ଭୁବନେଶ୍ବର,୨୧/୨ : ‘କିଟ୍’ରେ ନେପାଳ ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣାକୁ ନେଇ ସ୍ପଷ୍ଟୀକରଣ ରଖିଛି ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ।
ଶୁକ୍ରବାର ମନ୍ତ୍ରାଳୟ ମୁଖପାତ୍ର ରଣଧୀର ଜୟସ୍ବାଲଙ୍କ ସୂଚନା ଦେଇ କହିଛନ୍ତି, ‘ଭାରତ ସରକାର ଘଟଣା ଉପରେ ନଜର ରଖିଛନ୍ତି। ଆମେ ଓଡ଼ିଶା ସରକାରଙ୍କ ସହ ଯୋଗାଯୋଗରେ ଅଛୁ। ରାଜ୍ୟ ସରକାର ଉଚିତ ପଦକ୍ଷେପ ନେଇଛନ୍ତି। ଘଟଣାର ତଦନ୍ତ ପାଇଁ ଉଚ୍ଚସ୍ତରୀୟ କମିଟି ଗଠନ କରିଛନ୍ତି । ଓଡ଼ିଶା ପୋଲିସ ଅଭିଯୁକ୍ତଙ୍କୁ ଗିରଫ ମଧ୍ୟ କରିଛି।’
ସେ ଆହୁରି କହିଛନ୍ତି ନେପାଳ ଛାତ୍ରଛାତ୍ରୀଙ୍କ ପାଇଁ ସ୍ବତନ୍ତ୍ର ହେଲ୍ପଲାଇନ ନମ୍ବର ଜାରି କରାଯାଇଛି । ବିଦେଶୀ ଛାତ୍ରଛାତ୍ରୀଙ୍କୁ ସୁରକ୍ଷା ଦେବା ଆମ ଦାୟିତ୍ବ। ପରିସ୍ଥିତି ଉପରେ ଆବଶ୍ୟକ ପଦକ୍ଷେପ ନିଆଯିବ।’