ପ୍ରମୂଖ ଖବର
  • ଯୁଦ୍ଧଗ୍ରସ୍ତ ଇରାନ୍‌ରୁ ଆର୍ମେନିଆରେ ପହଞ୍ଚିଲେ ୧୧୦ ଭାରତୀୟ, ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ଆଡ୍‌ଭାଇଜରୀ ଜାରି
  • ||
  • ଗୋପାଳପୁର ବେଳାଭୂମିରେ ଗଣଦୁଷ୍କର୍ମ ଅଭିଯୋଗ, ସମସ୍ତ ୧୦ ଅଭିଯୁକ୍ତକୁ ଗିରଫ କଲା ପୁଲିସ
  • ||
  • କୋକସରା: ଦେପୁର ନିକଟରେ ଗଛରେ ପିଟି ହେଲା ବାଇକ, ଦୁଇ ମୃତ ଜଣେ ଗୁରୁତର
  • ||
  • ପ୍ରତିକୂଳ ପାଗ ପାଇଁ ୧୭ରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା, ଡାକବାଜି ଯନ୍ତ୍ରରେ କରାଗଲା ସତର୍କ
  • ||
  • ବଲାଙ୍ଗିର: ରାଜ୍ୟସ୍ତରୀୟ କୃଷକ ଶକ୍ତି ସମାବେଶରେ ସାମିଲ୍ ହେଲେ ମୁଖ୍ୟମନ୍ତ୍ରୀ, ସଫଳ ଚାଷୀଙ୍କୁ ସମ୍ବର୍ଦ୍ଧିତ କରାଯିବ
  • ||
  • ବଲାଙ୍ଗୀର ସହର ଭିତରେ ଦୁର୍ଘଟଣା, ଭାରସାମ୍ୟ ହରାଇ ରାସ୍ତାକଡ଼ ଦୋକାନକୁ ପଶିଗଲା କଣ୍ଟେନର
  • ||
  • ବସୁମତୀ ସ୍ନାନ ସହ ଶେଷ ହେଲା ରଜ, ୩ ଦିନର ବିଶ୍ରାମ ପରେ ଶୁଦ୍ଧ ସ୍ନାନ କଲେ ବସୁମାତା
  • ||
  • ଏୟାର ଇଣ୍ଡିଆ ବିମାନରେ ଯାନ୍ତ୍ରିକ ତ୍ରୁଟି; କୋଲକାତାରେ ଜରୁରୀ ଅବତରଣ
  • ||
  • ପରମାଣୁ ଅସ୍ତ୍ର ନେଇ ଇରାନ୍‌କୁ ଟ୍ରମ୍ପଙ୍କ କଡ଼ା ଚେତାବନୀ, କହିଲେ ତୁରନ୍ତ ତେହେରାନ୍ ଛାଡ଼, ଡ଼ାକିଲେ ବଡ଼ ବୈଠକ
  • ||
  • କାନାଡ଼ାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଆଜି ଓ କାଲି ଦୁଇ ଦିନ ଧରି G7 ସମିଟ୍‌ରେ ସାମିଲ ହେବେ
  • ||
  • ଅନବସରରେ ମହାପ୍ରଭୁ: ଫୁଲୁରି ତେଲ ଘଷା ହେବାରେ ଉପଶମ ହେଉଛନ୍ତି ଦାରୁବ୍ରହ୍ମ, ଆଜି ଓଷ ଲାଗି ନୀତି
  • ||
  • ଏବେ ବଡ଼ ବର୍ଷା ନାହିଁ: ଆଜି କିଛି ସ୍ଥାନରେ ବର୍ଷିବ, ୨୩ରୁ ପୁଣି ବଢ଼ିପାରେ, ତାପମାତ୍ରା ୨ରୁ ୪ ଡିଗ୍ରୀ କମିବା ସମ୍ଭାବନା
  • ||

ଉନ୍ନୟନମୂଳକ ପ୍ରକଳ୍ପ କାର୍ଯ୍ୟର ସ୍ଥିତି ଓ ଅଗ୍ରଗତି ସମ୍ପର୍କରେ ସମୀକ୍ଷା କଲେ ମନ୍ତ୍ରୀ

Published By : Gurupada Nath | May 17, 2025 10:17 PM

ବାରିପଦା,୧୭/୫ : ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନ ଶନିବାର ୨ ଦିନିଆ ମୟୂରଭଞ୍ଜ ଗସ୍ତରେ ଯାଇଛନ୍ତି । ଏହି ଗସ୍ତ ସମୟରେ ଅପରାହ୍ନରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟସ୍ଥିତ ସମ୍ମିଳନୀ କକ୍ଷଠାରେ ଏକ ସମୀକ୍ଷା ବୈଠକରେ ଯୋଗ ଦେଇଥିଲେ। ବୈଠକରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡ଼. କୃଷଚନ୍ଦ୍ର ମହାପାତ୍ର, ଲୋକସଭା ସାଂସଦ ନବ ଚରଣ ମାଝୀ, ରାଜ୍ୟସଭା ସାଂସଦ ମମତା ମହାନ୍ତ, କରଞ୍ଜିଆ ବିଧାୟକ ପଦ୍ମ ଚରଣ ହାଇବୁରୁ, ସାରସକଣା ବିଧାୟକ ଭାଦବ ହାଁସଦା, ଉଦଳା ବିଧାୟକ ଭାସ୍କର ମଢେଇ, ବାରିପଦା ବିଧାୟକ ପ୍ରକାଶ ସୋରେନ, ରାଇରଙ୍ଗପୁର ବିଧାୟକ ଜଲେନ ନାଏକ, ବାଙ୍ଗରିପୋଷୀ ବିଧାୟକ ସଞ୍ଜଳୀ ମୁର୍ମୁଙ୍କ ସମେତ ଜିଲ୍ଲାପାଳ ହେମକାନ୍ତ ସୟ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ବରୁଣ ଗୁଣ୍ଟୁପାଲି ଯୋଗଦେଇଥିଲେ।

ଉକ୍ତ ସମୀକ୍ଷା ବୈଠକରେ ଜିଲ୍ଲାରେ ପୂର୍ତ୍ତ ବିଭାଗର ୨ଟି ଡିଭିଜନ ଯଥା ବାରିପଦା ଓ ରାଇରଙ୍ଗପୁର, ଏନଏଚ ଏବଂ ଏନଏଚଏଆଇ ଅଧୀନରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପ ଯଥା ରାସ୍ତା, ପୋଲ, ଗୃହ ନିର୍ମାଣ ଇତ୍ୟାଦି ପ୍ରକଳ୍ପ ଗୁଡିକର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଥିଲେ। ଯେଉଁ ପ୍ରକଳ୍ପ ଗୁଡ଼ିକ କାର୍ଯ୍ୟକାରୀ ବା ସମ୍ପୂର୍ଣ୍ଣ ହେବାରେ ଯାହା ପ୍ରତିବନ୍ଧକ ଅଛି ସେ ସମ୍ପର୍କରେ ଆଲୋଚନା କରାଯାଇ ଏହାର କିପରି ସମାଧାନ ହେବ ସେ ସମ୍ବନ୍ଧରେ ପରାମର୍ଶ ଦେଇଥିଲେ। ଏଥିସହିତ ଜିଲ୍ଲାରେ ଆଗକୁ କାର୍ଯ୍ୟକାରୀ ହେବାକୁ ଥିବା ବିଭିନ୍ନ ପ୍ରକଳ୍ପ ଗୁଡିକ ସମ୍ପର୍କରେ ବିସ୍ତୃତ ଭାବେ ଆଲୋଚନା ହୋଇଥିଲା । ଯେଉଁ ଗ୍ରାମ୍ୟ ସଡ଼କ ଗୁଡିକ ପୂର୍ତ୍ତ ବିଭାଗକୁ ହସ୍ତାନ୍ତର ହେବାକୁ ଅଛି ତୁରନ୍ତ ତାହାର ଏକ ତାଲିକା ପ୍ରସ୍ତୁତ କରିବା ପାଇଁ ମାନ୍ୟବର ପରାମର୍ଶ ଦେଇଥିଲେ। ଜିଲ୍ଲାରେ ପ୍ରକଳ୍ପ ଗୁଡ଼ିକ କାର୍ଯ୍ୟ କାରିତାର ଅଗ୍ରଗତି ନେଇ ମନ୍ତ୍ରୀ ସନ୍ତୋଷ ପ୍ରକାଶ କରିବା ସହ ଲୋକଙ୍କ ମୌଳିକ ଆବଶ୍ୟକତା ଗମନାଗମନର ସୁବିଧା ପାଇଁ ଦାୟିତ୍ୱର ସହିତ ପ୍ରକଳ୍ପ କାର୍ଯ୍ୟ ଗୁଡ଼ିକ ଧାର୍ଯ୍ୟ ସମୟ ଅବଧି ଭିତରେ ସମ୍ପୂର୍ଣ୍ଣ କରାଇବା ପାଇଁ ସମ୍ପୃକ୍ତ ଅଧିକାରୀମାନଙ୍କୁ ପରାମର୍ଶ ଦେଇଥିଲେ। 

ଅନୁଷ୍ଠିତ ବୈଠକରେ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀଙ୍କ ସଚିବ ରାମ ଚନ୍ଦ୍ର ସୋରେନ, ଅତିରିକ୍ତ ଜିଲ୍ଲାପାଳ ନେତ୍ରା ନନ୍ଦ ମଲ୍ଲିକ, ବାରିପଦା ଉପ ଜିଲ୍ଲାପାଳ ଡ଼. ଦୟାସିନ୍ଧୁ ପରିଡା, ବାରିପଦା ପୂର୍ତ୍ତ ଡିଭିଜନର ଅଧିକ୍ଷଣ ଯନ୍ତ୍ରୀ ରୋହନ ରୟ, ରାଇରଙ୍ଗପୁର ଡିଭିଜନର ଅଧିକ୍ଷଣ ଯନ୍ତ୍ରୀ ସୁମିତ କୁମାର ସାହୁ, ରାଇରଙ୍ଗପୁର ଡିଭିଜନର ଏସଡିଓ ଶ୍ୟାମ ସୁନ୍ଦର ହେମ୍ବ୍ରମଙ୍କ ସମେତ ଭଦ୍ରକ ପୂର୍ତ୍ତ ଡିଭିଜନ ଅଧିକ୍ଷଣ ଯନ୍ତ୍ରୀ ଦେବୀ ପ୍ରସନ୍ନ ଘୋଷ ଏନଏଚର ଅଧିକ୍ଷଣ ଯନ୍ତ୍ରୀ ରାଜେଶ୍ୱରୀ ପୃଷ୍ଟି, ପିଡିଏନଏଚଏଆଇର ପ୍ରତିନିଧିଙ୍କ ସମେତ ବିଭାଗୀୟ ପଦାଧିକାରୀମାନେ ଉପସ୍ଥିତ ରହି ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ। 

ଏହି ଅବସରରେ ଆତଙ୍କବାଦ ବିରୁଦ୍ଧରେ ଭାରତୀୟ ସେନାବାହିନୀଙ୍କ ଅପରେସନ ସିନ୍ଦୁରର ସଫଳତା ପାଇଁ ରାଷ୍ଟ୍ରୀୟ ସୁରକ୍ଷା ନାଗରିକ ସମାଜ ପକ୍ଷରୁ ଆୟୋଜିତ ତ୍ରିରଙ୍ଗା ପଦଯାତ୍ରାରେ ମାନ୍ୟବର ମନ୍ତ୍ରୀ ବୃନ୍ଦ, ସାଂସଦ ଓ ବିଧାୟକ ବୃନ୍ଦ ଯୋଗଦେଇଥିଲେ।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.