍ଯ୍ୟାଳୟଠାରେ ନିଯୁକ୍ତି ମେଳା ଅନୁଷ୍ଠିତ ହୋଇଛି । ଉତ୍ସବରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଅଟୋ ମୋବାଇଲ ଡକ୍ଟର ଇଣ୍ଡିଆ, କ୍ୱିଭାନ୍ ସ୍କିଲ୍ ଏମ୍ପାୱାରମେଣ୍ଟ ପ୍ରା.ଲିଃ. ଏବଂ ପ୍ରୋଡାଟାରେ ଟ୍ରେନିଂ ପ୍ରାପ୍ତ ୩୬ ଜଣ ଛାତ୍ରଛାତ୍ରୀଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଥିଲେ । କର୍ମଠ ହୋଇ ସାଧୁତାର ସହ କାର୍ଯ୍ୟ କରି ଢେଙ୍କାନାଳର ଗର୍ବ ଓ ଗୌରବ ବୃଦ୍ଧିରେ ସହାୟକ ହୁଅନ୍ତୁ ସେ ଛାତ୍ରଛାତ୍ରୀମାନଙ୍କୁ କହିଥିଲେ । ପ୍ରାରମ୍ଭରେ ଜିଲ୍ଲା ନିୟୋଜନ ଅଧିକାରୀ ତତ୍ତ୍ୱମସୀ ମହାପାତ୍ର ଛାତ୍ରଛାତ୍ରୀମାନଙ୍କୁ କିପରି ଟ୍ରେନିଂ ପ୍ରଦାନକରି ଶତ ପ୍ରତିଶତ ନିଯୁକ୍ତିର ସୁବିଧା ସୁଯୋଗ ସୃଷ୍ଟି ହେଉଛି ସେ ସଂପର୍କରେ ସୂଚନା ଦେଇଥିଲେ । ଏହି ନିଯୁକ୍ତି ପର୍ବରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ଦିପ୍ତି ରଞ୍ଜନ ସେଠୀ ଏବଂ କୋ-ଅପରେଟିଭ ସୋସାଇଟିର ଡେପୁଟୀ ରେଜିଷ୍ଟ୍ରର ଉମାଶଙ୍କର ଦାସ ଯୋଗ ଦେଇଥିଲେ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.